ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା ସଦର ବ୍ଲକର ଶତାଧିକ ଚାଷୀ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଥିଲେ। ପ୍ରାୟ ୩ ଘଣ୍ଟା ପରେ ଅତିରିକ୍ତ ଜିଲାପାଳ ସୁବାସ ଚନ୍ଦ୍ର ରଇତ ଓ ସମବାୟ ସମିତି ଉପନିବନ୍ଧକ ଶିବ ପ୍ରସାଦ ସ୍ବାଇଁ ଧାରଣାସ୍ଥଳକୁ ଆସି ଚାଷୀଙ୍କ ସହ ଆଲୋଚନା କରିଥିଲେ।ଶନିବାର ସବୁ ମଣ୍ଡିର ଧାନ ଉଠାଣ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଛି।

ପୂର୍ବାହ୍ନ ୧୦ଟାରୁ ମଣ୍ଡିରୁ ଧାନ ନ ଉଠିଲେ ୧୧ଟାରୁ ପୁଣି ଜିଲାପାଳ କାର୍ଯ୍ୟାଳୟ ଘେରାଉ କରି ରାଜରାସ୍ତା ଅବରୋଧ କରାଯିବ ବୋଲି ଚାଷୀ ଚେତାବନୀ ଦେଇଛନ୍ତି। ଆନ୍ଦୋଳନରେ ବିଜୁ ଜନତା ଦଳ ଜିଲା ସଭାପତି ତଥା ଜିଲା ପରିଷଦ ଅବନୀ ରଞ୍ଜନ ଯୋଶୀ, ଆଦିବାସୀ ନେତା ତଥା ଜିଲା ପରିଷଦ ସଭ୍ୟ ଭାନୁ ପ୍ରତାପ ସିଂ ମାଝି, ସଦର ବ୍ଲକ ଉପାଧ୍ୟକ୍ଷ ଦିଲିପ ନିର୍ମଲକର, ଗରିବ ସେନା ଜିଲା ଆବାହକ ରବି ମଙ୍ଗରାଜ, ଚାଷୀ ନେତା ମନୋଜ କୁମାର ସାହୁ, ଜିଲା ଯୁବ କଂଗ୍ରେସ ସଭାପତି ଅମିତ କୁମାର ଅହିର, ପ୍ରାଥମିକ କୃଷି ସମବାୟ ସମିତି ସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ ସମେତ ଶତାଧିକ ଚାଷୀ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ନାବାଳିକା ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର, ରେଲଓ୍ବେ ଷ୍ଟେଶନରୁ ଉଦ୍ଧାର ପରେ…

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଞ୍ଚଳର ଏକ ପ୍ରତିଷ୍ଠିତ କଲେଜରେ ଯୁକ୍ତ ୩ରେ ପଢୁଥିବା ଜଣେ ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri