ଆଜିଠୁ ଧାନ କିଣା ଆରମ୍ଭ

ଭୁବନେଶ୍ୱର, ୨୫।୧୧(ସୁନିତ୍‌ ମିଶ୍ର): ରାଜ୍ୟରେ ମଙ୍ଗଳବାରଠାରୁ ଧାନକିଣା ଆରମ୍ଭ ହେବ ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମନ୍ତ୍ରୀ ବଳସାମନ୍ତ କହିଛନ୍ତି, ଚାଷୀଙ୍କ ପାଇଁ ମଣ୍ଡିଗୁଡ଼ିକରେ ଏଥର ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ମଣ୍ଡିରେ ଖାଦ୍ୟ, ପାନୀୟ, ଶୌଚାଳୟ ଭଳି ସବୁ ବ୍ୟବସ୍ଥା କରାଯାଇଛି। ଠିକ୍‌ ସମୟରେ ଗାଡ଼ି ପହଞ୍ଚାଇବା ପାଇଁ ମିଲ୍‌ ମାଲିକଙ୍କୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ଧାନ କିଣା ଉପରେ ନଜର ରଖିବାକୁ ଅଧିକାରୀଙ୍କୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। କଟ୍‌ନି ଛଟ୍‌ନି ଉପରେ ରାଜ୍ୟ ସରକାର ନଜର ରଖିଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ, ପୂର୍ବରୁ ଗତ ୨୦ ତାରିଖରୁ ଧାନ ସଂଗ୍ରହ ହେବ ବୋଲି ମନ୍ତ୍ରୀ କହିଛନ୍ତି।
ସେହିପରି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଧାନ ସଂଗ୍ରହ ନେଇ ଶନିବାର ଏକ ବୈଠକ ହୋଇଥିଲା। ସେଥିରେ କରାଯାଇଥିବା ଆଲୋଚନା ମୁତାବକ, ଚଳିତ ବର୍ଷ ୩୧୩୪ଟି ସେବା ସମବାୟ ସମିତି ଓ ଲ୍ୟାମ୍ପ୍‌ସ ଧାନ ସଂଗ୍ରହରେ ସାମିଲ ହେବେ। ଏହାସହିତ ୧୪୧୯ କଷ୍ଟମ ମିଲର ଧାନ ସଂଗ୍ରହ କରିବେ ବୋଲି ଧାନସଂଗ୍ରହ ସମୀକ୍ଷା ବୈଠକରୁ ଜଣାଯାଇଛି।  ଚଳିତ ବର୍ଷ ୪୦୮୮ଟି ମଣ୍ଡି,ଏଫ୍‌ସିଆଇ ଏବଂ ଯୋଗାଣ ନିଗମର ୧୬୩ଟି ଗୋଦାମ ଘରକୁ ମିଶାଇ ରାଜ୍ୟରେ ସର୍ବମୋଟ ୬.୬୮ ଲକ୍ଷ ମେଟ୍ରିକ୍‌ ଟନ୍‌ ଭଣ୍ଡାର କ୍ଷମତା ରହିଛି। ସବୁ ଜିଲାରେ ଚାଷୀ ପଞ୍ଜୀକରଣ କାର୍ଯ୍ୟ ସରିଛି। ଶୀଘ୍ର ଧାନ ସଂଗ୍ରହ କରୁଥିବା ଜିଲାକୁ ୨୫ ନଭେମ୍ବର ଏବଂ ବିଳମ୍ବରେ ଧାନ ସଂଗ୍ରହ କରୁଥିବା ଜିଲାକୁ ନଭେମ୍ବର ୩୦ ତାରିଖ ସୁଦ୍ଧା କୃଷକଙ୍କ ଜମି ଅନୁସାରେ ଆବଶ୍ୟକ ପ୍ରମାଣୀକୃତ ବ୍ୟବସ୍ଥା ସାରିବାକୁ ମୁଖ୍ୟସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ମୁଖ୍ୟ ସଚିବ ଖରିଫ ଋତୁ ଧାନ ସଂଗ୍ରହ କାର୍ଯ୍ୟକୁ ସୁବ୍ୟବସ୍ଥିତ ଓ ଶୃଙ୍ଖଳିତ କରିବା ଲାଗି ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୨୦୨୪-୨୫ ଖରିଫ୍‌ ମାର୍କେଟିଂ ଋତୁରେ ୭୩ ଲକ୍ଷ ୪୫ ହଜାର ୭୦୭ ମେଟ୍ରିକ୍‌ ଟନ୍‌ ଏବଂ ରବିଋତୁରେ ୧୯ ଲକ୍ଷ ୧୮ ହଜାର ୫୨୮ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ହୋଇଥିଲା। ସେହି ଅନୁପାତରେ ଯେତେ ପରିମାଣର ଚାଉଳ ସଂଗ୍ରହ ହେବା କଥା,ସେଥିରୁ ୭୨ ପ୍ରତିଶତ ସଂଗ୍ରହ ହୋଇଛି ଓ ଏହି ପ୍ରକ୍ରିୟା ଏବେ ବି ଜାରି ରହିଛି । ଗତ ୨୦୨୩ -୨୪ ବର୍ଷରେ ୮୫ ପ୍ରତିଶତ ଚାଉଳ ସଂଗ୍ରହ ହୋଇଥିଲା । ୨୦୨୫-୨୬ ବର୍ଷ ପାଇଁ ୧୯.୬୮ ଲକ୍ଷ ଚାଷୀ ଧାନ ବିକ୍ରୟ ପାଇଁ ସେମାନଙ୍କର ନାମ ପଞ୍ଜୀକରଣ କରିଛନ୍ତି। ଗତବର୍ଷ ଏହି ସଂଖ୍ୟା ୧୭.୫୦ ଲକ୍ଷ ଥିଲା। ଏ ବର୍ଷ ୯୩ ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ ଉଭୟ ଖରିଫ ଓ ରବି ଋତୁ ପାଇଁ ଲକ୍ଷ୍ୟ ଧାର୍ଯ୍ୟ ରଖାଯାଇଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?