ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ଶେଷକୃତ୍ୟ ସମ୍ପନ୍ନ

କଟକ ଅଫିସ,୧୪।୧: ପଞ୍ଚଭୂତରେ ବିଲୀନ ହେଲା ପଦ୍ମଶ୍ରୀ ଡି. ପ୍ରକାଶ ରାଓଙ୍କ ମରଶରୀର। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କଟକ କାଳିଆବୋଦା ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବୁଧବାର ଅପରାହ୍ନରେ କଟକ ଏସ୍‌ସିବି କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଥିଲା। କରୋନାରେ ସଂକ୍ରମିତ ହୋଇ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କ କୋଭିଡ୍‌ ରିପୋର୍ଟ ନେଗେଟିଭ୍‌ ଆସିଥିଲେ ମଧ୍ୟ ସ୍ବାସ୍ଥ୍ୟାବସ୍ଥା ଜଟିଳ ଥିବାରୁ ସେଣ୍ଟ୍ରାଲ୍‌ ଆଇସିୟୁକୁ ସ୍ଥାନାନ୍ତର କରାଯିବା ପାଇଁ ସ୍ଥିର ହୋଇଥିଲା। ହେଲେ ଏହା ପୂର୍ବରୁ ତାଙ୍କର ଦେହାନ୍ତ ହୋଇଥିଲା।

ପଦ୍ମଶ୍ରୀ ପ୍ରକାଶ ରାଓଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ବ୍ୟକ୍ତ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରତାପ ଷଡ଼ଙ୍ଗୀ, ଓଡ଼ିଶା ବିଧାନସଭା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗଭୀର ଶୋକପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ, କଟକ ବକ୍ସିବଜାରରେ ଦୀର୍ଘ ୫୦ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ପ୍ରକାଶ କିପରି ଚା ବିକ୍ରି କରି ନିଜକୁ ସମାଜ ସେବାରେ ସମର୍ପି ଦେଇଥିଲେ। ଖାଲି ଏତିକି ନୁହେଁ ୨୦୧୮ ମେ’ ୨୬ରେ ପ୍ରଧାନମନ୍ତ୍ରୀ କଟକ ଆସିଥିବା ସମୟରେ ରାଓଙ୍କୁ ସ୍ବତନ୍ତ୍ର ଭାବେ ସାକ୍ଷାତ କରି ତାଙ୍କ ସହ ଆଲୋଚନା କରିଥିଲେ। ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଲାଗି ୨୦୧୯ରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଡି. ପ୍ରକାଶ ରାଓଙ୍କୁ ପଦ୍ମଶ୍ରୀ ଉପାଧିରେ ଭୂଷିତ କରାଯାଇଥିଲା। ଏହାବ୍ୟତୀତ ରାଓଙ୍କୁ ଭାରତ ବିକାଶ ସମ୍ମାନ, ଆନିବେଶାନ୍ତ ସମ୍ମାନ ଓ ଇଣ୍ଟନ୍ୟାଶନାଲ ହ୍ୟୁମାନ ରାଇଟ୍‌ସ ଆଓ୍ବାର୍ଡ ଆଦି ବିଭିନ୍ନ ସମ୍ମାନ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri