ମଣ୍ଡିରେ ପଡ଼ି ରହିଛି ଧାନ

ପଦ୍ମପୁର,  ୨୨।୧ (ଡି.ଏନ.ଏ.) ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିଭିନ୍ନ ସମିତି ଓ ସ୍ବୟଂସହାୟକ ଗୋଷ୍ଠୀଠାରୁ ଧାନ ଉଠାଉ ନାହାନ୍ତି ସହବନ୍ଧିତ ମିଲର। ବ୍ଲକର ୨୦ଟି ସେବା ସମବାୟ ସମିତି ଓ ୭ଟି ସ୍ବୟଂ ସହାୟକ ଗୋଷ୍ଠୀ ଚାଷୀମାନଙ୍କଠାରୁ ଧାନ କିଣିବା ପାଇଁ ସହବନ୍ଧିତ ହୋଇଛନ୍ତି। ଚାଷୀମାନଙ୍କୁ ଟୋକନ ପ୍ରଦାନ କରାଯିବା ପରେ ସେମାନେ ଧାନ ଆଣି ବିଭିନ୍ନ ମଣ୍ଡିରେ ପହଞ୍ଚାଇଛନ୍ତି। ହେଲେ ଧାନର ମାନ, କଟ୍‌ନୀ ଓ ଲୋଡ଼ିଂ ପାଇଁ ଲେବର ଅଭାବ ଦର୍ଶାଇ ମିଲରମାନେ ମଣ୍ଡିରୁ ଧାନ ଉଠାଇ ନାହାନ୍ତି। ବିଭିନ୍ନ ମଣ୍ଡିରେ ୫୦ ହଜାର କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଧାନ ଖୋଲା ଆକାଶ ତଳେ ପଡ଼ି ରହିଛି। ସମିତିର ନିଜସ୍ବ ଗୋଦାମ ନ ଥିବା ବେଳେ ଧାନବସ୍ତା ରଖିବାକୁ ଜାଗା ନାହିଁ। ପାଣିପାଗ ବିଭାଗ ସୂଚନା ଅନୁସାରେ ଲଘୁଚାପ ସୃଷ୍ଟି ହୋଇଥିବା ବେଳେ ଶନିବାରଠାରୁ ବର୍ଷା ଆରମ୍ଭ ହୋଇଯିବ। ବର୍ଷା ହେଲେ ବିଲରେ ଗଦା ହୋଇଥିବା ଅମଳ ଧାନ ଓ ମଣ୍ଡିରେ ଥିବା ଧାନ ସବୁ ବର୍ଷାରେ ଭିଜି ନଷ୍ଟ ହୋଇଯିବ। ବର୍ଷାରେ ଓଦା ହେଲେ ଆଉ କୌଣସି ମିଲ୍‌ ଭିଜିଥିବା ଧାନ ନେବ ନାହିଁ। ଫଳରେ ସମିତି ଓ ଚାଷୀମାନେ ବିଶେଷ ଭାବେ କ୍ଷତିଗ୍ରସ୍ତ ହେବେ ବୋଲି ପ୍ରକାଶ କରିଛନ୍ତି।
ପଦ୍ମପୁର, ଏଡ଼ତାଳ, ସୁଗୋ, ବାଲିମେଦ ସମିତିରେ ୧୦ ହଜାର କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଧାନବସ୍ତା ଜମା ରହିଥିବା ସୂଚନା ମିଳିଛି। ଧାନ ଉଠା ନ ହେଲେ ଆଉ ଚାଷୀମାନଙ୍କଠାରୁ କିଣାଯାଇ ପାରିବ ନାହିଁ ବୋଲି ପଦ୍ମପୁର, ସୁଗୋ ଓ ଏଡ଼ତାଳ ସମିତି ସମ୍ପାଦକ ଅନିରୁଦ୍ଧ ନାୟକ କହିଛନ୍ତି। ଏ ସମ୍ପର୍କରେ ଭଦ୍ରକ ସେବା ସମବାୟ ସମିତି ସମୂହର ଉପ ସହକାରୀ ନିବନ୍ଧକ ସତ୍ୟପ୍ରକାଶ ସେଠୀଙ୍କୁ ପଚାରିବାରୁ ମିଲରମାନେ ଖୁବ୍‌ଶୀଘ୍ର ମଣ୍ଡିରୁ ଧାନ ଉଠାଇ ନେବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୌଦ୍ଧ ବିଧାୟକଙ୍କ ନାଁରେ ଗିରଫ ପରୱାନା

ହରଭଙ୍ଗା,୨୭ା୯(ନରେନ୍ଦ୍ର କୁମାର ସାହୁ): ୨୦୨୪ରେ ଅନୁଷ୍ଠିତ ୧୭ତମ ବିଧାନସଭା ନିର୍ୱାଚନ ସମୟରେ ବର୍ତ୍ତମାନର ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ…

ଓଡ଼ିଶାରେ ଦ୍ୱିତୀୟ ଏମ୍ସ ନେଇ କେନ୍ଦ୍ର ଅସ୍ପଷ୍ଟ

ବଲାଙ୍ଗୀର,୨୭ା୯(ବୀରେନ୍ଦ୍ର କୁମାର ଝାଙ୍କର): ଗତ ୨ ବର୍ଷ ତଳେ ୨୦୨୪ ସେପ୍ଟେମ୍ୱର ୮ରେ ସମ୍ୱଲପୁରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଦ୍ୱିତୀୟ ଏମ୍ସ ସମ୍ୱଲପୁରରେ ପ୍ରତିଷ୍ଠା…

ହୀରାକୁଦର ୨୦ ଗେଟ୍‌ ଖୋଲିଲା: ବୈତରଣୀରେ ୮, ସାଳନ୍ଦୀରେ ୬ ବନ୍ୟା

ଭୁବନେଶ୍ୱର, ୨୭ା୯ (ବନ୍ଦନା ସେଠୀ): ଲଗାଣ ବର୍ଷା ଯୋଗୁ ଓଡ଼ିଶାର ବିଭିନ୍ନ ନଦୀରେ ବନ୍ୟାସ୍ଥିତି ଗମ୍ଭୀର ହୋଇଚାଲିଛି। ଦକ୍ଷିଣ ଓଡ଼ିଶାରେ ଦୁଇଦିନ ଧରି କେତେକ ନଦୀରେ ବନ୍ୟା…

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?