ଦାଉ ସାଧୁଛନ୍ତି ମିଲର: ସରକାରଙ୍କ ହସ୍ତକ୍ଷେପ ପରେ ବି ଉଠୁନି ଧାନ 

ଛତ୍ରପୁର,୧୨।୧(ଦିଲ୍ଲୀପ ସାମଲ): ଧାନ ମଣ୍ଡିରେ ଅଚଳବସ୍ଥା। ଧାନମଣ୍ଡି ଖୋଲାଯାଇଛି ସତ ମାତ୍ର  ହେଲେ ମିଲର ଧାନ ନେଉନି । ପୂର୍ବ ସରକାର ଅପେକ୍ଷା ଅଧିକ କଟନୀ ଛଟନୀ  ହେଉଛି। ଏଭଳି ଅଭିଯୋଗ କରି ଛତ୍ରପୁର ଉପଜିଲାପାଳଙ୍କ ଦ୍ୱାରସ୍ତ ହୋଇଛନ୍ତି ହିଞ୍ଜିଳି ବ୍ଲକ ଅନ୍ତର୍ଗତ ଚାନ୍ଦୁଲି ପଞ୍ଚାୟତ ଖଣ୍ଡରା ଗ୍ରାମର ଶତାଧିକ ଚାଷୀ । ମିଲରମାନେ ଚାଷୀଙ୍କୁ ସହଯୋଗ କରିବା ବଦଳରେ ତାଙ୍କ ଉପରେ ଦାଉ ସାଧିଛନ୍ତି।ବିନା କଟନୀ ଛଟନୀରେ ଧାନ କ୍ରୟ କରିବାକୁ ନିର୍ଦ୍ଦେଶ ରହିଥିବା ବେଳେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି ।  ପୂର୍ବ ସରକାର ଅପେକ୍ଷା ଏବେ ଅଧିକ କଟନୀ ଛଟନୀ ହେଉଛି ବୋଲି କହିଛନ୍ତି ବହୁ ଚାଷୀ। ସୁତା ଅଖାରେ ଆଣିଲେ ୭ କେଜି ଏବଂ ଜରି ଅଖାରେ ଆଣିଲେ ୧୦ କେଜି  ଧାନ ଅଧିକ ଦେବାକୁ କୁହାଯାଉଛି। ନିୟମ ଠାରୁ ଅଧିକ ଧାନ ଦେଲେ ହିଁ ମିଲର ଚାଷୀଙ୍କ ଠାରୁ  ଧାନ ନେବେ ବୋଲି କହୁଛନ୍ତି  । ନଚେତ ନାହିଁ । ଏ ନେଇ  ଚାଷୀମାନେ ହିଞ୍ଜିଳି ଏମଆଇଙ୍କୁ ଜଣାଇଥିଲେ ମଧ୍ୟ କୌଣସି କାର୍ଯ୍ୟକାରୀ ହୋଇନାହିଁ ବୋଲି ଗ୍ରାମର ଚାଷୀମାନେ ଅଭିଯୋଗ କରିଛନ୍ତି ।  ମିଲର ଏବଂ ଯୋଗାଣ ବିଭାଗର ସମନ୍ବୟ ରହୁନି ଯାହାଫଳରେ ଚାଷୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ଅନ୍ୟପଟେ ଚାଷୀଙ୍କ ସମସ୍ତ ଧାନ  ମଣ୍ଡିରେ କିପରି ସୁରୁଖୁରୁରେ କିଣା ଯିବ   ସେମାନଙ୍କ ସମସ୍ୟାର ଯଥାଶୀଘ୍ର ସମାଧାନ କରିବା ନିମନ୍ତେ ଚାଷୀମାନେ ଦାବି  କରିଛନ୍ତି । ଏନେଇ ଏକ ଲିଖିତ ଦାବିପତ୍ର ଉପଜିଲାପାଳଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରିଛନ୍ତି । ନଚେତ ଆଗାମୀ ଦିନରେ ମଣ୍ଡି ସମ୍ମୁଖରେ ଆନ୍ଦୋଳନ କରାଯିବ ବୋଲି   ଚେତାବନୀ ଦିଆଯିବ ବୋଲି ସେମାନେ କହିଛନ୍ତି । ଏହି ଦାବିପତ୍ର ପ୍ରଦାନ ବେଳେ ମଳୟ କୁମାର ଦାଶ, ହରିକୃଷ୍ଣ ମୁନି, ଗଙ୍ଗାରାମ ପଣ୍ଡାଙ୍କ ସମେତ ଶତାଧିକ ଚାଷୀ ମାନେ ଉପସ୍ଥିତ ଥିଲେ ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

୪୦ ବର୍ଷ ପରେ ଖୋଲେ ଭାଗ୍ୟର ତାଲା! ଏହି ୩ ରାଶିର ଲୋକଙ୍କ ଉପରେ ବର୍ଷେ ଧନ , ଯଶ

ଜୀବନରେ ଅନେକ ସଂଘର୍ଷ କରିବା ପରେ ମଧ୍ୟ ଯଦି ସଫଳତା ମିଳୁନାହିଁ, ତେବେ ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଏହା ପଛରେ ଗ୍ରହ ନକ୍ଷତ୍ରର ପ୍ରଭାବ ଥାଇପାରେ। ଜ୍ୟୋତିଷର…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri