ଧାନ ଏମ୍‌ଏସ୍‌ପି କୁଇଣ୍ଟାଲ ପିଛା ୬୯ ଟଙ୍କା ବୃଦ୍ଧି

ଭୁବନେଶ୍ୱର,୬ା୧୧ (ରବିନାରାୟଣ ଜେନା): ରାଜ୍ୟର କୃଷକଙ୍କ ହିତକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ନଭେମ୍ବର ପହିଲାରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଖରିଫ୍‌ ଋତୁ ଲାଗି କୁଇଣ୍ଟାଲ ପିଛା ଧାନର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ବାବଦକୁ ଅତିରିକ୍ତ ୬୯ ଟଙ୍କା ବୃଦ୍ଧି କରିଛନ୍ତି। ବର୍ଦ୍ଧିତ ଏମ୍‌ଏସ୍‌ପି ଅନୁଯାୟୀ, ଏଣିକି ଚାଷୀଙ୍କୁ କୁଇଣ୍ଟାଲ ପିଛା ୨୩୦୦ ବଦଳରେ ୨୩୬୯ ଟଙ୍କା ସାଧାରଣ ଧାନ ବାବଦକୁ ମିଳିବ। ଏହାବାଦ୍‌ ରାଜ୍ୟ ସରକାରଙ୍କ ଇନ୍‌ପୁଟ୍‌ ସବ୍‌ସିଡି ମିଶିବା ପରେ ଧାନ କୁଇଣ୍ଟାଲ ପିଛା ୩୧୦୦ ବଦଳରେ ୩୧୬୯ ଟଙ୍କା ହେବ। ଏନେଇ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ନଭେମ୍ବର ପହିଲାରେ ବିଜ୍ଞପ୍ତିନାମା ଜାରି ହୋଇଛି। ବିଜ୍ଞପ୍ତିରେ ବିଭାଗୀୟ ପ୍ରମୁଖ ସଚିବ ସଞ୍ଜୟ କୁମାର ସିଂହ ଦର୍ଶାଇଛନ୍ତି, ସାଧାରଣ ଧାନ କୁଇଣ୍ଟାଲ ପିଛା ଖରିଫ୍‌ ଲାଗି ୨,୩୬୯ ଟଙ୍କା ଧାର୍ଯ୍ୟ କରାଯାଇଥିବାବେଳେ ଗ୍ରେଡ୍‌ ଏ’ ଧାନ କୁଇଣ୍ଟାଲ ପିଛା ୨୩୮୯ ଟଙ୍କା ରହିଛି। ତେବେ ଏଥିରେ ରାଜ୍ୟ ସରକାରଙ୍କ ଇନ୍‌ପୁଟ୍‌ ସବ୍‌ସିଡି ୮୦୦ ଟଙ୍କା ମିଶିବା ପରେ ଗ୍ରେଡ୍‌ ଏ’ ଧାନ କୁଇଣ୍ଟାଲ ପିଛା ଚାଷୀ ୩୧୮୯ ଟଙ୍କା ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?