ଧାନବିଲ ପୋଡ଼ି ବାୟୁକୁ କରୁଛି ପ୍ରଦୂଷଣ

କେନ୍ଦୁଝର,୧୮ା୧୨(ସ୍ବ.ପ୍ର.): ଚାଷ କାମ ସରିଲା। ଧାନ ଫସଲ ଅମଳ ସରିଲା। ଏବେ ବିଲ ଖାଁ ଖାଁ ହୋଇପଡ଼ିଛି। କିନ୍ତୁ ବିଲରେ ଜମା ହୋଇଥିବା ଧାନ ଗଛର ମୂଳ, ଧାନ ଅମଳ ପରେ ରହିଯାଉଥିବା କୁଟାକୁ ସଠିକ୍‌ ଭାବରେ ପରିଚାଳନା କରାଯାଇ ପାରୁ ନ ଥିବାରୁ ସମସ୍ୟା ଦେଖାଦେଉଛି। ଏହାକୁ ଚାଷୀମାନେ ନିଆଁ ଲଗାଇ ଦେଉଥିବାରୁ ସମଗ୍ର ଅଞ୍ଚଳକୁ ବ୍ୟାପିବା ସହ ଧୂଆଁ ଚାରିଆଡେ ବାୟୁ ପ୍ରଦୂଷଣ କରୁଛି। ଏନେଇ କୃଷି ବିଭାଗ କିମ୍ବା ଜିଲା ପ୍ରଶାସନ ପକ୍ଷରୁ ଚାଷୀଙ୍କୁ ନ ଜଳାଇବା ପାଇଁ ସଚେତନ କରାଯାଉନାହିଁ। ବିଲରେ ଜମା ହୋଇ ରହିଯାଉଥିବା ଧାନ ଗଛ ଅବଶେଷ (କୁଟା, ମୂଳ) ଆଦି କିପରି ପରିଚାଳନା କରାଯାଇପାରିବ ସେ ନେଇ ମଧ୍ୟ ସଚେତନ କରାଯାଇପାରିବ ସେ ନେଇ ସେମାନଙ୍କୁ ଜଣାଯାଉନାହିଁ। ଫଳରେ ଅନେକ ସ୍ଥାନରେ ବିଲରେ ନିଆଁ ଲାଗି କୁଟା ପୋଡ଼ି ଯିବା ସହ ବହୁ ଅଞ୍ଚଳକୁ ବ୍ୟାପୁଛି। ନିଆଁ କରାୟତ ହୋଇ ନ ପାରିଲେ ପବନରେ ଉଡ଼ି ଆଖପାଖ ଗ୍ରାମରେ ମଧ୍ୟ ଭୟାବହ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି ଘଟାଇବା ଆଶଙ୍କା ରହିଛି। ସେହିପରି ପଶୁପକ୍ଷୀ, ସରୀସୃପ ତଥା ଜଙ୍ଗଲର ଗଛଲତା ପୋଡ଼ି କ୍ଷୟକ୍ଷତି ହେବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି ଅବସରପ୍ରାପ୍ତ କେନ୍ଦ୍ର ସରକାର ଅଧିକାରୀ ଅଲେଖ ଚନ୍ଦ୍ର ପାତ୍ର କହିଛନ୍ତି। ଏହି ବିଲ ପୋଡ଼ି ଦ୍ୱାରା ସମଗ୍ର ଅଞ୍ଚଳ ଧୂଆଁମୟ ହୋଇ ବାୟୁ ପ୍ରଦୂଷଣ କରିଥାଏ, ଯାହାକି ଚିନ୍ତାଜନକ। ଏଣୁ ଏନେଇ ପ୍ରଶାସନ ପକ୍ଷରୁ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବାକୁ ପରିବେଶବିତ୍‌ମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri