ପଦ୍ମନାଭପୁର ହାଇସ୍କୁଲର ବାର୍ଷିକୋତ୍ସବ: ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ…

ଦିଗପହଣ୍ଡି,୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ନୋଡାଲ ହାଇସ୍କୁଲର ବାର୍ଷିକୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷୟତ୍ରୀ ବିଦ୍ୟୁତଲତା ମହାରଣାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର ବିତରଣ ସଭାରେ ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଡ଼. ଶଙ୍କର ନାରାୟଣ ବେଜ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ବ୍ଲକ ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝି, ବିଶ୍ରବା ପାଇକ,ସ୍କୁଲ ପରିଚାଳନା କମିଟି ସଭାପତି ରମେଶ ପାତ୍ର ପ୍ରମୁଖ ସମ୍ମାନିତ ଅତିଥିଭାବେ ମଞ୍ଚାସିନ ଥିଲେ। ଦ୍ଵିତୀୟାର୍ଦ୍ଧ କାର୍ଯ୍ୟକ୍ରମରେ ସାନଖେମୁଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶୁ ସେଠୀ,ପଦ୍ମନାଭ ପୁର ପଞ୍ଚାୟତ ସରପଞ୍ଚ ବି.ସନ୍ଧ୍ୟାରାଣୀ ସୁବୁଦ୍ଧି ଅତିଥିଭାବେ ଯୋଗଦେଇଥିଲେ। ଛାତ୍ରୀଛାତ୍ରମାନେ ଶୃଙ୍ଖଳିତ ହେବାସହ ନିଜ ନିଜର ଭବିଷ୍ୟତ ପାଇଁ କଠିନ ପରିଶ୍ରମ କରିବାକୁ ଅତିଥିବୃନ୍ଦ ପରାମର୍ଶ ଦେଇଥିଲେ। କ୍ରୀଡା ଶିକ୍ଷକ ଏମ. ଶୁକ୍ରୁ ରେଡ୍ଡୀଙ୍କ ସଂଯୋଜନାରେ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ଅତିଥିବୃନ୍ଦ ପ୍ରମାଣପତ୍ର ଓ ପୁରସ୍କାର ବଣ୍ଟନ କରିଥିଲେ। ଛାତ୍ରୀଛାତ୍ରମାନଙ୍କ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ ଅଭିଭାବିକା ଅଭିଭାବକ ଉପସ୍ଥିତ ଥିଲେ। ହାଇସ୍କୁଲର ସମସ୍ତ ଶିକ୍ଷୟତ୍ରୀଶିକ୍ଷକ ଓ କର୍ମଚାରୀ ବୃନ୍ଦ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲା ବଡ଼ ଡିଲ୍‌: ମାଡ଼ି ବସିଲା ପୋଲିସ

ସୋନପୁର/ଡୁଙ୍ଗୁରିପାଲି, ୭।୨(ମୃତ୍ୟୁଞ୍ଜୟ ଶତପଥୀ/ଦୀନବନ୍ଧୁ ସୁନା)-ସୁବର୍ଣ୍ଣପୁର ଜିଲା ରାମପୁର ପୋଲିସ ଶନିବାର ଚଢ଼ାଉକରି ବିପୁଳ ପରିମାଣର କଫ୍‌ ସିରପ୍‌ ଜବତ୍‌ କରିଛି। ଏହି ଘଟଣାରେ ପରିବହନକାରୀ ତଥା ବରଗଡ଼…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ସିପିଆଇର ବିକ୍ଷୋଭ: ଦାବି ପୂରଣ ନ ହେଲେ…

ଛତ୍ରପୁର,୭ା୨ (ଦିଲ୍ଲୀପ ସାମଲ )- ଭାରତୀୟ କମ୍ୟୁନିଷ୍ଟ ପାର୍ଟି (ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ନେଇ ଛତ୍ରପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…

ଫେବୃଆରୀ ୧୨ରେ ଭାରତ ବନ୍ଦ: ସମର୍ଥନ ଜଣାଇ ପ୍ରସ୍ତୁତି ବୈଠକରେ…

ଦିଗପହଣ୍ଡି, ୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ଶନିବାର ସାରେ ଆସନ୍ତା ଫେବୃୟାରୀ ୧୨ ତାରିଖରେ ବିଭିନ୍ନ ଜନ ସମସ୍ୟାର ସମାଧାନ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ମା’ ରାମଚଣ୍ଡୀ ମହୋତ୍ସବର ଦ୍ୱିତୀୟ ସଂଧ୍ୟା: ଦର୍ଶକଙ୍କ ମନ ମୋହିଲା ପ୍ରିନ୍ସ ଡ୍ୟାନ୍ସ ଗ୍ରୁପ୍‌ର ନୃତ୍ୟ 

ଗଞ୍ଜାମ, ୭।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମ ନିକଟରେ ତିନିଦିନ ଧରି ହେବାକୁ ଥିବା ମାଁ ରାମଚଣ୍ଡୀ ମହୋତ୍ସବର ଶୁକ୍ରବାର ଶୁଭାରମ୍ଭ…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri