ନଭେମ୍ବର ୨୯ରୁ କଳାହାଣ୍ଡିରେ ଧାନ କିଣା

ଭବାନୀପାଟଣା,୧୪।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଖରିଫ ଧାନ ସଂଗ୍ରହ ନିମନ୍ତେ ଶନିବାର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଭବାନୀପାଟଣା ସ୍ଥିତ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ବୈଠକରେ ଜିଲାପାଳ ପାୱାର ସଚିନ ପ୍ରକାଶ ଅଧ୍ୟକ୍ଷତା କରିଥିଲେ। ଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜିଲାରେ ଆସନ୍ତା ନଭେମ୍ବର ୨୯ରୁ ଧାନ କ୍ରୟ କରାଯିବା ନେଇ ବୈଠକରେ ନିଷ୍ପତ୍ତି ହୋଇଥିଲା ।

ଏଥିରେ ପ୍ରଥମେ ଜିଲାର ଗୋଲାମୁଣ୍ଡା ବ୍ଲକ ଓ ପରେ ପର୍ଯ୍ୟାୟ କ୍ରମେ ସମସ୍ତ ବ୍ଲକରେ ଧାନ କ୍ରୟ ଆରମ୍ଭ କରାଯିବ। ବୈଠକରେ ଲୋକସଭା ସାଂସଦ ମାଳବିକା ଦେବୀ, ଜିଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂଦେଓ, ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ, ଜିଲା ମୁଖ୍ୟ ଯୋଗାଣ ଅଧିକାରୀ ସୁଜାତା ମିଶ୍ର, ଧର୍ମଗଡ଼ ଉପଜିଲାପାଳ ପ୍ରେକ୍ଷା ଅଗ୍ରୱାଲ, ଭବାନୀପାଟଣା ଉପଜିଲାପାଳ ପ୍ରଭାତ କୁମାର ପରିଡା, ଜିଲା ମୁଖ୍ୟ କୃଷି ଅଧିକାରୀ ଶୁଭେନ୍ଦୁ କର ପ୍ରମୁଖ ଉପସ୍ଥିତ ଥିଲେ।

ପ୍ରଥମେ ଜିଲା ମୁଖ୍ୟ ଯୋଗାଣ ଅଧିକାରୀ ମିଶ୍ର ସମସ୍ତଙ୍କୁ ସ୍ବାଗତ କରି ଏଜେଣ୍ଡା ଅନୁଯାୟୀ ସଭା କାର୍ଯ୍ୟକୁ ଆଗେଇଥିଲେ। ଜିଲାପାଳ ଚାଷୀଙ୍କ ସୁବିଧା ପାଇଁ ମଣ୍ଡିରେ ପର୍ଯ୍ୟାପ୍ତ ସୁବିଧା, ଶୀଘ୍ର ଧାନ ଉଠିବା ପାଇଁ ପଦକ୍ଷେପ ଓ ଚୋରା ଚାଲାଣ ହେଉଥିବା ଧାନ ଗାଡ଼ିକୁ ଜବତ କରିବା ଉପରେ ମତବ୍ୟକ୍ତ କରିଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ବିଭାଗୀୟ ଅଧିକାରୀ, ବିଧାୟକ ଓ ସାଂସଦଙ୍କ ପ୍ରତିନିଧି, ଚାଷୀ ପ୍ରତିନିଧ୍ୟ, ମିଲର୍ସ, ପ୍ୟାକ୍ସ, ଆର୍‌ଏମ୍‌ସି କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲରେ ଟିମ ଇଣ୍ଡିଆ ଜିତନ୍ତୁ କି ହାରନ୍ତୁ, ଏଥର ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ…

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ICC ଟି୨୦ ବିଶ୍ୱକପ ୨୦୨୬ ଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ୮ ମାର୍ଚ୍ଚରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଭାରତୀୟ…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ…

ଶିଶୁକୈନ୍ଦ୍ରିକ ଶିକ୍ଷା

ଅନେକ ସମୟରେ ମନକୁ ଆସେ ଆଜି ପର୍ଯ୍ୟନ୍ତ ଆମେ ଏମିତି ପରିବେଶଟେ ସୃଷ୍ଟି କରିପାରିଲେନି ଯେଉଁଠି ବିଦ୍ୟାଳୟ ଖୋଲିବାର ସମୟ ଏବଂ ଛୁଟି ସମୟର ଚିତ୍ର ପ୍ରାୟତଃ…

ସରକାର ଠିକାରେ ଚାଲିଛି

ଏକ ଚୁକ୍ତିବଦ୍ଧ କାମ ବା ସର୍ତ୍ତ ଆରୋପିତ କାର୍ଯ୍ୟକୁ ଠିକା କୁହାଯାଏ। ଯିଏ ସର୍ତ୍ତ ଅନୁଯାୟୀ କାମ ନ କରେ ତା’ଠାରୁ କାମ ଛଡାଇ ନିଆଯାଏ, ଏ…

ସିଇଓ ଅପେକ୍ଷାରେ

ନୀତି ଆୟୋଗ ସିଇଓ ଭାବେ ବିଭିଆର୍‌ ସୁବ୍ରମଣ୍ୟମଙ୍କ ବୃଦ୍ଧି ହୋଇଥିବା କାର୍ଯ୍ୟକାଳ ଏବେ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀରେ ପରବର୍ତ୍ତୀ ସିଇଓ କିଏ ହେବେ ତାହାକୁ…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା ଘର: ସହାୟତା ଯୋଗାଇ ଦେବାକୁ ସରକାରଙ୍କ ନିକଟରେ ଦାବି

ପରଜଙ୍ଗ, ୭।୩ ( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ପଞ୍ଚାୟତର ଭାଲିଆତଇଲା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟି ଗ୍ରାମର ନମନ ବେହେରାଙ୍କ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri