ଧାନବିଲ ପୋଡ଼ି ବାୟୁକୁ କରୁଛି ପ୍ରଦୂଷଣ

କେନ୍ଦୁଝର,୧୮ା୧୨(ସ୍ବ.ପ୍ର.): ଚାଷ କାମ ସରିଲା। ଧାନ ଫସଲ ଅମଳ ସରିଲା। ଏବେ ବିଲ ଖାଁ ଖାଁ ହୋଇପଡ଼ିଛି। କିନ୍ତୁ ବିଲରେ ଜମା ହୋଇଥିବା ଧାନ ଗଛର ମୂଳ, ଧାନ ଅମଳ ପରେ ରହିଯାଉଥିବା କୁଟାକୁ ସଠିକ୍‌ ଭାବରେ ପରିଚାଳନା କରାଯାଇ ପାରୁ ନ ଥିବାରୁ ସମସ୍ୟା ଦେଖାଦେଉଛି। ଏହାକୁ ଚାଷୀମାନେ ନିଆଁ ଲଗାଇ ଦେଉଥିବାରୁ ସମଗ୍ର ଅଞ୍ଚଳକୁ ବ୍ୟାପିବା ସହ ଧୂଆଁ ଚାରିଆଡେ ବାୟୁ ପ୍ରଦୂଷଣ କରୁଛି। ଏନେଇ କୃଷି ବିଭାଗ କିମ୍ବା ଜିଲା ପ୍ରଶାସନ ପକ୍ଷରୁ ଚାଷୀଙ୍କୁ ନ ଜଳାଇବା ପାଇଁ ସଚେତନ କରାଯାଉନାହିଁ। ବିଲରେ ଜମା ହୋଇ ରହିଯାଉଥିବା ଧାନ ଗଛ ଅବଶେଷ (କୁଟା, ମୂଳ) ଆଦି କିପରି ପରିଚାଳନା କରାଯାଇପାରିବ ସେ ନେଇ ମଧ୍ୟ ସଚେତନ କରାଯାଇପାରିବ ସେ ନେଇ ସେମାନଙ୍କୁ ଜଣାଯାଉନାହିଁ। ଫଳରେ ଅନେକ ସ୍ଥାନରେ ବିଲରେ ନିଆଁ ଲାଗି କୁଟା ପୋଡ଼ି ଯିବା ସହ ବହୁ ଅଞ୍ଚଳକୁ ବ୍ୟାପୁଛି। ନିଆଁ କରାୟତ ହୋଇ ନ ପାରିଲେ ପବନରେ ଉଡ଼ି ଆଖପାଖ ଗ୍ରାମରେ ମଧ୍ୟ ଭୟାବହ ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି ଘଟାଇବା ଆଶଙ୍କା ରହିଛି। ସେହିପରି ପଶୁପକ୍ଷୀ, ସରୀସୃପ ତଥା ଜଙ୍ଗଲର ଗଛଲତା ପୋଡ଼ି କ୍ଷୟକ୍ଷତି ହେବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି ଅବସରପ୍ରାପ୍ତ କେନ୍ଦ୍ର ସରକାର ଅଧିକାରୀ ଅଲେଖ ଚନ୍ଦ୍ର ପାତ୍ର କହିଛନ୍ତି। ଏହି ବିଲ ପୋଡ଼ି ଦ୍ୱାରା ସମଗ୍ର ଅଞ୍ଚଳ ଧୂଆଁମୟ ହୋଇ ବାୟୁ ପ୍ରଦୂଷଣ କରିଥାଏ, ଯାହାକି ଚିନ୍ତାଜନକ। ଏଣୁ ଏନେଇ ପ୍ରଶାସନ ପକ୍ଷରୁ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବାକୁ ପରିବେଶବିତ୍‌ମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?