ପଦ୍ମଶ୍ରୀ ରଞ୍ଜନା ଗୌହରଙ୍କୁ ‘ସପ୍ତଶଯ୍ୟା ସମ୍ମାନ’

ଢେଙ୍କାନାଳ ଅଫିସ, ୨୫।୧୨: ସାଂସ୍କୃତିକ ଅନୁଷ୍ଠାନ ‘ଦେବାଂଶୀ ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସ୍ଥାନୀୟ ମିନି ଷ୍ଟାଡିୟମରେ ଶନିବାରଠାରୁ ଆରମ୍ଭ ହୋଇଛି ‘ସପ୍ତଶଯ୍ୟା ମହୋତ୍ସବ’। ପୂର୍ବତନ କେନ୍ଦ୍ରମନ୍ତ୍ରୀ ବ୍ରିଗେଡିୟର କାମାକ୍ଷା ପ୍ରସାଦ ସିଂଦେଓ, ରାଣୀ ସାବିତ୍ରୀ ଦେବୀ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। କଳା ସଂସ୍କୃତିକୁ ବର୍ଷତମାମ ସାଉଁଟିଧରି ଢେଙ୍କାନାଳ ସମଗ୍ର ରାଜ୍ୟରେ ନିଜର ନିଆରା ପରମ୍ପରା ସୃଷ୍ଟି କରିଛି ବୋଲି ସେମାନେ ମତ ଦେଇଥିଲେ। ସମ୍ମାନିତ ଅତିଥି ଜିଲାପାଳ ସରୋଜ କୁମାର ସେଠୀ କହିଲେ, ରାଜ୍ୟ ସରକାରଙ୍କ ସହଯୋଗରେ ଜିଲାର ପର୍ଯ୍ୟଟନସ୍ଥଳୀଗୁଡ଼ିକର ବିକାଶ କାର୍ଯ୍ୟ ଜାରି ରହିଛି। କଳା ଓ ସଂସ୍କୃତିର ବିକାଶ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି।

ଏହି ଅବସରରେ ବିଶିଷ୍ଟ ଶାସ୍ତ୍ରୀୟ ନୃତ୍ୟଶିଳ୍ପୀ ପଦ୍ମଶ୍ରୀ ରଞ୍ଜନା ଗୌହରଙ୍କୁ ‘ସପ୍ତଶଯ୍ୟା ସମ୍ମାନ’ରେ ସମ୍ବର୍ଦ୍ଧିତ କରାଯାଇଥିଲା। ନିଜ ପ୍ରତିକ୍ରିୟାରେ ରଞ୍ଜନା କହିଲେ, ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଢେଙ୍କାନାଳ ପ୍ରକୃତିର ବରଦାନ। ଏଠାକାର ପରିବେଶ ଏବଂ ଆତିଥେୟତା ତାଙ୍କୁ ଆନନ୍ଦିତ କରିଥିବା ସେ କହିଛନ୍ତି। ବିଶିଷ୍ଟ କଣ୍ଠଶିଳ୍ପୀ ବିଭୁକିଶୋର, ପମି ମିଶ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

ଅନୁଷ୍ଠାନର ସଭାପତି ଶାନ୍ତି ମିଶ୍ରଙ୍କ ସଭାପତିତ୍ୱରେ ସମ୍ମାନିତ ଅତିଥି ଭାବେ ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ ପ୍ରିୟଦର୍ଶୀ ମିଶ୍ର, ପ୍ରାର୍ଥନା ତରଙ୍ଗ ମ୍ୟୁଜିକ୍‌ ଚ୍ୟାନେଲ ମୁଖ୍ୟ ଶ୍ୟାମ ପ୍ରସାଦ ମିଶ୍ର, ଜିଲା ପର୍ଯ୍ୟଟନ ଅଧିକାରୀ ଜଗଦୀଶ ରାୟ, ଉତ୍କଳ ଆଜବେଷ୍ଟସ୍‌ ୱାର୍କ୍ସ ମ୍ୟାନେଜର କ୍ଷୀରୋଦ ବେହେରା, ‘ପରିଚୟ’ର ପ୍ରତିଷ୍ଠାତା ରୋଜାଲିନ ପାଟସାହାଣୀ ମିଶ୍ର, ବିଶିଷ୍ଟ ଚିତ୍ର ବିଶେଷଜ୍ଞ ଜଗବନ୍ଧୁ ଜେନା ପ୍ରମୁଖ ଉପସ୍ଥିତ ଥିଲେ। ସମ୍ପାଦକ ଗୁରୁ ଗୌରୀଶଙ୍କର ଦାସ ଉତ୍ସବର ଉଦ୍ଦେଶ୍ୟ ବଖାଣିଥିଲେ। ଏହି ଅବସରରେ ଗୁରୁ ଗୌରୀଶଙ୍କରଙ୍କ ଅଭିନୀତ ନୂତନ ଓଡ଼ିଆ ଚଳଚ୍ଚିତ୍ର ‘ବାଲମୀ’ର ପୋଷ୍ଟର ରିଲିଜ ହୋଇଥିଲା। ଶେଷରେ ରଙ୍ଗାରଙ୍ଗ୍‌ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri