ଭୁବନେଶ୍ବର, ୨୫ା୧: ଭାରତ ସରକାର ପଦ୍ମ ପୁରସ୍କାର ଘୋଷଣା କରିଛନ୍ତି । ୪୫ଜଣଙ୍କୁ ପଦ୍ମ ବିଭୂଷଣ, ପଦ୍ମ ଭୂଷଣ ଏବଂ ପଦ୍ମଶ୍ରୀରେ ସମ୍ମାନିତ କରାଯାଇଛି । ଗଣତନ୍ତ୍ର ଦିବସର ଗୋଟିଏ ଦିନ ପୂର୍ବରୁ ଆଜି ଏହି ଘୋଷଣା କରାଯାଇଛି । ରାଷ୍ଟ୍ରପତି ନିଜେ ଏହି ସମସ୍ତ ବ୍ୟକ୍ତିବିଶେଷଙ୍କୁ ପୁରସ୍କାର ପ୍ରଦାନ କରିବେ। ସେମାନଙ୍କୁ ରାଷ୍ଟ୍ରପତି ଭବନରେ ସମ୍ମାନିତ କରିବେ। ଏହି ସମ୍ମାନ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ବ୍ୟକ୍ତିମାନଙ୍କୁ ଦିଆଯିବ। ତେବେ ଓଡ଼ିଶାରୁ ୩ ଜଣଙ୍କୁ ମିଳିବ ପଦ୍ମଶ୍ରୀ ପୁରସ୍କାର ।
ସୂଚନା ଅନୁସାରେ, ରଣ ହେମ୍ବ୍ରମ, ସୀମାଞ୍ଚଳ ପାତ୍ର ଏବଂ ମହେନ୍ଦ୍ର କୁମାର ମିଶ୍ରଙ୍କୁ ପଦ୍ମଶ୍ରୀ ପୁରସ୍କାର ମିଳିବ । ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ଚରଣ ହେମ୍ବ୍ରମଙ୍କୁ ମିଳିବ ପଦ୍ମଶ୍ରୀ ।

