ଅଦିନିଆ ବର୍ଷାରେ ଉଜୁଡ଼ିଲା ଧାନ ଚାଷ: କ୍ଷତିଗ୍ରସ୍ତ ଚାଷଜମି ବୁଲି ଦେଖିଲେ ମନ୍ତ୍ରୀ

ଗୋପାଳପୁର,୨୨ା୧୨(ନବୀନ ରାଜ ଆଚାରୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗତ ଶୁକ୍ରବାର, ଶନିବାର ଜିଲାର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିଲା। ଫଳରେ ଖରିଫ ଋତୁର ଧାନ ଅମଳ ସମୟରେ ଅଦିନିଆ ବର୍ଷା ମାଡ଼ରେ କ୍ଷୟକ୍ଷତି ହୋଇଛି। ଗୋପାଳପୁର ନିର୍ବାଚନ ମଣ୍ଡଳୀର ବିଭିନ୍ନ ପଞ୍ଚାୟତକୁ ରବିବାର ରାଜ୍ୟ ଖଣି, ଇସ୍ପାତ ଓ ପରିବହନ ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ବିଭୂତି ଭୂଷଣ ଜେନା କ୍ଷତିଗ୍ରସ୍ତ ଧାନ ଜମି ବୁଲି ଦେଖିଛନ୍ତି। ପୂର୍ବାହ୍ନ ସମୟରେ ଗୋଳନ୍ଥରା କୁଠାରସିଂ ପଞ୍ଚାୟତରେ ଥିବା କ୍ଷତିଗ୍ରସ୍ତ ଜମି ସିଧାସଳଖ ପରିଦର୍ଶନ କରି ଚାଷୀଙ୍କ ସହ ଆଲୋଚନା କରିଥିଲେ। ଏହି ସମୟରେ ଏଫଏକ୍ୟୁର ମାନ କୋହଳ କରିବାକୁ ଚାଷୀମାନେ ମନ୍ତ୍ରୀଙ୍କୁ ନିବେଦନ କରିଥିଲେ। ଫଳରେ ଚାଷୀ ସଠିକ ଦରରେ ପ୍ରାପ୍ୟ ପାଇପାରିବେ ବୋଲି କହିଥିଲେ।
ଅନ୍ୟପଟେ ମନ୍ତ୍ରୀ ଜେନା ରାଜସ୍ବ ଓ କୃଷି ବିଭାଗକୁ ତୁରନ୍ତ କ୍ଷୟକ୍ଷତି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଥିଲେ ଏଥିରେ ଟାଳଟୁଳ ନୀତି ଅବଲମ୍ବନ ନ କରିବାକୁ ମଧ୍ୟ କହିଥିଲେ ସେଠାରୁ ବାହାରି ମନ୍ତ୍ରୀଡ଼ି, ଶାସନପଦର, ମେଣ୍ଢରାଜପୁର, କୋଳଥିଗାଁ, ପଦ୍ମପୁର, ଚାନ୍ଦପୁର, ଫୁଲଟା, ବୁରୁକୁଦି, ଗଉଞ୍ଜୁ, କମଳାପୁର, ଡ଼ୁରା ଓ ଅନ୍ୟ ପଞ୍ଚାୟତରେ କ୍ଷତିଗ୍ରସ୍ତ ହୋଇଥିବା ଚାଷ ଜମି ବୁଲି ଦେଖିବା ସହ ଚାଷୀଙ୍କ ସହ ଆଲୋଚନା କରିଥିଲେ। ଏହି ସମୟରେ ସ୍ଥାନୀୟ ସରପଞ୍ଚଙ୍କ ସହ ମଧ୍ୟ ମନ୍ତ୍ରୀ ଜେନା ଆଲୋଚନା କରିଥିଲେ ରଙ୍ଗେଇଲୁଣ୍ଡା ବ୍ଲକର ୮୯୦୦ ହେକ୍ଟର ଜମିରେ ଚାଷ ହୋଇଥିବା ବେଳେ ସେଥିରୁ ୫୦ ପ୍ରତିଶତ କଟା ହୋଇଛି। କିଛି ଧାନକୁ ଖଳାକୁ ସ୍ଥାନାନ୍ତର ହୋଇଥିବାବେଳେ ଆଉ କିଛି ଧାନ ଜମିରେ ପଡ଼ି ରହିଛି ଜମିରେ ପାଣି ରହିଥିବା ଯୋଗୁ ଧାନ ନଷ୍ଟ ହେବାର ସମ୍ଭାବନା ରହିଛି।
ଏହି ଅବସରରେ କନିଷି ତହସିଲଦାର କବିରାଜ ପ୍ରଧାନ, ବ୍ଲକ କୃଷି ଅଧିକାରୀ ଶୁଭଶ୍ରୀ ଜେନା, କୋଳଥିଗାଁ ସରପଞ୍ଚ ଜଗମୋହନ ପାତ୍ର, କୁଠାରସିଂ ସରପଞ୍ଚ ଦୁର୍ଯ୍ୟୋଧନ ରେଡ଼ି, ସନ୍ତୋଷ ବିଷୋଇ ଓ ଅନ୍ୟ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri