Posted inଖେଳ

ଅତିସହଜରେ ରୟାଲ ଲଢ଼େଇ ଜିତିଲା ଆର୍‌ସିବି

ମୁମ୍ବାଇ,୨୨।୪ : ପ୍ରଥମେ ବୋଲିଂ ଓ ତା’ ପରେ ଦେବଦତ୍ତ ପାଡିକଲ ଏବଂ ବିରାଟ କୋହଲିଙ୍କ ଓପନିଂ ଭାଗିଦାରୀ ଯୋଗୁ ୧୦ ଉଇକେଟରେ ବିଜୟ ହାସଲ କରିଛି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)। ଚଳିତ ଆଇପିଏଲରେ ଏହା ଦଳର କ୍ରମାଗତ ୪ର୍ଥ ବିଜୟ। ଏଥିସହ ଦଳ ପଏଣ୍ଟ ଟେବୁଲର ଶୀର୍ଷ ସ୍ଥାନ ଅଧିକାର କରିଛି। କ୍ୟାରିୟରର ପ୍ରଥମ ଆଇପିଏଲ ଶତକ ହାସଲ କରିଛନ୍ତି ପାଡିକଲ। ୭୨ ରନ୍‌ର ଅର୍ଦ୍ଧଶତକୀୟ ଇନିଂସ ଅବସରରେ କୋହଲି ଆଇପିଏଲରେ ୬ ହଜାର ରନ୍‌ ପୂରଣ କରିଛନ୍ତି। ଏହା ଥିଲା ମ୍ୟାଚ୍‌ର ଉଲ୍ଲେଖନୀୟ ଘଟଣା।

ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟ ସତ୍ତ୍ୱେ ପ୍ରଥମେ ବ୍ୟାଟିଂ କରିଥିବା ରାଜସ୍ଥାନ ରୟାଲ୍ସ ପୂରା ୨୦ ଓଭରରେ ୯ ଉଇକେଟ ହରାଇ ୧୭୭ ରନ୍‌ କରିଥିଲା। ଦଳ ପାଇଁ ଶିଭମ ଦୁବେ ୪୬ (୫ ଚୌକା ଓ ୨ ଛକା) ଓ ରାହୁଲ ତଓ୍ବୋତିଆ ୪୦ ( ୪ ଚୌକା ଓ ୨ ଛକା) ରନ୍‌ କରିଥିଲେ। ବାଙ୍ଗାଲୋର ପକ୍ଷରୁ ମହମ୍ମଦ ସିରାଜ ଓ ହର୍ଶଲ ପଟେଲ ହାତେଇଥିଲେ ୩ ଲେଖାଏ ଉଇକେଟ। ଏହାପରେ କୋହଲି ଓ ପାଡ଼ିକଲଙ୍କ ଓପନିଂ ଯୋଡ଼ି ଆଟାକିଂ ବ୍ୟାଟିଂ କରିବା ସହ ରାଜସ୍ଥାନ ବୋଲରଙ୍କୁ ଦେଇ ନ ଥିଲେ ଉଇକେଟ ନେବାର ସୁଯୋଗ। ଦୁହେଁ ୧୬.୩ ଓଭରରେ ୧୮୧ ରନ୍‌ ଦଳକୁ ଜିତାଇ ଦେଇଥିଲେ ମ୍ୟାଚ୍‌। କୋହଲି ୭୨ (୬ ଚୌକା ଓ ୩ ଛକା) ଓ ପାଡିକଲ ୧୦୧ (୧୧ ଚୌକା ଓ ୬ ଛକା) ରନ୍‌ କରି ଅପରାଜିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri