ପଦ୍ମଶ୍ରୀ ରଞ୍ଜନା ଗୌହରଙ୍କୁ ‘ସପ୍ତଶଯ୍ୟା ସମ୍ମାନ’

ଢେଙ୍କାନାଳ ଅଫିସ, ୨୫।୧୨: ସାଂସ୍କୃତିକ ଅନୁଷ୍ଠାନ ‘ଦେବାଂଶୀ ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସ୍ଥାନୀୟ ମିନି ଷ୍ଟାଡିୟମରେ ଶନିବାରଠାରୁ ଆରମ୍ଭ ହୋଇଛି ‘ସପ୍ତଶଯ୍ୟା ମହୋତ୍ସବ’। ପୂର୍ବତନ କେନ୍ଦ୍ରମନ୍ତ୍ରୀ ବ୍ରିଗେଡିୟର କାମାକ୍ଷା ପ୍ରସାଦ ସିଂଦେଓ, ରାଣୀ ସାବିତ୍ରୀ ଦେବୀ ଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। କଳା ସଂସ୍କୃତିକୁ ବର୍ଷତମାମ ସାଉଁଟିଧରି ଢେଙ୍କାନାଳ ସମଗ୍ର ରାଜ୍ୟରେ ନିଜର ନିଆରା ପରମ୍ପରା ସୃଷ୍ଟି କରିଛି ବୋଲି ସେମାନେ ମତ ଦେଇଥିଲେ। ସମ୍ମାନିତ ଅତିଥି ଜିଲାପାଳ ସରୋଜ କୁମାର ସେଠୀ କହିଲେ, ରାଜ୍ୟ ସରକାରଙ୍କ ସହଯୋଗରେ ଜିଲାର ପର୍ଯ୍ୟଟନସ୍ଥଳୀଗୁଡ଼ିକର ବିକାଶ କାର୍ଯ୍ୟ ଜାରି ରହିଛି। କଳା ଓ ସଂସ୍କୃତିର ବିକାଶ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି।

ଏହି ଅବସରରେ ବିଶିଷ୍ଟ ଶାସ୍ତ୍ରୀୟ ନୃତ୍ୟଶିଳ୍ପୀ ପଦ୍ମଶ୍ରୀ ରଞ୍ଜନା ଗୌହରଙ୍କୁ ‘ସପ୍ତଶଯ୍ୟା ସମ୍ମାନ’ରେ ସମ୍ବର୍ଦ୍ଧିତ କରାଯାଇଥିଲା। ନିଜ ପ୍ରତିକ୍ରିୟାରେ ରଞ୍ଜନା କହିଲେ, ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଢେଙ୍କାନାଳ ପ୍ରକୃତିର ବରଦାନ। ଏଠାକାର ପରିବେଶ ଏବଂ ଆତିଥେୟତା ତାଙ୍କୁ ଆନନ୍ଦିତ କରିଥିବା ସେ କହିଛନ୍ତି। ବିଶିଷ୍ଟ କଣ୍ଠଶିଳ୍ପୀ ବିଭୁକିଶୋର, ପମି ମିଶ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

ଅନୁଷ୍ଠାନର ସଭାପତି ଶାନ୍ତି ମିଶ୍ରଙ୍କ ସଭାପତିତ୍ୱରେ ସମ୍ମାନିତ ଅତିଥି ଭାବେ ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ ପ୍ରିୟଦର୍ଶୀ ମିଶ୍ର, ପ୍ରାର୍ଥନା ତରଙ୍ଗ ମ୍ୟୁଜିକ୍‌ ଚ୍ୟାନେଲ ମୁଖ୍ୟ ଶ୍ୟାମ ପ୍ରସାଦ ମିଶ୍ର, ଜିଲା ପର୍ଯ୍ୟଟନ ଅଧିକାରୀ ଜଗଦୀଶ ରାୟ, ଉତ୍କଳ ଆଜବେଷ୍ଟସ୍‌ ୱାର୍କ୍ସ ମ୍ୟାନେଜର କ୍ଷୀରୋଦ ବେହେରା, ‘ପରିଚୟ’ର ପ୍ରତିଷ୍ଠାତା ରୋଜାଲିନ ପାଟସାହାଣୀ ମିଶ୍ର, ବିଶିଷ୍ଟ ଚିତ୍ର ବିଶେଷଜ୍ଞ ଜଗବନ୍ଧୁ ଜେନା ପ୍ରମୁଖ ଉପସ୍ଥିତ ଥିଲେ। ସମ୍ପାଦକ ଗୁରୁ ଗୌରୀଶଙ୍କର ଦାସ ଉତ୍ସବର ଉଦ୍ଦେଶ୍ୟ ବଖାଣିଥିଲେ। ଏହି ଅବସରରେ ଗୁରୁ ଗୌରୀଶଙ୍କରଙ୍କ ଅଭିନୀତ ନୂତନ ଓଡ଼ିଆ ଚଳଚ୍ଚିତ୍ର ‘ବାଲମୀ’ର ପୋଷ୍ଟର ରିଲିଜ ହୋଇଥିଲା। ଶେଷରେ ରଙ୍ଗାରଙ୍ଗ୍‌ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ପଞ୍ଚସଖା ସ୍ମୃତି ପାଠାଗାର ଅସୁରକ୍ଷିତ: ଉପରୁ ଖସିଲା ସିଲିଂ, କର୍ମଚାରୀ କହିଲେ…

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri