ଧାନ ସଂଗ୍ରହରେ ଅଚଳାବସ୍ଥା ଜାରି: ଜାତୀୟ ରାଜପଥରେ ଗର୍ଜିଲେ ଚାଷୀ

ସମ୍ବଲପୁର,୧୨।୧୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଟୋକନ ମିଳିବା ବିଳମ୍ବକୁ ନେଇ ତାତି ଉଠିଛନ୍ତି ଚାଷୀ। ଉତ୍ତ୍ୟକ୍ତ ଚାଷୀ ଶୁକ୍ରବାର ପୂର୍ବାହ୍ନରୁ ସମ୍ବଲପୁର ସହରର ୨କୁ ନେଇ ଚାଷୀ ଅସନ୍ତୋଷ। ସମ୍ବଲପୁରର ରେମେଡ, ସିନ୍ଦୁରପଙ୍କ ବାଇପାସରେ ଜାତୀୟ ରାଜପଥ(୫୩) ଏବଂ ହୁମା ଛକରେ ରାଜ୍ୟ ରାଜପଥ(୧୫) ଆଦି ୩ଟି ସ୍ଥାନରେ ରାସ୍ତା ଅବରୋଧ କରି ଆନ୍ଦୋଳନ କରିଛନ୍ତି।

ଜିଲା ମୁଖ୍ୟ ଯୋଗାଣ ଅଧିକାରୀ(ସିସିଏସଓ)ଙ୍କ ଠାରୁ ମିଳିଥିବା ତଥ୍ୟ ଅନୁସାରେ, ଜିଲାରେ ଚାଷୀ ଧାନ ବିକ୍ରି ପାଇଁ ୬୪୩୩୦ ଜଣ ଚାଷୀ ପଞ୍ଜିକୃତ ହୋଇଥିବା ବେଳେ ଏପର୍‌ୟଯନ୍ତ କେବଳ ୬୧୮୯୨ ଜଣ ଚାଷୀଙ୍କ ନାମରେ ଟୋକନ ଜାରି ହୋଇ ସାରିଛି। ସେଥିରୁ ୫୨୫୪୨ଟି ଟୋକନ ଆକ୍ଟିଭିଷ୍ଟ ହୋଇଛି। ମାତ୍ର ଏପର୍‌ୟଯନ୍ତ ଆକ୍ଟିଭେଟ ହୋଇନଥିବା ଓ ଟୋକନ ପାଇନଥିବା ଅବଶିଷ୍ଟ ପାଖାପାଖି ପ୍ରାୟ ୧୦ ହଜାର ଚାଷୀ ଧାନ ବିକ୍ରି କରି ନ ପାରି ଗୁରୁତର ଅସୁବିଧା ସମ୍ମୁଖୀନ ହେଉଛନ୍ତି। ଏହାର ପ୍ରତିବାଦରେ ସମ୍ବଲପୁରରେ ବିଭିନ୍ନ ଚାଷୀ ସଂଗଠନ ରାସ୍ତାକୁ ଓହ୍ଲାଇ ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଘଟଣାସ୍ଥଳରେ ଜିଲା ସମବାୟ ସମିତି ସମୂହ ଉପ ନିବନ୍ଧକ(ଡିଆରସିଏସ) ଲକ୍ଷ୍ମୀକାନ୍ତ ରାଉତ ଉତ୍ତ୍ୟକ୍ତ ଚାଷୀଙ୍କୁ ବୁଝାଶୁଝା କରି ବିଫଳ ହୋଇଥିଲେ। ଫଳରେ ଚାଷୀଙ୍କ ରାସ୍ତାରୋକୋ ଆନ୍ଦୋଳନ ଅବ୍ୟାହତ ରହିଛି।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

ମହିଳା ବିଶ୍ୱକପ୍‌ ପାଇଁ ଫିଫାର ଆସିଲା ନୂଆ ନିୟମ, ଜାଣନ୍ତୁ…

ଜୁରିଚ୍‌,୨୦ା୩: ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ‘ଫିଫା’ର ଏକ ନୂଆ ନିୟମ ଅନୁମୋଦନ ଲାଭ କରିଛି। ଏଣିକି ମହିଳା ବିଶ୍ୱକପ୍‌ ଓ ଅନ୍ୟ ଟୁର୍ନାମେଣ୍ଟଗୁଡ଼ିକରେ ମହିଳା ଫୁଟ୍‌ବଲ…

ତୃତୀୟ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ

ଅକ୍‌ଲାଣ୍ଡ,୨୦ା୩: ଶୁକ୍ରବାର ଖେଳାଯାଇଥିବା ତୃତୀୟ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୮ ଉଇକେଟରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ। ଟମ୍‌ ଲଥାମ(୬୩)ଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ…

ରୁଷିଆରେ ଡିଜିଟାଲ୍‌ ଷ୍ଟ୍ରାଇକ୍‌: ଡ୍ରୋନ୍‌ ମାଡ଼ ଭୟରେ ଇଣ୍ଟରନେଟ୍‌ ସେବା ବନ୍ଦ, ପୁଟିନଙ୍କୁ ଘାରିଛି ଅଜଣା ଭୟ?

ନୂଆଦିଲ୍ଲୀ,୨୦।୩: ବର୍ତ୍ତମାନ ସାରା ବିଶ୍ୱ ଏକ ଅସ୍ଥିର ପରିସ୍ଥିତି ଦେଇ ଗତି କରୁଛି। ଗୋଟିଏ ପଟେ ରୁଷିଆ-ୟୁକ୍ରେନ ଯୁଦ୍ଧ ଜାରି ରହିଥିବା ବେଳେ ଅନ୍ୟପଟେ ଇରାନ, ଇସ୍ରାଏଲ…

ବାଲିଗୁଡ଼ାରେ ଗ୍ୟାସ୍‌ ସମସ୍ୟା, ହୋଟେଲ ବନ୍ଦ

ବାଲିଗୁଡା,୨୦ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛି। ଫଳରେ ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର ଅସନ୍ତୋଷ ବୃଦ୍ଧି ପାଇଛି। ଅନ୍ୟପଟେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri