ଖୋଲା ଆକାଶ ତଳେ ଧାନମଣ୍ଡି, ଚିନ୍ତାରେ ଚାଷୀ

କଟକ ସଦର,୭।୧(ଡି.ଏନ୍‌.ଏ.): କଟକ ସଦର ବ୍ଲକ ଅଞ୍ଚଳର ଧାନମଣ୍ଡି ଜାନୁୟାରୀରୁ ଖୋଲିଯାଇଛି। ତେବେ ସବୁ ମଣ୍ଡି ଏକ ଘରେ ରହିବା ବଦଳରେ ଖୋଲା ଆକାଶ ତଳେ ପଡ଼ିରହିଛି। ଫଳରେ ଅଦିନିଆ ବର୍ଷାକୁ ନେଇ ଚାଷୀ ଚିନ୍ତାରେ ଅଛନ୍ତି। ମଣ୍ଡିର ଭିତ୍ତିଭୂମି ବିକାଶ ପାଇଁ ଯୋଗାଣ ବିଭାଗ କୁଇଣ୍ଟାଲ ପିଛା ୮ଟଙ୍କା ୬୭ ପଇସା ଦେଉଛନ୍ତି। ହେଲେ ସେହି ଅନୁସାରେ କାର୍ଯ୍ୟ କରାଯାଉ ନାହିଁ ବୋଲି ବିଭିନ୍ନ ଚାଷୀ ସଙ୍ଗଠନ ପକ୍ଷରୁ ବୁଧବାର କଟକ ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି।
ବ୍ଲକର ଦଧିବାମନପୁର, କୁଳସରିଚୁଅଁା, ଗତିରାଉତପାଟଣା, କନ୍ଦରପୁର, ଅରିଲୋ, କିଶୋରନଗର ଓ ପ୍ରହରାଜପୁର ସମବାୟ ସମିତି ଜରିଆରେ ଧାନସଂଗ୍ରହ କରାଯିବ ବୋଲି କେନ୍ଦୁପାଟଣା ନିୟନ୍ତ୍ରିତ ବଜାର କମିଟି ଘୋଷଣା କରିଛି। କିନ୍ତୁ ମଣ୍ଡି ସବୁ ଖୋଲା ଆକାଶ ତଳେ ରହୁଥିବାରୁ ପ୍ରତିବର୍ଷ ଚାଷୀମାନେ ଧାନ ଦେଇ ହୀନସ୍ତା ହେଉଛନ୍ତି। ଏପରିକି ସେଠାରେ ବସିବା କି ପିଇବା ପାଣି ଦିଆଯାଉ ନ ଥିବା ୪୨ ମୌଜାର ସମବାୟବିତ ବିଜୟ ରାଉତରାୟ କହିଛନ୍ତି। ଯୋଗାଣ ବିଭାଗ ସୂଚନା ଅନୁଯାୟୀ, ନିୟନ୍ତ୍ରିତ ବଜାର କମିଟି ଓ ସମବାୟ ସମିତି ଧାନ ବିକ୍ରି ଲବ୍ଧଅର୍ଥରୁ ୨ ଓ ୨.୫ ପ୍ରତିଶତ ଲାଭ ପାଆନ୍ତି। ଏହି ଧାନ କ୍ରୟ ପ୍ରକ୍ରିୟାରେ ଲାଭାଂଶକୁ ଦୃଷ୍ଟିରେ ରଖି ସରକାରୀ ସଂସ୍ଥାମାନେ ମଣ୍ଡିର ସୁବ୍ୟବସ୍ଥା କରିବା ଦରକାର ବୋଲି ଆୟତପୁରର ଗୋକୁଳଚନ୍ଦ୍ର ପ୍ରଧାନ କହିଛନ୍ତି। ଅନ୍ୟପଟେ କେନ୍ଦୁପାଟଣା ନିୟନ୍ତ୍ରିତ ବଜାର କମିଟି ଜିଲା ପାଇଁ ଅଧିକୃତ ହୋଇଥିବାରୁ ଏହାର ବିକାଶ ପାଇଁ ବ୍ୟବସ୍ଥା କରିବା ଦରକାର ବୋଲି ସେ କହିଛନ୍ତି। ଏ ନେଇ ନିୟନ୍ତ୍ରିତ ବଜାର କମିଟି ଅଧ୍ୟକ୍ଷ ତଥା ଉପଜିଲାପାଳ ପ୍ରତାପ ଚନ୍ଦ୍ର ବେଉରା, ସମ୍ପାଦକ ତଥା ସାଲେପୁର ଅତିରିକ୍ତ ତହସିଲଦାର ସମୀର ରଞ୍ଜନ ଦାସଙ୍କୁ ଯୋଗାଯୋଗ କରାଯାଇଥିଲେ ସୁଦ୍ଧା ପ୍ରତିକ୍ରିୟା ମିଳିପାରି ନାହିଁ। ଅପରପକ୍ଷେ କଟକ ଜିଲା ଧାନ ସଂଗ୍ରହ ଅଧିକାରୀ ଜ୍ଞାନେନ୍ଦ୍ରିୟ ମିଶ୍ରଙ୍କୁ ପଚାରିବାରୁ ନିୟନ୍ତ୍ରିତ ବଜାର କମିଟିର କର୍ମକର୍ତ୍ତାଙ୍କ ସହ ଖୁବଶୀଘ୍ର ଅଭିଯୋଗ ସମ୍ପର୍କରେ ଆଲୋଚନା କରିବେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri