ମାଲକାନଗିରିରେ ଖୋଲିଲା ଧାନମଣ୍ଡି

ମାଲକାନଗିରି,୩୦ା୧୧(ଡି.ଏନ୍‌.ଏ.): ସୋମବାର ମାଲକାନଗିରି ଜିଲାରେ ଚାଷୀମାନଙ୍କ ନିକଟରୁ ଧାନ କିଣିବା ପାଇଁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଧାନମଣ୍ଡି ଖୋଲାଯାଇଛି। ସଦର ମହକୁମା ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପରିସରରେ ଥିବା ମଣ୍ଡିକୁ ଜିଲାପାଳ ଓ୍ବାଇ ବିଜୟ ଉଦ୍‌ଘାଟନ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଉପଜିଲାପାଳ ତଥା ନିୟନ୍ତ୍ରିତ ବଜାର କମିଟି ଅଧ୍ୟକ୍ଷ ରାମେଶ୍ୱର ପ୍ରଧାନ, ଜିଲା ଯୋଗାଣ ଅଧିକାରୀ ଅଜୟ କୁମାର ରଥ, ନିୟନ୍ତ୍ରିତ ବଜାର କମିଟି ସମ୍ପାଦକ ଗୁରୁଚରଣ ନାୟକ, ରାଷ୍ଟ୍ରୀୟ କିଷାନ ମଜଦୁର ସଂଘ ସଭାପତି ସନୁ ଅନୁଗୁଙ୍କ ସହ ନିୟନ୍ତ୍ରିତ ବଜାର କମିଟିର କର୍ମଚାରୀ, ମାଲକାନଗିରି ଲ୍ୟାମ୍ପ ପରିଚାଳକ ଏବଂ ମିଲ୍‌ ମାଲିକମାନେ ଉପସ୍ଥିତ ଥିଲେ। ଆଜି ମଣ୍ଡିକୁ ୧୪ ଜଣ ଚାଷୀ ଧାନ ଆଣିଥିଲେ। ଟୋକନ ପାଇଥିବା ଚାଷୀମାନେ ନିର୍ଦ୍ଧାରିତ ଦିନ ପୂର୍ବରୁ ଧାନ ସହ ନିଜ ପରିଚୟ ପ୍ରମାଣ, ଭୋଟର ପରିଚୟ ପତ୍ର, କିଷାନ କ୍ରେଡିଟ କାର୍ଡ, ବିଜୁ କଲ୍ୟାଣ ଯୋଜନା କାର୍ଡ, ଆଧାର କାର୍ଡର ନକଲ ଧରି ମଣ୍ଡିକୁ ଆଣି ଆସିବେ। ମଣ୍ଡିରେ ଟୋକନ ପାଇଥିବା ଚାଷୀମାନେ ସକାଳ ୮ଟାର ଅପରାହ୍ନ ୨ଟା ପର୍ଯ୍ୟନ୍ତ ମଣ୍ଡିକୁ ଧାନ ଆଣିପାରିବେ। ପଞ୍ଜୀକୃତ ଚାଷୀମାନେ ୭ ଦିନ ପୂର୍ବରୁ ଟୋକନ ପାଇପାରିବେ। ଯଦି କୌଣସି ଅସୁବିଧା ଉପୁଜେ ମାଲକାନଗିରି ଜିଲାପାଳ, ଜିଲା ଯୋଗାଣ ବିଭାଗ, ସମ୍ପାଦକ, ନିୟନ୍ତ୍ରିତ ବଜାର କମିଟିକୁ ଫୋନ୍‌ ଦ୍ୱାରା ଜଣାଇବେ। ସାଧାରଣ ଧାନ କ୍ୱିଣ୍ଟାଲ ପିଛା ୧୮୬୮ ଟଙ୍କା ଥିଲା ବେଳେ ଗ୍ରେଡ୍‌ ‘ଏ’ ଧାନ କ୍ୱିଣ୍ଟାଲ ପିଛା ୧୮୮୮ ଟଙ୍କା ସରକାରଙ୍କ ଦ୍ୱାରା ଧାର୍ଯ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋନାଲିସା ଓ ମିହିର ରଞ୍ଜନଙ୍କୁ ସମ୍ମାନିତ କଲା ସମ୍ବର୍ଦ୍ଧନା ମଞ୍ଚ

ପାଟଣା,୨୫।୮(ବୀର କିଶୋର ଦାଶ): ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ମଞ୍ଚ, ସ୍ୱାମ ପାଟଣା ପକ୍ଷରୁ ମଙ୍ଗଳବାର ପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଶେଷ ସମ୍ବର୍ଦ୍ଧନା…

ପାଣି ଡ୍ରମ ଭିତରେ କୁଣ୍ଡଳୀ ମାରି ବସିଥିଲା ବିରାଟକାୟ ଅଜଗର, ପରିବାର ଲୋକଙ୍କ ମଧ୍ୟରେ ଖେଳିଗଲା ଆତଙ୍କ, ତା’ ପରେ…

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଶିକରପାଇ ଅଞ୍ଚଳରେ ଏକ ବିଶାଳ ଅଜଗର ସାପ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଆଦିବାସୀ ଝିଅ ପୂର୍ଣ୍ଣିମା, ସମଗ୍ର କୋକସରା ଅଞ୍ଚଳରେ ଖୁସିର ଲହରୀ

କୋକସରା,୨୫।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବଡ଼ପୋଡ଼ାଗୁଡ଼ା ଗ୍ରାମର ମେଧାବୀ ଆଦିବାସୀ ଝିଅ ପୂର୍ଣ୍ଣିମା ପୁଝାରୀ ସର୍ବଭାରତୀୟ ନିଟ୍ (NEET UG) ପରୀକ୍ଷାରେ ସଫଳତା…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ବିନା କୋଚିଂରେ ନିଟ୍‌ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…

କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri