ଆଜିଠାରୁ ରାଜ୍ୟରେ ଧାନ ସଂଗ୍ରହ

ଭୁବନେଶ୍ୱର,୨ା୧୨(ସୁଚିସ୍ମିତା ସାହୁ): ରାଜ୍ୟରେ ମଙ୍ଗଳବାରଠାରୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଲୋକସେବା ଭବନସ୍ଥିତ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ କାର୍ଯ୍ୟାଳୟରେ ରାଜ୍ୟ ଏବଂ ଜିଲା ରାଇସ ମିଲର୍ସ ଆସୋସିଏଶନର ଏକ ବୈଠକରେ ଧାନ ସଂଗ୍ରହ ନେଇ ବିସ୍ତୃତ ଆଲୋଚନା ହୋଇଛି। ଏହି ଅବସରରେ ମିଲର୍ସ ସଂଘ ପକ୍ଷରୁ ବିଭିନ୍ନ ସମସ୍ୟା ନେଇ ମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଏହି ଦାବିଗୁଡିକୁ ବିଚାରକୁ ନିଆଯାଇ ଖୁବଶୀଘ୍ର ସମାଧାନ କରାଯିବ ବୋଲି ମନ୍ତ୍ରୀ ପାତ୍ର କହିବା ପରେ ସହଯୋଗ ପାଇଁ ମିଲର୍ସମାନେ ପ୍ରତିଶ୍ରୁତି ଦେଇଛନ୍ତି। ଏଥିସହ ଧାନ କିଣା ପାଇଁ ରାଜ୍ୟ ଯୋଗାଣ ନିଗମ ସହ କଷ୍ଟମ ମିଲର୍ସର ବୁଝାମଣା ପତ୍ର ସ୍ବାକ୍ଷର ପରେ ମଙ୍ଗଳବାରଠାରୁ ଧାନ ସଂଗ୍ରହ ନିମନ୍ତେ ପ୍ରକ୍ରିୟା ଆରମ୍ଭ ହେବ।
ଚଳିତ ଖରିଫଋତୁରେ ରାଜ୍ୟରେ ଧାନ କିଣା ନେଇ ସରକାରୀସ୍ତରରେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଛି। ପଞ୍ଜୀକୃତ ଚାଷୀଙ୍କଠାରୁ ଧାନ ସଂଗ୍ରହ କରାଯିବା ସହ ସେମାନଙ୍କୁ ପ୍ରାପ୍ୟ ପ୍ରଦାନ ଉପରେ ମଧ୍ୟ ସରକାର ବିହିତ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ଚାଷୀମାନଙ୍କ ସ୍ବାର୍ଥ ରକ୍ଷା ଦିଗରେ ଉକ୍ତ ବୈଠକରେ ଆଲୋଚନା କରାଯାଇଛି। ଏହି ବୈଠକରେ ଓଡ଼ିଶା ରାଇସ ମିଲର୍ସ ଆସୋସିଏଶନର ସଭାପତି ମହେଶ କୁମାର ବଂଶଲ, ସାଧାରଣ ସମ୍ପାଦକ ଲକ୍ଷ୍ମୀନାରାୟଣ ଦୀପକ ରଞ୍ଜନ ଦାସ, ସମସ୍ତ ୩୦ଟି ଜିଲାର ମିଲର୍ସ ସଂଘ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri