୧୨ ଘଣ୍ଟିଆ ପଦ୍ମପୁର ବନ୍ଦ ଡାକରା

ପଦ୍ମପୁର,୧୫ା୧(ପ୍ରଦୀପ୍ତ ଦାଶ ): ଜିଲା ଗଠନ ମିଳିତ କ୍ରିୟାନୁଷ୍ଠାନ କମିଟିର ଆବାହକତ୍ୱରେ ମଙ୍ଗଳବାର ପଦ୍ମପୁର ବନ୍ଦ ଡାକରାକୁ ସଫଳ କରିବା ପାଇଁ ସ୍ଥାନୀୟ ଟାଉନ ହଲ୍‌ଠାରେ ଏକ ପ୍ରସ୍ତୁତି ବୈଠକ ସୋମବାର ଅନୁଷ୍ଠିତ ହୋଇଥିଲା। ଏଥିରେ ମିଳିତ କ୍ରିୟାନୁଷ୍ଠାନ କମିଟିର ଆବାହକ ଆଇନଜୀବୀ ସନ୍ତୋଷ କୁମାର ଶତପଥୀ, ସଂପାଦକ ଚିନ୍ମୟ କୁମାର ପଣ୍ଡା ଓ ସଂଯୋଜକ ଅଜିତ କୁମାର ଶତପଥୀ ଉପସ୍ଥିତ ଥିଲେ।

ପଦ୍ମପୁର ଉପନିର୍ବାଚନ ସମୟରେ ମୁଖ୍ୟମନ୍ତ୍ରୀ ନୀବନ ପଟ୍ଟନାୟକ ୨୦୨୩ ଡିସେମ୍ବର ଶେଷ ସୁଦ୍ଧା ପଦ୍ମପୁରକୁ ସ୍ବତନ୍ତ୍ର ଜିଲାର ମାନ୍ୟତା ଦେବାକୁ ଘୋଷଣା କରିଥିଲେ। ହେଲେ ଆଜି ପର୍ଯ୍ୟନ୍ତ ତାହା ହୋଇପାରିଲା ନାହିଁ। ତେଣୁ ଏହାର ପ୍ରତିବାଦରେ ଅଞ୍ଚଳବାସୀ ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବନ୍ଦ ପାଳନ କରିବେ। ସମସ୍ତ ଜରୁରୀକାଳୀନ ସେବା ଜାରି ରହିବ। ସମସ୍ତ ଯାନବାହାନ, ଦୋକାନବଜାର, ସରକାରୀ ଓ ବେସରକାରୀ ଅନୁଷ୍ଠାନ, ବ୍ୟାଙ୍କ, ସ୍କୁଲ କଲେଜ ଏଥିରେ ସମ୍ପୂର୍ଣ୍ଣ ସହଯୋଗ କରିବାକୁ ମିଳିତ କ୍ରିୟାନୁଷ୍ଠାନ କମିଟି ଅନୁରୋଧ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

ଜମୁଛି ପ୍ରଚାର: ଗାଁ ମୁହାଁ ପ୍ରାର୍ଥୀ

ଆଗରପଡ଼ା,୨୮।୪(ସୁଶାନ୍ତ ଦାଶ): ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ବନ୍ତ ବ୍ଲକର ୧୪ ନଂ. ଆଗରପଡ଼ା ଜୋନ୍‌ର ବିଭିନ୍ନ ପଞ୍ଚାୟତ...

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ...

ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା

ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ...

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ମଧୁବାବୁଙ୍କ ଜୟନ୍ତୀରେ ସ୍ମୃତିଚାରଣ କଲେ ଆଇନଜୀବୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ଓକିଲ ସଂଘ କେନ୍ଦୁଝରର ସଭାଗୃହରେ ସଂଘର ସଭାପତି ଆଲୋକ ମହାନ୍ତଙ୍କ ଅଧ୍ୟକ୍ଷତାରେ ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ଜୟନ୍ତୀ ତଥା...

ଭୁବନେଶ୍ୱରରେ ପହଞ୍ଚିଲେ ଜେପି ନଡ୍ଡା

ଭୁବନେଶ୍ୱର,୨୮ା୪: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହା ପରେ  ନଡ୍ଡା ନବରଙ୍ଗପୁର ଓ ବ୍ରହ୍ମପୁର ଲୋକ ସଭା କ୍ଷେତ୍ର ଗସ୍ତ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri