ପଦ୍ମପୁର ଉପନିର୍ବାଚନ: ୩୧୯ ବୁଥ୍‌ରେ ହେବ ୧୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ

ବରଗଡ଼ ଅଫିସ୍‌/ପଦ୍ମପୁର,୪।୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ କରାଯିବ। ଏହାପୂର୍ବରୁ ସକାଳ ସାଢେ ୫ଟାରେ ମକ୍‌ ପୋଲ୍‌ କରାଯିବ। ପଦ୍ମପୁର ନିର୍ବାଚନ ମଣ୍ଡଳୀର ୨ଲକ୍ଷ ୫୭ହଜାର ୪୭୪ ଭୋଟର ନିର୍ବାଚନୀ ମଇଦାନକୁ ଓହ୍ଲାଇଥିବା ୧୦ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ଏନେଇ ନିର୍ବାଚନ ମଣ୍ଡଳୀ ଅଧୀନ ପଦ୍ମପୁର ବିଜ୍ଞାପିତ ପରିଷଦ ଅଞ୍ଚଳ(ଏନ୍‌ଏସି)ର ୧୩ ବୁଥ୍‌ (ଭୋଟ୍‌ଗ୍ରହଣ କେନ୍ଦ୍ର) ସମେତ ୩୧୯ ବୁଥ୍‌ରେ ଭୋଟଗ୍ରହଣ କରାଯିବ। ତେବେ ସ୍କୁଲର ନାମ ପରିବର୍ତ୍ତନ ଯୋଗୁ ସେଥିମଧ୍ୟରୁ ୩୦୬ ବୁଥ୍‌ର ନାମ ପରିବର୍ତ୍ତନ ହୋଇଛି। କିନ୍ତୁ ବୁଥ୍‌ଗୁଡିକର ସ୍ଥାନ(ଲୋକେଶନ) ବଦଳି ନାହିଁ। କେବଳ ବୁଥ୍‌ ନଂ-୨୪୧, ୨୪୩ ଏବଂ ୨୯୫ର ସ୍ଥାନ ପରିବର୍ତ୍ତନ ହୋଇଥିଲେ ସୁଦ୍ଧା ତାହା ପୂର୍ବ ବୁଥ୍‌ ନିକଟରେ ରହିଥିବା ସୂଚନା ଦିଆଯାଇଛି। ସମୁଦାୟ ବୁଥ୍‌ ମଧ୍ୟରୁ ୧୫ ଆଦର୍ଶ ବୁଥ୍‌ ଏବଂ ୬ ପିଙ୍କ୍‌ ବୁଥ୍‌ ରହିଛି।

ମତଦାନ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ନିର୍ବାଚନ ମଣ୍ଡଳୀରେ ୭୯ ବୁଥ୍‌କୁ ସମ୍ବେଦନଶୀଳ ବୁଥ୍‌ ଭାବେ ଚିହ୍ନଟ କରାଯାଇଛି। ଫଳରେ ଏହି ବୁଥ୍‌ ସମେତ ୧୨୦ ବୁଥ୍‌ରେ ୱେବ୍‌ କାଷ୍ଟିଂ ବ୍ୟବସ୍ଥା ହୋଇଛି। ୬୬ ବୁଥ୍‌ରେ ସିସିଟିଭି ଲଗାଯାଇଛି। ସେହିପରି ୯୧ ମାଇକ୍ରୋ ଅବଜର୍ଭରଙ୍କୁ ନିୟୋଜିତ କରାଯାଇଛି। ସେମାନେ ସମସ୍ତେ କେନ୍ଦ୍ରସରକାରଙ୍କ ଅଧୀନରେ କାର୍ଯ୍ୟରତ କର୍ମଚାରୀ ହୋଇଥିବା ବେଳେ ସାଧାରଣ ପର୍ଯ୍ୟବେକ୍ଷଙ୍କ ତତ୍ତ୍ବାବଧାନରେ ଦାୟିତ୍ୱ ତୁଲାଉଛନ୍ତି। ମତଦାନ ସମୟରେ ଆଇନଶୃଙ୍ଖଳା ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦିଆଯାଇଛି। ୨୦୬ ପୋଲିସ ଅଧିକାରୀ, ୨୧ ପ୍ଲାଟୁନ ଆର୍ମସ୍‌ ଫୋର୍ସ, ୪୪୫ ହୋମ୍‌ଗାର୍ଡଙ୍କ ସମେତ ମୋଟ ୧୪୧୩ ପୋଲିସ କର୍ମଚାରୀ ଏବଂ ୯ କମ୍ପାନୀ ସିଏପିଏଫ୍‌ ଯବାନଙ୍କୁ ନିୟୋଜିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଃଖ ବଖାଣିଲେ ରାଜପାଲ: କାନ୍ଦି କାନ୍ଦି କହିଲେ…

ବଲିଉଡ ଅଭିନେତା ରାଜପାଲ ଯାଦବ ଆଜିକାଲି ଚେକ ବାଉନ୍ସ ମାମଲାକୁ ନେଇ ଚର୍ଚ୍ଚାରେ ଅଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ଅଭିନେତା ର ଦିଲ୍ଲୀର ତିହାର ଜେଲରେ ଆତ୍ମସମର୍ପଣ…

ଧର୍ମଘଟକୁ ମଧ୍ୟାହ୍ନଭୋଜନ ପାଚିକା, ସହାୟିକାଙ୍କ ସମର୍ଥନ

ଭୁବନେଶ୍ୱର,୧୦ା୨: ଆସନ୍ତା ୧୨ ତାରିଖରେ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଛି। ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ର ନାମ ପରିବର୍ତ୍ତନକୁ ବିରୋଧ କରିବା ସହ ଶ୍ରମିକ ବିରୋଧୀ…

ନାବାଳିକା ଭଉଣୀକୁ ବ୍ଲାକମେଲ କରି ବଳାତ୍କାର କରିବା ପରେ କରିଥିଲେ ମିଛ ବିବାହ, ଏବେ କୋର୍ଟ ଦେଲେ ଏମିତି ରାୟ

ଅମରାବତୀ,୧୦।୨: ଆନ୍ଧ୍ରପ୍ରଦେଶର କୃଷ୍ଣା ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ଯୁବକ ପ୍ରତାରଣା ଏବଂ ବ୍ଲାକମେଲ ମାଧ୍ୟମରେ ତାଙ୍କ ନିଜ ନାବାଳିକା ଭଉଣୀକୁ ବାରମ୍ବାର ବଳାତ୍କାର…

ବର୍ଷସାରା ମାଗଣା ପିଜ୍ଜା: ଡୋମିନୋଜ୍‌ ଆଣିଲା ଜବରଦସ୍ତ ଅଫର୍‌

ନୂଆଦିଲ୍ଲୀ,୧୦।୨: ପିଜ୍ଜା ପ୍ରେମୀଙ୍କ ପାଇଁ ଖୁସିଖବର। ଡୋମିନୋଜ୍‌ ଗ୍ରାହକଙ୍କ ପାଇଁ ବଡ଼ ଅଫର୍‌ ଆଣିଛି। ଜାତୀୟ ପିଜ୍ଜା ଦିବସ ଅବସରରେ ଡୋମିନୋଜ ଇଣ୍ଡିଆ ଏକ ଅନନ୍ୟ ପ୍ରତିଯୋଗିତା…

ଗୁରୁବାର ଭାରତ ବନ୍ଦ: ଓଡ଼ିଶାରେ ପଡିବ ବନ୍ଦର ପ୍ରଭାବ, ଏହି ସବୁ ସେବା ହେବ ପ୍ରଭାବିତ!

ଭୁବନେଶ୍ୱର,୧୦।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଥୁଆମୂଳ ରାମପୁରରେ ନୀଳଗିରି ଚାଷର ଜାଲ: କମ୍ପାନୀ ଲାଭରେ, ବିପଦରେ ପରିବେଶ!

ଥୁଆମୂଳ ରାମପୁର, ୧୦।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ଅଞ୍ଚଳରେ ଦିନକୁ ଦିନ ନୀଳଗିରି (Eucalyptus) ଚାଷ ବୃଦ୍ଧି ପାଇବାରେ ଲାଗିଛି । ଏହି ଚାଷକୁ…

ଓଡିଶାର କଶ୍ମୀର ବୁଲିଲେ ଉପମୁଖ୍ୟମନ୍ତ୍ରୀ: ବଡ଼ଧରଣର ଘୋଷଣାକୁ ଅପେକ୍ଷା

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ଗସ୍ତରେ ରାଜ୍ୟର ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ଗସ୍ତ କରିଛନ୍ତି। ସେ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ରାତି ଅଧରେ ପଡ଼ୋଶୀ ଘରେ ନିଆଁ ଲଗାଇ…

ଖଇରା,୧୦।୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ମୁଣିଦା ଗାଁର ନିରଞ୍ଜନ ପାଢୀଙ୍କର ୩ ବଖରା ଘର ପୋଡି ନଷ୍ଟ ହୋଇ ଯାଇଛି । ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri