ପଦ୍ମଶ୍ରୀ ଶ୍ରୀନିବାସ ଉଦ୍‌ଗାତା ପାଇବେ ସାହିତ୍ୟ ଭାରତୀ ସମ୍ମାନ

କଟକ ଅଫିସ,୩ା୩:ଗଙ୍ଗାଧର ରଥ ଫାଉଣ୍ଡେଶନ ପକ୍ଷରୁ ସର୍ବୋଚ୍ଚ ‘ସାହିତ୍ୟ ଭାରତୀ ସମ୍ମାନ : ୨୦୨୩’ ସାହିତି୍ୟକ ପଦ୍ମଶ୍ରୀ ଶ୍ରୀନିବାସ ଉଦ୍‌ଗାତାଙ୍କୁ ପ୍ରଦାନ କରାଯିବ। ଏହି ସମ୍ମାନ ବାବଦକୁ ତାଙ୍କୁ ୧ ଲକ୍ଷ ଟଙ୍କା ଓ କୋଣାର୍କ ସୂର୍ଯ୍ୟ ମନ୍ଦିରର ରୌପ୍ୟ ପ୍ରତିକୃତି ଦିଆଯିବ। ସେ ଜଣେ କବି ଭାବେ ଖ୍ୟାତି ଅର୍ଜନ କରିଥିଲେ ବି ଅଦ୍ୟାବଧି ୩୨୩ ଖଣ୍ଡ ପୁସ୍ତକ ରଚନା ସହିତ ଅନେକ ଅନୁବାଦ କାର୍ଯ୍ୟ କରି ସାରସ୍ବତ ଜଗତରେ ନିଜର ସ୍ବତନ୍ତ୍ରତାକୁ ପ୍ରତିପାଦିତ କରିଛନ୍ତି। ତାଙ୍କର ସାରସ୍ବତ କର୍ମ ପାଇଁ ଓଡ଼ିଆ ସାହିତ୍ୟ ବିଶେଷ ଭାବରେ ଋଦ୍ଧିମନ୍ତ ହୋଇଛି। ଏତଦ୍‌ ବ୍ୟତୀତ ଚିତ୍ରକଳା କ୍ଷେତ୍ରରେ ମଧ୍ୟ ତାଙ୍କର ବେଶ୍‌ ସୁନାମ ରହିଛି। କଟକ ଦରଘା ବଜାରସ୍ଥିତ ଗଙ୍ଗାଧର ରଥଙ୍କ ବାସଭବନରେ ଗୁରୁବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଫାଉଣ୍ଡେଶନ ପକ୍ଷରୁ ଚଳିତ ବର୍ଷର ଅନ୍ୟାନ୍ୟ ସମ୍ମାନ ଓ ପୁରସ୍କାର ସମ୍ପର୍କରେ ସମ୍ପାଦିକା ସୁସ୍ମିତା ରଥ ଘୋଷଣା କରିଛନ୍ତି।
ଫାଉଣ୍ଡେଶନର ପ୍ରତିଷ୍ଠାତାଙ୍କ ନାମରେ ଗଙ୍ଗାଧର ରଥ ସ୍ମାରକୀ ସମ୍ମାନ କଣ୍ଠଶିଳ୍ପୀ ପଦ୍ମଶ୍ରୀ ଶ୍ୟାମାମଣୀ ଦେବୀଙ୍କୁ ପ୍ରଦାନ କରାଯିବ। ଏହି ସମ୍ମାନ ସହ ତାଙ୍କୁ ଏକ ରୌପ୍ୟ ଫଳକ ଓ ମାନପତ୍ର ପ୍ରଦାନ କରାଯିବ। କାବ୍ୟ ସାହିତ୍ୟରେ ବିଶେଷ ପରାକାଷ୍ଠା ପାଇଁ କବି ଭଗବାନ ଜୟସିଂହଙ୍କୁ ଭାନୁଜୀ ରାଓ ସ୍ମାରକୀ ପୁରସ୍କାର ଏବଂ କଥାସାହିତ୍ୟରେ ବିଶେଷ କୃତିତ୍ୱ ନିମନ୍ତେ କଥାକାର ମାନସୀ ଦାସଙ୍କୁ ବୀଣାପାଣି ମହାନ୍ତି କଥା ସାହିତ୍ୟ ପୁରସ୍କାର ପ୍ରଦାନ କରାଯିବ। ଉଭୟଙ୍କୁ ୨୫ହଜାର ଲେଖାଏ ଟଙ୍କା ଓ ଉପଢୌକନ ଦିଆଯିବ। ସେହିପରି ସାହିତ୍ୟ କ୍ଷେତ୍ରରେ ବିଶେଷ ଅବଦାନ ପାଇଁ ଡ. ମୌସୁମୀ ପରିଡ଼ା ଓ ରବିନାରାୟଣ ଦାଶଙ୍କୁ ସୁବ୍ରତ ରଥ ସ୍ମାରକୀ ପୁରସ୍କାରରେ ପ୍ରତ୍ୟେକଙ୍କୁ ୧୦ ହଜାର ଟଙ୍କା ଓ ରୌପ୍ୟ ଉପଢୌକନ ପ୍ରଦାନ କରାଯିବ। ଆଗାମୀ ୧୯ ତାରିଖରେ କଳାବିକାଶ କେନ୍ଦ୍ରଠାରେ ଆୟୋଜିତ ସାରସ୍ବତ ସମାରୋହରେ ଏହି ସମ୍ମାନ ଓ ପୁରସ୍କାର ପ୍ରଦାନ କରାଯିବ। ମୁଖ୍ୟ ଅତିଥି ଭାବେ ଓଡ଼ିଶା ହାଇକୋର୍ଟ ବିଚାରପତି ଡ. ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ ଯୋଗଦେଇ ସମାରୋହକୁ ଉଦ୍‌ଘାଟନ କରିବା କାର୍ଯ୍ୟକ୍ରମ ରହିଛି। ଏଥିରେ ମୁଖ୍ୟବକ୍ତା ଭାବେ କବି ଅପର୍ଣ୍ଣା ମହାନ୍ତି ଯୋଗଦେବେ। ଫାଉଣ୍ଡେଶନର ଟ୍ରଷ୍ଟି ଡା. ଜୟନ୍ତ ରଥ, ଡ. ବିଜୟାନନ୍ଦ ସିଂହ ଓ ଆଇନଜୀବୀ ସଞ୍ଜୟ ରଥ ପ୍ରମୁଖ ଖବରଦାତା ସମ୍ମିଳନୀରେ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ, ୧୯୯୬ରୁ ଏହି ସମ୍ମାନରେ ବହୁ ଯୋଗ୍ୟ ବ୍ୟକ୍ତିଙ୍କୁ ସମ୍ମାନିତ କରାଯାଇଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri