୫ ଓଡ଼ିଆଙ୍କୁ ପଦ୍ମଶ୍ରୀ

ଭୁବନେଶ୍ୱର, ୨୨।୩(ବ୍ୟୁରୋ):ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୫ଜଣ ଓଡ଼ିଆଙ୍କୁ ଦେଶରେ ମର୍ଯ୍ୟାଦାଜନକ ପଦ୍ମଶ୍ରୀ ମିଳିଛି। ସମାଜସେବା କ୍ଷେତ୍ରରେ ସମାଜ ସଂସ୍କାରକ ତଥା ବିଶିଷ୍ଟ ପ୍ରବଚକ ଶ୍ରୀମଦ୍‌ ବାବା ବଳିଆ, ବିଜ୍ଞାନ ଓ ବୈଷୟିକ ଜ୍ଞାନ କ୍ଷେତ୍ରରେ ପ୍ରଫେସର ଡ. ଆଦିତ୍ୟ ପ୍ରସାଦ ଦାଶ, କଳା କ୍ଷେତ୍ରରେ ବିଶିଷ୍ଟ କଣ୍ଠଶିଳ୍ପୀ ଡ. ଶ୍ୟାମାମଣି ଦେବୀ, ଶିକ୍ଷା ଓ ସାହିତ୍ୟ କ୍ଷେତ୍ରରେ ସାହିତି୍ୟକ ନରସିଂହ ପ୍ରସାଦ ଗୁରୁ ଏବଂ ପ୍ରଶାସନିକ ସେବା କ୍ଷେତ୍ରରେ ବରିଷ୍ଠ ଆଇଏଏସ୍‌ ଅଫିସର ସ୍ବର୍ଗତ ଗୁରୁ ପ୍ରସାଦ ମହାପାତ୍ରଙ୍କୁ ଏହି ସମ୍ମାନ ମିଳିଛି। ସୋମବାର ରାଷ୍ଟ୍ରପତି ଭବନର ଦରବାର ହଲ୍‌ରେ ଆୟୋଜିତ ୨୦୨୨ର ପ୍ରଥମ ପର୍ଯ୍ୟାୟ ପଦ୍ମ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏମାନଙ୍କ ସହ ମୋଟ ୬୪ଜଣଙ୍କୁ ପଦ୍ମ ସମ୍ମାନ ପ୍ରଦାନ କରିଛନ୍ତି। ୨ ଜଣଙ୍କୁ ପଦ୍ମ ବିଭୂଷଣ, ୮ଜଣଙ୍କୁ ପଦ୍ମଭୂଷଣ ଓ ୫୪ଜଣଙ୍କୁ ପଦ୍ମଶ୍ରୀ ସମ୍ମାନ ମିଳିଛି। ତେବେ ସ୍ବର୍ଗତ ଗୁରୁ ପ୍ରସାଦ ମହାପାତ୍ରଙ୍କୁ ମରଣୋତ୍ତର ଭାବେ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯାଇଥିବାବେଳେ ସ୍ତ୍ରୀ ଅଞ୍ଜଳି ମହାପାତ୍ର ରାଷ୍ଟ୍ରପତିଙ୍କଠାରୁ ଏହି ସମ୍ମାନ ଗ୍ରହଣ କରିଛନ୍ତି।
ପଦ୍ମ ପୁରସ୍କାର ବିତରଣ ଉତ୍ସବରେ ଉପରାଷ୍ଟ୍ରପତି ଏମ୍‌. ଭେଙ୍କାୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ସ୍ବରାଷ୍ଟ୍ର ବ୍ୟାପାର ମନ୍ତ୍ରୀ ଅମିତ ଶାହା, ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କ ସମେତ ବହୁ ବ୍ୟକ୍ତି ଉପସ୍ଥିତ ଥିଲେ। ପଦ୍ମ ପୁରସ୍କାରର ଦ୍ବିତୀୟ ପର୍ଯ୍ୟାୟ ବିତରଣ କାର୍ଯ୍ୟକ୍ରମ ଆସନ୍ତା ୨୮ ତାରିଖରେ ଆୟୋଜନ କରାଯିବ। ଏହି ଦ୍ବିତୀୟ ପର୍ଯ୍ୟାୟ ପୁରସ୍କାର ବିତରଣ ସମାରୋହରେ ଖ୍ୟାତନାମା ଲେଖିକା ପ୍ରତିଭା ରାୟଙ୍କୁ ପଦ୍ମ ଭୂଷଣ ଓ ପାରା ଅଲିମ୍ପିକରେ ବ୍ୟାଡ୍‌ମିଣ୍ଟନରେ ସ୍ବର୍ଣ୍ଣ ପୁରସ୍କାର ବିଜେତା ପ୍ରମୋଦ ଭଗତଙ୍କୁ ପଦ୍ମଶ୍ରୀରେ ସମ୍ମାନିତ କରାଯିବ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri