ଜାନୁଆରୀ ୧୦ ସୁଦ୍ଧା ସବୁ ଜିଲାରେ ଧାନକିଣା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୧୧ (ରବିନାରାୟଣ ଜେନା): ଜାନୁଆରୀ ୧୦ ତାରିଖ ସୁଦ୍ଧା ସବୁ ଜିଲାରେ ଧାନ ସଂଗ୍ରହ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଧାନ ସଂଗ୍ରହ ବୈଠକ ଅବସରରେ କହିଛନ୍ତି। ବୈଠକରୁ ଜଣାପଡ଼ିଛି ଯେ, ଆଜି ପର୍ଯ୍ୟନ୍ତ ରାଜ୍ୟର ୧୨ ଜିଲାରେ ଧାନକ୍ରୟ ପ୍ରକ୍ରିୟା ଚାଲୁ ରହିଛି ଏବଂ ୧୭ ଜିଲାରେ ଟୋକନ୍‌ ପ୍ରଦାନ କରାଯାଇଛି। ଆଗାମୀ ଗୋଟିଏ ସପ୍ତାହ ମଧ୍ୟରେ ଆଉ ୫ ଜିଲାରେ ଧାନକିଣା ଆରମ୍ଭ ହେବ।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ୧,୧୧,୧୨୮ ଜଣ କୃଷକ ତାଙ୍କର ୪,୯୭,୫୯୪ ମେଟ୍ରିକ୍‌ ଟନ୍‌ ଧାନ ବିକ୍ରୟ କରିପାରିଛନ୍ତି। ଏପର୍ଯ୍ୟନ୍ତ ଏଥିପାଇଁ ପ୍ରାୟ ୧୦୫୬.୦୮ କୋଟି ଟଙ୍କାର ଅର୍ଥ ପ୍ରଦାନ କରାଯାଇଛି। ବୈଠକରେ ଧାନ ସଂଗ୍ରହରେ ଯେପରି ସମ୍ପୂର୍ଣ୍ଣ ସ୍ୱଚ୍ଛତା ଅବଲମ୍ୱନ ହେବ ଏବଂ କୌଣସି ପରିସ୍ଥିତିରେ ଚାଷୀମାନଙ୍କ ହକ୍‌ ଉପରେ ଆଞ୍ଚ୍‌ ନ ଆସିବ, ତାକୁ ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମିଲର୍‌ମାନେ ଯେପରି ଚାଷୀମାନଙ୍କଠାରୁ ଠିକ୍‌ ଭାବରେ ଧାନ ସଂଗ୍ରହ କରିବେ ଏବଂ ଚାଷୀମାନେ ଯେପରି ଠିକ୍‌ ସମୟରେ ତାଙ୍କ ପ୍ରାପ୍ୟ ପାଇବେ, ସେଥିପ୍ରତି ଶତପ୍ରତିଶତ ଧ୍ୟାନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ବୈଠକରେ ଅଣଧାନ ଫସଲ ସଂଗ୍ରହ ଉପରେ ଗୁରୁତ୍ୱ ଆରୋପ କରାଯାଇଥିଲା। ବିଶେଷକରି ମାଣ୍ଡିଆ, ଡାଲିଜାତୀୟ ଫସଲ ଓ ତୈଳବୀଜ ଚାଷକୁ ଅଧିକ ପ୍ରୋତ୍ସାହନ ଦେବା ପାଇଁ ବୈଠକରେ ମତ ପ୍ରକାଶ ପାଇଥିଲା। ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡ଼ା ଓ ବରିଷ୍ଠ ଅଧିକାରୀମାନେ ବୈଠକରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?