ପଦ୍ମପୁର: ଛକାପଞ୍ଝାରେ ଅଟକିଛି ବିଜେଡି ଟିକେଟ

ପଦ୍ମପୁର,୭।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବିଧାନସଭା ଆସନରେ କିଏ ବିଜୁ ଜନତା ଦଳର ପ୍ରାର୍ଥୀ ହେବେ ସେ ନେଇ ସସ୍‌ପେନ୍ସ ଜାରି ରହିଛି । ଗତ ଉପନିର୍ବାଚନରେ ବିଜେଡି ପ୍ରାର୍ଥତ୍ନୀ ବର୍ଷା ସିଂ ବରିହା ପ୍ରାୟ ୪୨ ହଜାର ଭୋଟ୍‌ ବ୍ୟବଧାନରେ ଜିତିଥିବା ସତ୍ତ୍ୱେ ଦଳ ତାଙ୍କୁ ଭରସା କରିପାରୁନାହିଁ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି।

ଏଠାରେ ଦଳ ଯୋଗ୍ୟ ପ୍ରାର୍ଥୀଙ୍କୁ ପାଉନି କିମ୍ବା ବାହାରୁ ପ୍ରାର୍ଥୀ ଆମଦାନୀ କରିବ ସେ ନେଇ ମଧ୍ୟ କର୍ମୀ ମହଲରେ ଆଲୋଚନା ଚାଲିଛି। ସେହିପରି ବିଜେଡି ଟିକେଟକୁ ନେଇ ରାଜଧାନୀରେ ଆଶାୟୀଙ୍କ ମଧ୍ୟରେ ଛକାପଞ୍ଝା ଲାଗିରହିଛି। ଦୁଇ ଆଶାୟୀ ବର୍ଷା ସିଂ ବରିହା ଓ ପଣ୍ୟାଗାର ନିଗମ ଅଧ୍ୟକ୍ଷା ମଞ୍ଜୁଶ୍ରୀ ବଢେଇଙ୍କ ସମର୍ଥକ ରାଜଧାନୀରେ ଡେରା ପକାଇଥିବା ଜଣାପଡିଛି।

ଏହି ନିବାଚନ ମଣ୍ଡଳୀକୁ ଦଳ ମୁଖିଆ ବିଭିନ୍ନ ସମୟରେ ପର୍ଯ୍ୟବେକ୍ଷକ ପଠାଇ ସ୍ଥିତି ସମୀକ୍ଷା କରିସାରିଛନ୍ତି। ଅପରପକ୍ଷେ ଭାଜପା ପ୍ରାର୍ଥୀ ଗୋବର୍ଦ୍ଧନ ଭୁଏ ଓ କଂଗ୍ରେସର ଟଙ୍କଧର ସାହୁ ନିଜର ପ୍ରଚାର ଅଭିଯାନ ଆରମ୍ଭ କରିଦେଇଛି।

ସେହିପରି ସ୍ବାଧୀନ ଭାବେ ନିର୍ବାଚନ ଲଢିବା ପାଇଁ ଘୋଷଣା କରିଥିବା ବରିଷ୍ଠ ଆଇନଜୀବୀ ତଥା ରାଜବୋଡାସମ୍ବର କୃଷକ ସଙ୍ଗଠନର ଆଇନ ପରାମର୍ଶଦାତା ଅଜିତ କୁମାର ଶତପଥୀ ନିର୍ବାଚନ ମଣ୍ଡଳୀରେ ଜନସମ୍ପର୍କ ଅଭିଯାନ ଆରମ୍ଭ କରିଛନ୍ତି। ସେହିପରି ବିଜେଡିର ଅନ୍ୟତମ ଦାବିଦାର ବରିଷ୍ଠ ବିଜେଡି ନେତା ପ୍ରିତମ ମେହେର ଦଳର ପୁରୁଖା ନେତାଙ୍କୁ ଧରି ଗାଁକୁ ଗାଁ ବୁଲି ସଙ୍ଗଠନ ସଜାଡିବାରେ ଲାଗିପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଲଘୁଚାପରୁ ବନ୍ୟା ଆଶଙ୍କା

ଭୁବନେଶ୍ୱର,୨୭ା୭(ଅନୁରାଧା ମହାରଣା): ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ...

ବଢ଼ିପାରେ ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଦିଆଯାଉଥିବା ମଧ୍ୟାହ୍ନଭୋଜନ ମୁଣ୍ଡପିଛା ମୂଲ୍ୟ ବଢ଼ିପାରେ। ଏ ନେଇ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ବିଜେଡି ସଭ୍ୟ ରଣେନ୍ଦ୍ର ପ୍ରତାପ...

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଆଳୁ ଅଭାବ: ଦର ବଢ଼ିଲା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ...

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ...

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri