ପଦ୍ମନାଭପୁର ଗାଁକୁ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ଦିଗପହଣ୍ଡି,୨୫ା୬(ଡି.ଏନ୍‌.ଏ.): କୋଭିଡ୍‌-୧୯ ପରିପ୍ରେକ୍ଷୀରେ ସାମାଜିକ ଦୂରତ୍ୱ ବଜାୟ ରଖିବା ଏବଂ ମାସ୍କ ପରିଧାନ କରିବା ନେଇ ପ୍ରଶାସନ କଡ଼ା ନଜର ରଖିଥିବା ବେଳେ ଗୁରୁବାର ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗାଁକୁ ସ୍ଥାନୀୟ ପ୍ରଶାସନର ଅନୁମତି କ୍ରମେ ପଞ୍ଚାୟତ ସରପଞ୍ଚ ବି. କ୍ରିଷ୍ଣା ରାଓ ସୁବୁଦ୍ଧି ଏକ ସପ୍ତାହବ୍ୟାପୀ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ସେ ଏନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ସହ ସବିଶେଷ ଆଲୋଚନା କରିଥିବା କହିଛନ୍ତି। ଶଟ୍‌ଡାଉନ୍‌ ସମୟରେ ଜରୁରୀ ସେବା ଯୋଗାଉଥିବା ସଂସ୍ଥା ବ୍ୟତୀତ ସମସ୍ତ ଦୋକାନ ବଜାର ବନ୍ଦ ରହିବ। ଏପରିକି ପୋଖରୀରେ ଗାଧୋଇବା ଶୌଚ ହେବା ମନା। ଜରୁରୀ କାମ ନ ଥିଲେ ଘରୁ ବାହାରକୁ ବାହାରିବେ ନାହିଁ। ସାମାଜିକ ଦୂରତା ସହ ସମସ୍ତେ ମାସ୍କ ପିନ୍ଧିବା ଜରୁରୀ ବୋଲି ମାଇକ୍‌ ଯୋଗେ ପ୍ରଚାର କରାଯାଇଛି। ପଦ୍ମନାଭପୁର ଗ୍ରାମର ସଙ୍ଗରୋଧ କେନ୍ଦ୍ରରୁ ଫେରି ହୋମ୍‌ କ୍ୱାରାଣ୍ଟାଇନରେ ଥିବା କିଛି ପ୍ରବାସୀ ଓଡ଼ିଆଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପରେ ସେମାନଙ୍କୁ କରୋନା ପଜିଟିଭ୍‌ ଚିହ୍ନଟ କରାଯାଇ ଚିକିତ୍ସା କରାଯାଉଛି। ଏ ନେଇ ଗୁରୁବାର ରିପୋର୍ଟ ମିଳିବା ପରେ ଏଭଳି ପଦକ୍ଷେପ ନିଆଯାଇଥିବା ଦିଗପହଣ୍ଡି ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ ତଥା ତହସିଲଦାର ଅଦୈତ କୁମାର ସ୍ବାଇଁ ସୂଚନା ଦେଇଛନ୍ତି। ସମଗ୍ର ପଞ୍ଚାୟତକୁ ଶଟ୍‌ଡାଉନ୍‌ ଘୋଷଣା ସହ ପଦ୍ମନାଭପୁର ଗାଁକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ କରିବା ନିମନ୍ତେ ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କ ପକ୍ଷରୁ ବିଚାର ବିମର୍ଷ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri