ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ

ଭୁବନେଶ୍ୱର,୫।୧୧: ପଦ୍ମପୁର ଉପ-ନିର୍ବାଚନ ପାଇଁ ଶନିବାର ତାରିଖ ଘୋଷଣା ହୋଇଛି। ଡିସେମ୍ବର ୫ ତାରିଖରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏ ନେଇ ମୁଖ୍ୟ ନିର୍ବାଚନ କମିଶନ ତାରିଖ ଘୋଷଣା କରି ସୂଚନା ଦେଇଛନ୍ତି । ନଭେମ୍ବର ୧୦ରେ ଏ ନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ । ୧୭ରେ ନାମାଙ୍କନ ଦାଖଲର ଶେଷ ଦିନ ଥିବାବେଳେ ୧୮ରେ ଯାଞ୍ଚ କରାଯିବ।
ଅନ୍ୟପକ୍ଷେ ନଭେମ୍ବର ୨୧ରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷଦିନ ଥିବାବେଳେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ । ଡିସେମ୍ବର ୫ରେ ନିର୍ବାଚନ ହେବାକୁ ଥିବାବେଳେ ୮ ତାରିଖରେ ଭୋଟଗଣତି ହେବ ବୋଲି ସୂଚନା ମିଳିଛି। ଏହି ଆସନ ବିଧାୟକ ବିଜୟରଞ୍ଜନ ସିଂବରିହାଙ୍କ ଦେହାନ୍ତ ପରେ ଖାଲି ପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

ମଣିଷଠାରୁ ମହାନ୍‌

ଓଡ଼ିଆ ସବୁଜ ସାହିତ୍ୟର ମହାରଥୀ କାଳିନ୍ଦୀଚରଣ ପାଣିଗ୍ରାହୀ ଏକାଧାରରେ ଥିଲେ କବି, ଗାଳ୍ପିକ, ଔପନ୍ୟାସିକ, ନାଟ୍ୟକାର ଓ ପ୍ରାବନ୍ଧିକ। କାଳଜୟୀ ଉପନ୍ୟାସ ‘ମାଟିର ମଣିଷ’ ପାଇଁ ସେ…

ଅକ୍ଟୋବର ସୁଦ୍ଧା ସରିବ ପୋଲିସ ଏସ୍‌ଆଇ ପରୀକ୍ଷା

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପ୍ରଶ୍ନପତ୍ର ଲିକ୍‌ ଓ ନିଯୁକ୍ତି ଅନିୟମିତା ଯୋଗୁ ଦେଢ଼ବର୍ଷ ଧରି ପୋଲିସ ସବ୍‌-ଇନ୍ସପେକ୍ଟର (ଏସ୍‌ଆଇ) ପରୀକ୍ଷା ଅନିଶ୍ଚିତତା ଭିତରେ ରହିଥିବାବେଳେ ଇତିମଧ୍ୟରେ ବହୁ ଆବେଦନକାରୀଙ୍କ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri