ପିଅନଙ୍କ ଅବସର ପରେ ସୂଚନା, ଲୋକସମ୍ପର୍କ କାର୍ଯ୍ୟାଳୟରେ ଝୁଲୁଛି ତାଲା

ଜି.ଉଦୟଗିରି,୬ା୮(ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ସହରରେ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ୧୯୮୦ରେ ପ୍ରତିଷ୍ଠା ହୋଇଥିବା ବେଳେ ଏଠାରେ ତାଲା ଝୁଲୁଥିବା ଦେଖିବାକୁ ମିଳିଛୁ। ପୂର୍ବରୁ ଏହି କାର୍ଯ୍ୟାଳୟ ମାଧ୍ୟମରେ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ଆୟୋଜିତ ହେଉଥିଲା। ଏଠାରେ ୫ଜଣ କର୍ମଚାରୀ ନିୟୋଜିତ ଥିଲେ। କାଳକ୍ରମେ କର୍ମଚାରୀମାନେ ବଦଳି ହୋଇ ଚାଲିଗଲେ। କିଛି ବର୍ଷ ଏହି କାର୍ଯ୍ୟାଳୟ ଜଣେ ମାତ୍ର ପିଅନରେ ଚାଲିଥିଲା। ପିଅନ ଜଣଙ୍କ ବ୍ୟକ୍ତିଗତ ସମସ୍ୟା ଦର୍ଶାଇ ୨ ବର୍ଷ ତଳେ ସ୍ବେଚ୍ଛାକୃତ ଅବସର ନେବା ପରେ କାର୍ଯ୍ୟାଳୟରେ ତାଲା ଝୁଲୁଛି।

ଏହି କାର୍ଯ୍ୟାଳୟରେ କର୍ମଚାରୀ ନିୟୋଜିତ କରି ପୁନଃ ଚାଲୁ କରିବାକୁ ବିଭିନ୍ନ ମହଲରେ ଦାବି ହେଉଥିଲେ ମଧ୍ୟ ଏ ପର୍ଯ୍ୟନ୍ତ କୌଣସି କର୍ମଚାରୀଙ୍କୁ ନିୟୋଜିତ କରାଯାଇନାହିଁ। ଜି.ଉଦୟଗିରି, ରାଇକିଆ, ଟିକାବାଲି ଏବଂ ଚକାପାଦ ବ୍ଲକ୍‌ ଅଞ୍ଚଳକୁ ନେଇ ଜି.ଉଦୟଗିରି ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ସ୍ଥାପନ କରାଯାଇଥିଲା। ଏହି ୪ଟି ବ୍ଲକର ଗଣମାଧ୍ୟମ ପ୍ରତିନିଧିମାନେ ବିଭିନ୍ନ ସୂଚନା ପାଉଥିଲେ। ବର୍ତ୍ତମାନ କିଛି କାର୍ଯ୍ୟପାଇଁ ଫୁଲବାଣୀ ମୁଖ୍ୟ କାର୍ଯ୍ୟାଳୟକୁ ଦୌଡିବାକୁ ପଡୁଛି।

ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସ୍ଥାନୀୟ ସହରର ହବାକ ହାଇସ୍କୁଲ ଖେଳ ପଡ଼ିଆ ଠାରେ ପ୍ରତ୍ୟକ ବର୍ଷ ସ୍ବାଧୀନତା ଦିବସ ଏବଂ ସାଧାରଣତନ୍ତ୍ର ଦିବସ ପାଳନ କରାଯାଉଥିବା ବେଳେ ଚଳିତ ବର୍ଷ ଏହା ପାଳନ ହେବା ନେଇ କୌଣସି ସମ୍ଭାବନା ନ ଥିବା ଦେଖୁବାକୁ ମିଳିଛି। ସ୍ଥାନୀୟ ଅଞ୍ଚଳବାସୀ ଚଳିତ ବର୍ଷ ସ୍ବାଧୀନତା ଦିବସ ସମାରୋହ କାର୍ଯ୍ୟକ୍ରମ ଦେଖିବାରୁ ବଞ୍ଚିତ ହେବା ଆଶଙ୍କା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

ମଦ ଦୋକାନରେ ଗଣ୍ଡଗୋଳ, ଯୁବକଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ; ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଯୁବକ ଏସ. ରାଜୀବ ରେଡ୍ଡୀ ଚୈତନ୍ୟପୁର ଗ୍ରାମର ଦେବ ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ କରି…

ଜିଲାସ୍ତରରେ ଶିକ୍ଷକ ସମ୍ବର୍ଦ୍ଧନା ଉତ୍ସବ, ପ୍ରଧାନ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା କଲେ ଜିଲାପାଳ

ଦାରିଙ୍ଗବାଡି, ୨୦।୯(ଅରୁଣ ସାହୁ ): କନ୍ଧମାଳ ଜିଲା ବନଜ୍ୟୋସ୍ନା ସାହିତ୍ୟ ସଂସଦ ପକ୍ଷରୁ ରବିବାର ଜିଲା ସୂଚନା ଓ ଲୋକ ସମ୍ପର୍କ ଭବନ, ଫୁଲବାଣୀ ଠାରେ ଜିଲାସ୍ତରୀୟ…

ଏନ୍‌ଏସି ନିର୍ବାଚନ ପାଇଁ କଂଗ୍ରେସର ବଡ଼ ପ୍ରସ୍ତୁତି

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ସାଙ୍ଗଠନିକ ସଭା ଏବଂ ବନ୍ଧୁମିଳନ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ କଲ୍ୟାଣ…

ବଲାଙ୍ଗୀରରୁ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଅଫିସ ଷ୍ଟାଫ୍ କ୍ବାର୍ଟରରେ…

ବଲାଙ୍ଗୀର,୨୦।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପଛପଟେ ଥିବା ଷ୍ଟାଫ କ୍ବାଟରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ତାଙ୍କ…

ଭାଜପା ମୁହାଁ ନେତା କର୍ମୀ

ହାଟଡିହୀ,୨୦।୯(ଶୁଭକାନ୍ତ ନାୟକ): ଆଗକୁ ପଞ୍ଚାୟତ ନିର୍ବାଚନ। କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ରାଜନୈତିକ ପାଣିପାଗ ବଦଳିବାରେ ଲାଗିଛି। ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ସାଙ୍ଗଠନିକ ବୈଠକ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?