ମଣ୍ଡିରୁ ଧାନ ଉଠୁନି, ରାଜପଥ ଅବରୋଧ

ବାଉଁଶୁଣୀ,୨୨।୨(ଡି.ଏନ.ଏ.): ବୌଦ୍ଧ ଜିଲା ବାଉଁଶୁଣୀ ମଣ୍ଡିରୁ ଧାନ ନ ଉଠିବା ପ୍ରତିବାଦରେ ମଙ୍ଗଳବାର ଚାଷୀଙ୍କ ପକ୍ଷରୁ ବାଉଁଶୁଣୀ ଛକଠାରେ ବୌଦ୍ଧ-ବଲାଙ୍ଗୀର ୫ ୭ ନ ଜାତୀୟ ରାଜପଥ ଅବରୋଧ କରାଯାଇଥିଲା। ମଣ୍ଡିରେ ହଜାର ହଜାର କୁଇଣ୍ଟାଲ ଧାନ ଖୋଲା ଆକାଶ ତଳେ ପଡି ରହିଛି। ପ୍ରାୟ ୩ ଗ୍ରାମର ଚାଷୀ ଏହି ମଣ୍ଡିରେ ଧାନ ବିକ୍ରି କରିଥାନ୍ତି ା କିନ୍ତୁ ମିଲରର ମନମାନୀ ଯୋଗୁ ଚାଷୀ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଖାଲି ସେତିକି ନୁହେଁ କୁଇଣ୍ଟାଲ ପିଛା ୩ରୁ ୫ ପର୍ଯ୍ୟନ୍ତ କଟ୍‌ନୀ ଛଟ୍‌ନୀ କରୁଥିବା ଚାଷୀ ଅଭିଯୋଗ କରିଛନ୍ତି । ଚଳିତ ମାସ ୨ତାରିଖରୁ ଆଜି ପର୍ଯ୍ୟନ୍ତ ମଣ୍ଡିରେ ଧାନ ପଡି ରହିଛି ା ଚାଷୀ କ୍ଷତି ସହୁଛି ା ଏହାର ପ୍ରତିବାଦରେ ଅଞ୍ଚଳର ଶତାଧିକ ଚାଷୀ ରାସ୍ତା ଅବରୋଧ କରିଥିଲେ ା ରାସ୍ତା ଅବରୋଧ ଅପରାହ୍ନ ୩ ଟାରୁ ସନ୍ଧ୍ୟା ୬ ଟ ପର୍ଯ୍ୟନ୍ତ ହୋଇଥିଲା। ଏଥିଯୋଗୁ ଉଭୟ ପାର୍ଶ୍ୱରେ ଶତାଧିକ ଗାଡି ମୋଟର ଅଟକି ରହିଥିଲା । ଘଟଣାସ୍ଥଳରେ ବାଉଁଶୁଣୀ ପୋଲିସ ପହଞ୍ଚି ଚାଷୀଙ୍କୁ ବୁଝାଶୁଝା କରିଥିଲେ ା କିନ୍ତୁ ଜିଲା ଯୋଗାଣ ଅଧିକାରୀ କିମ୍ବା ଜିଲାପାଳ ନ ଆସିବା ପର୍ଯ୍ୟନ୍ତ ରାସ୍ତାରୋକୋରୁ ହଟିବୁ ନାହିଁ ବୋଲି ଚାଷୀ ଅଡି ବସିଥିଲେ। ବାଉଁଶୁଣୀ ଥାନା ଅଧିକାରୀ ଅରୁଣ ସିଂଙ୍କ ଉପସ୍ଥିତିରେ ଯୋଗାଣ ନିରୀକ୍ଷକ ବିପିନ ବିହାରୀ ମହାପାତ୍ର, ବାଉଁଶୁଣୀ ରାଜସ୍ବ ନିରୀକ୍ଷକ ସୁଜିତ କୁମାର ସାହୁ ଚାଷୀଙ୍କ ସହିତ ଆଲୋଚନା କରି ଧାନ ଉଠିବା ପାଇଁ ଲିଖିତ ପ୍ରତିଶ୍ରୁତି ଦେବା ପରେ ଚାଷୀମାନେ ଆନ୍ଦୋଳନରୁ ଓହରି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri