ଆଜିଠାରୁ ରାଜ୍ୟରେ ଧାନ ସଂଗ୍ରହ

ଭୁବନେଶ୍ୱର,୨ା୧୨(ସୁଚିସ୍ମିତା ସାହୁ): ରାଜ୍ୟରେ ମଙ୍ଗଳବାରଠାରୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଲୋକସେବା ଭବନସ୍ଥିତ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ କାର୍ଯ୍ୟାଳୟରେ ରାଜ୍ୟ ଏବଂ ଜିଲା ରାଇସ ମିଲର୍ସ ଆସୋସିଏଶନର ଏକ ବୈଠକରେ ଧାନ ସଂଗ୍ରହ ନେଇ ବିସ୍ତୃତ ଆଲୋଚନା ହୋଇଛି। ଏହି ଅବସରରେ ମିଲର୍ସ ସଂଘ ପକ୍ଷରୁ ବିଭିନ୍ନ ସମସ୍ୟା ନେଇ ମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଏହି ଦାବିଗୁଡିକୁ ବିଚାରକୁ ନିଆଯାଇ ଖୁବଶୀଘ୍ର ସମାଧାନ କରାଯିବ ବୋଲି ମନ୍ତ୍ରୀ ପାତ୍ର କହିବା ପରେ ସହଯୋଗ ପାଇଁ ମିଲର୍ସମାନେ ପ୍ରତିଶ୍ରୁତି ଦେଇଛନ୍ତି। ଏଥିସହ ଧାନ କିଣା ପାଇଁ ରାଜ୍ୟ ଯୋଗାଣ ନିଗମ ସହ କଷ୍ଟମ ମିଲର୍ସର ବୁଝାମଣା ପତ୍ର ସ୍ବାକ୍ଷର ପରେ ମଙ୍ଗଳବାରଠାରୁ ଧାନ ସଂଗ୍ରହ ନିମନ୍ତେ ପ୍ରକ୍ରିୟା ଆରମ୍ଭ ହେବ।
ଚଳିତ ଖରିଫଋତୁରେ ରାଜ୍ୟରେ ଧାନ କିଣା ନେଇ ସରକାରୀସ୍ତରରେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଛି। ପଞ୍ଜୀକୃତ ଚାଷୀଙ୍କଠାରୁ ଧାନ ସଂଗ୍ରହ କରାଯିବା ସହ ସେମାନଙ୍କୁ ପ୍ରାପ୍ୟ ପ୍ରଦାନ ଉପରେ ମଧ୍ୟ ସରକାର ବିହିତ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ଚାଷୀମାନଙ୍କ ସ୍ବାର୍ଥ ରକ୍ଷା ଦିଗରେ ଉକ୍ତ ବୈଠକରେ ଆଲୋଚନା କରାଯାଇଛି। ଏହି ବୈଠକରେ ଓଡ଼ିଶା ରାଇସ ମିଲର୍ସ ଆସୋସିଏଶନର ସଭାପତି ମହେଶ କୁମାର ବଂଶଲ, ସାଧାରଣ ସମ୍ପାଦକ ଲକ୍ଷ୍ମୀନାରାୟଣ ଦୀପକ ରଞ୍ଜନ ଦାସ, ସମସ୍ତ ୩୦ଟି ଜିଲାର ମିଲର୍ସ ସଂଘ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

ତଣ୍ଟି ଚିପି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ପୋଲସରା,୧୯।୩: ଗଞ୍ଜାମ ଜିଲା ପୋଚାଲୁଣ୍ଡି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri