ଧାନ ଏମ୍‌ଏସ୍‌ପି ୧୪୩ ଟଙ୍କା ବଢ଼ିଲା

ନୂଆଦିଲ୍ଲୀ,୮ା୬: କେନ୍ଦ୍ର ସରକାର ୨୦୨୩-୨୪ ଖରିଫ ବର୍ଷ ନିମନ୍ତେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) କୁଇଣ୍ଟାଲ ପିଛା ୭% ଅର୍ଥାତ୍‌ ୧୪୩ ଟଙ୍କା ବୃଦ୍ଧି କରିଛନ୍ତି। ଫଳରେ କୁଇଣ୍ଟାଲ ପିଛା ସାଧାରଣ ଧାନର ଏମ୍‌ଏସ୍‌ପି ୨,୦୪୦ ଟଙ୍କାରୁ ୨୧୮୩ ଟଙ୍କା ଏବଂ ‘ଏ’ ଗ୍ରେଡ୍‌ ଧାନର ଏମ୍‌ଏସ୍‌ପି ୨୦୬୦ ଟଙ୍କାରୁ ୨୨୦୨ ଟଙ୍କାକୁ ବୃଦ୍ଧି ପାଇଛି। ଗତ ୧୦ ବର୍ଷ ମଧ୍ୟରେ ଏହା ହେଉଛି ଦ୍ୱିତୀୟ ସର୍ବାଧିକ ବୃଦ୍ଧି। ୨୦୧୮-୧୯ରେ ଧାନ ଏମ୍‌ଏସ୍‌ପି କୁଇଣ୍ଟାଲ ପିଛା ୨୦୦ ଟଙ୍କା ବଢ଼ିଥିଲା।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ଅର୍ଥନୈତିକ ବ୍ୟାପାର ସମ୍ପର୍କିତ କ୍ୟାବିନେଟ୍‌ କମିଟି ବୈଠକରେ ଧାନ ସମେତ ଅନ୍ୟ କେତେକ ଫସଲର ଏମ୍‌ଏସ୍‌ପି ବୃଦ୍ଧିକୁ ଅନୁମୋଦନ ଦିଆଯାଇଛି। ତଦନୁଯାୟୀ ଏହି ଫସଲଗୁଡ଼ିକର କୁଇଣ୍ଟାଲ ପିଛା ମୂଲ୍ୟ ୫.୩%ରୁ ୧୦.୩୫% ଅର୍ଥାତ୍‌ ୧୨୮ ଟଙ୍କାରୁ ୮୦୫ ଟଙ୍କା ଯାଏ ବଢ଼ିଛି। ଗଣମାଧ୍ୟମକୁ ସୂଚନା ଦେଇ ଉପଭୋକ୍ତା ବ୍ୟାପାର, ଖାଦ୍ୟ ଓ ସାଧରଣ ବଣ୍ଟନ ମନ୍ତ୍ରୀ ପୀୟୂଷ ଗୋୟଲ କହିଛନ୍ତି ଯେ, ପୂର୍ବବର୍ଷ ତୁଳନାରେ ଏଥର ଏମ୍‌ଏସ୍‌ପି ବୃଦ୍ଧି ଅଧିକ କରାଯାଇଛି। ଖୁଚୁରା ମୁଦ୍ରୀସ୍ଫୀତି କମୁଥିବାବେଳେ ଏହି ଏମ୍‌ଏସ୍‌ପି ବୃଦ୍ଧି ଚାଷୀମାନଙ୍କୁ ଲାଭ ଦେବ। ଏମ୍‌ଏସ୍‌ପି ବୃଦ୍ଧି ଚାଷୀଙ୍କୁ ସେମାନଙ୍କ ଉତ୍ପାଦନ ପାଇଁ ଲାଭଜନକ ମୂଲ୍ୟ ସୁନିଶ୍ଚିତ କରିବ ଏବଂ ବିଭିନ୍ନ ଫସଲ ଚାଷ କରିବାକୁ ଉତ୍ସାହିତ କରିବ ବୋଲି ଗୋୟଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

ଆମେ କୌଣସି ପରିସ୍ଥିତିରେ ବି ମୁଣ୍ଡ ନୁଆଁଇବୁ ନାହିଁ: କାହିଁକି ଏମିତି କହିଲେ ପ୍ରତିରକ୍ଷା ମନ୍ତ୍ରୀ

ଅହମ୍ମଦାବାଦ,୨୮।୪: ଭାରତ ଏକ ସାମରିକ ଶକ୍ତିଶାଳୀ ଦେଶରେ ପରିଣତ ହୋଇଛି। ଆମେ ଆମର ପଡ଼ୋଶୀମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରଖିବାକୁ ଚାହୁଁଛୁ। ଦେଶର ପ୍ରତିରକ୍ଷା...

ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ...

ଭାଜପାରେ ଚାଲେ ଆରଏସ୍‌ଏସ୍‌ ମୁଖ୍ୟଙ୍କ ସମ୍ଭିଧାନ:ସଞ୍ଜୟ ସିଂ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ତିହାର ଜେଲରେ ବନ୍ଦୀ ହେବା ପରେ ମୁକ୍ତ ହୋଇଥିବା ଆମ ଆଦମୀ ପାର୍ଟି...

ରାଜଧାନୀରେ ବଦଳିବେ ନାହିଁ ପ୍ରାର୍ଥୀ, ଲଭଲିଙ୍କ ଇସ୍ତଫା ପରେ କଂଗ୍ରେସ ଦୁଇଭାଗ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଅରବିନ୍ଦର ସିଂ ଲଭଲିଙ୍କ ଇସ୍ତଫା ପରେ ଦଳରେ ଆତଙ୍କ ଖେଳିଯାଇଛି। କୁହାଯାଉଛି ଯେ ଦିଲ୍ଲୀର ଆମ ଆଦମୀ ପାର୍ଟି...

ସ୍ବାଧୀନତା ପରଦିନ ରାମ ମନ୍ଦିର ନିର୍ମାଣ ନିଷ୍ପତ୍ତି ନିଆଯିବାର ଥିଲା: ମୋଦି

ବେଙ୍ଗାଲୁରୁ,୨୮।୪: ଉତ୍ତର କର୍ନାଟକରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଏବଂ ଇଣ୍ଡିଆ ଆଲାଇନ୍ସକୁ କଡ଼ା...

ଆମେ ୨ ପ୍ରଧାନମନ୍ତ୍ରୀ କରୁ କି ୪ ଆମର ଇଚ୍ଛା, ହେଲେ ତାନାଶାହାଙ୍କୁ ଆସିବାକୁ ଦେବୁ ନାହିଁ: ସଞ୍ଜୟ ରାଉତ

ପୁଣେ,୨୮।୪: ଦେଶରେ ଲୋକ ସଭା ନିର୍ବାଚନକୁ ନେଇ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଛି। ୭ଟି ପର୍ଯ୍ୟାୟରେ ହେବାକୁ ଥିବା ଏହି ନିର୍ବାଚନର ୨ ପର୍ଯ୍ୟାୟ ଶେଷ...

ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବିଙ୍କ ସହ ଚକି ପେଷୁଛନ୍ତି ରାଜଶ୍ରୀ

ପାଟନା,୨୮।୪: ବିହାରରେ ଦୁଇଟି ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଦଳ ଏବଂ ବିରୋଧୀ ଦଳର ନେତାମାନେ ନିର୍ବାଚନ ବୈଠକ କରି ସେମାନଙ୍କ ସପକ୍ଷରେ ସର୍ବସାଧାରଣ ଭୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri