ମଣ୍ଡିରୁ ଉଠୁନି ଧାନ: ଯୋଗାଣ ନିରୀକ୍ଷକଙ୍କୁ ଭେଟିଲେ ଚାଷୀ

ଗଞ୍ଜାମ,୮।୨(ଡି.ଏନ୍‌.ଏ.): ଧାନ ଅମଳକୁ ଦୁଇ ମାସ ବିତିଗଲାଣି। ହେଲେ ମଣ୍ଡିରୁ ଧାନ ଉଠିବା ବିଳମ୍ବ ହେଉଥିବା ଯୋଗୁ ଚାଷୀଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖିବାକୁ ମିଳିଛି। ଏନେଇ ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚପୁର ପଞ୍ଚାୟତର ଝାଡ଼କୁଦା
ଗ୍ରାମର ଚାଷୀମାନେ ବ୍ଲକ ଯୋଗାଣ ବିଭାଗ କାର୍ଯ୍ୟାଳୟରେ ପହଞ୍ଚି ଯୋଗାଣ ନିରୀକ୍ଷକ ସନ୍ତୋଷ କୁମାର ଦାଶଙ୍କୁ ଅଭିଯୋଗ କରିଛନ୍ତି। ଗତ ଜାନୁୟାରୀ ୨୬ରୁ ୭୦ ଜଣ ଚାଷୀଙ୍କୁ ଟୋକନ ମିଳିଥିବା ବେଳେ ଆଜି ସୁଦ୍ଧା ଧାନ ଉଠିନାହିଁ । ମଣ୍ଡିର ଧାନ ବିକ୍ରି କରିବାର ଅବଧି ଆସନ୍ତା ୧୭ରେ ଶେଷ ହୋଇଯିବ। ସେଥି ମଧ୍ୟରୁ୭ ଟି ଟୋକନରୁ ହିଁ ମିଲର ଆସି ଧାନ ଉଠାଇଥିବା ଜଣାପଡ଼ିଛି। ଗ୍ରାମରେ ପ୍ରାୟ ୯୫ ପ୍ରତିଶତ ଚାଷୀ ରହିଥିବା ବେଳେ ଚାଷୀଙ୍କ ନିକଟରେ ଆହୁରି ୩ ହଜାର ଧାନ ବସ୍ତା ମହଜୁଦ ରହିଛ। ଗତ ବର୍ଷ ଚାଷୀଙ୍କ ୪୫ଟି ଟୋକନ ଅବଧି ଶେଷ ହୋଇଯାଇଥିବାରୁ ଚାଷୀ ଧାନ ବିକ୍ରି କରିପାରି ନ ଥିଲେ। ଯାହାକୁ ନେଇ ଚଳିତ ବର୍ଷ ଚାଷୀଙ୍କ ମଧ୍ୟରେ ଘୋର ଉଦ୍‌ବେଗ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri