ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ଶେଷକୃତ୍ୟ ସମ୍ପନ୍ନ

କଟକ ଅଫିସ,୧୪।୧: ପଞ୍ଚଭୂତରେ ବିଲୀନ ହେଲା ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ମରଶରୀର। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କଟକ କାଳିଆବୋଦା ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବୁଧବାର ଅପରାହ୍ନରେ କଟକ ଏସ୍‌ସିବି କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଥିଲା। କରୋନାରେ ସଂକ୍ରମିତ ହୋଇ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କ କୋଭିଡ୍‌ ରିପୋର୍ଟ ନେଗେଟିଭ୍‌ ଆସିଥିଲେ ମଧ୍ୟ ସ୍ବାସ୍ଥ୍ୟାବସ୍ଥା ଜଟିଳ ଥିବାରୁ ସେଣ୍ଟ୍ରାଲ୍‌ ଆଇସିୟୁକୁ ସ୍ଥାନାନ୍ତର କରାଯିବା ପାଇଁ ସ୍ଥିର ହୋଇଥିଲା। ହେଲେ ଏହା ପୂର୍ବରୁ ତାଙ୍କର ଦେହାନ୍ତ ହୋଇଥିଲା।

ପଦ୍ମଶ୍ରୀ ପ୍ରକାଶ ରାଓଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ବ୍ୟକ୍ତ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ, ଓଡ଼ିଶା ବିଧାନସଭା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗଭୀର ଶୋକପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ, କଟକ ବକ୍ସିବଜାରରେ ଦୀର୍ଘ ୫୦ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ପ୍ରକାଶ କିପରି ଚା ବିକ୍ରି କରି ନିଜକୁ ସମାଜ ସେବାରେ ସମର୍ପି ଦେଇଥିଲେ। ଖାଲି ଏତିକି ନୁହେଁ ୨୦୧୮ ମେ’ ୨୬ରେ ପ୍ରଧାନମନ୍ତ୍ରୀ କଟକ ଆସିଥିବା ସମୟରେ ରାଓଙ୍କୁ ସ୍ବତନ୍ତ୍ର ଭାବେ ସାକ୍ଷାତ କରି ତାଙ୍କ ସହ ଆଲୋଚନା କରିଥିଲେ। ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଲାଗି ୨୦୧୯ରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଡି. ପ୍ରକାଶ ରାଓଙ୍କୁ ପଦ୍ମଶ୍ରୀ ଉପାଧିରେ ଭୂଷିତ କରାଯାଇଥିଲା। ଏହାବ୍ୟତୀତ ରାଓଙ୍କୁ ଭାରତ ବିକାଶ ସମ୍ମାନ, ଆନିବେଶାନ୍ତ ସମ୍ମାନ ଓ ଇଣ୍ଟନ୍ୟାଶନାଲ ହ୍ୟୁମାନ ରାଇଟ୍‌ସ ଆଓ୍ବାର୍ଡ ଆଦି ବିଭିନ୍ନ ସମ୍ମାନ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?