ପଦ୍ମପୁର ଉପନିର୍ବାଚନ: ୩୧୯ ବୁଥ୍‌ରେ ହେବ ୧୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ

ବରଗଡ଼ ଅଫିସ୍‌/ପଦ୍ମପୁର,୪।୧୨(ଡି.ଏନ୍‌.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ସୋମବାର ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ କରାଯିବ। ଏହାପୂର୍ବରୁ ସକାଳ ସାଢେ ୫ଟାରେ ମକ୍‌ ପୋଲ୍‌ କରାଯିବ। ପଦ୍ମପୁର ନିର୍ବାଚନ ମଣ୍ଡଳୀର ୨ଲକ୍ଷ ୫୭ହଜାର ୪୭୪ ଭୋଟର ନିର୍ବାଚନୀ ମଇଦାନକୁ ଓହ୍ଲାଇଥିବା ୧୦ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ଏନେଇ ନିର୍ବାଚନ ମଣ୍ଡଳୀ ଅଧୀନ ପଦ୍ମପୁର ବିଜ୍ଞାପିତ ପରିଷଦ ଅଞ୍ଚଳ(ଏନ୍‌ଏସି)ର ୧୩ ବୁଥ୍‌ (ଭୋଟ୍‌ଗ୍ରହଣ କେନ୍ଦ୍ର) ସମେତ ୩୧୯ ବୁଥ୍‌ରେ ଭୋଟଗ୍ରହଣ କରାଯିବ। ତେବେ ସ୍କୁଲର ନାମ ପରିବର୍ତ୍ତନ ଯୋଗୁ ସେଥିମଧ୍ୟରୁ ୩୦୬ ବୁଥ୍‌ର ନାମ ପରିବର୍ତ୍ତନ ହୋଇଛି। କିନ୍ତୁ ବୁଥ୍‌ଗୁଡିକର ସ୍ଥାନ(ଲୋକେଶନ) ବଦଳି ନାହିଁ। କେବଳ ବୁଥ୍‌ ନଂ-୨୪୧, ୨୪୩ ଏବଂ ୨୯୫ର ସ୍ଥାନ ପରିବର୍ତ୍ତନ ହୋଇଥିଲେ ସୁଦ୍ଧା ତାହା ପୂର୍ବ ବୁଥ୍‌ ନିକଟରେ ରହିଥିବା ସୂଚନା ଦିଆଯାଇଛି। ସମୁଦାୟ ବୁଥ୍‌ ମଧ୍ୟରୁ ୧୫ ଆଦର୍ଶ ବୁଥ୍‌ ଏବଂ ୬ ପିଙ୍କ୍‌ ବୁଥ୍‌ ରହିଛି।

ମତଦାନ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ନିର୍ବାଚନ ମଣ୍ଡଳୀରେ ୭୯ ବୁଥ୍‌କୁ ସମ୍ବେଦନଶୀଳ ବୁଥ୍‌ ଭାବେ ଚିହ୍ନଟ କରାଯାଇଛି। ଫଳରେ ଏହି ବୁଥ୍‌ ସମେତ ୧୨୦ ବୁଥ୍‌ରେ ୱେବ୍‌ କାଷ୍ଟିଂ ବ୍ୟବସ୍ଥା ହୋଇଛି। ୬୬ ବୁଥ୍‌ରେ ସିସିଟିଭି ଲଗାଯାଇଛି। ସେହିପରି ୯୧ ମାଇକ୍ରୋ ଅବଜର୍ଭରଙ୍କୁ ନିୟୋଜିତ କରାଯାଇଛି। ସେମାନେ ସମସ୍ତେ କେନ୍ଦ୍ରସରକାରଙ୍କ ଅଧୀନରେ କାର୍ଯ୍ୟରତ କର୍ମଚାରୀ ହୋଇଥିବା ବେଳେ ସାଧାରଣ ପର୍ଯ୍ୟବେକ୍ଷଙ୍କ ତତ୍ତ୍ବାବଧାନରେ ଦାୟିତ୍ୱ ତୁଲାଉଛନ୍ତି। ମତଦାନ ସମୟରେ ଆଇନଶୃଙ୍ଖଳା ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦିଆଯାଇଛି। ୨୦୬ ପୋଲିସ ଅଧିକାରୀ, ୨୧ ପ୍ଲାଟୁନ ଆର୍ମସ୍‌ ଫୋର୍ସ, ୪୪୫ ହୋମ୍‌ଗାର୍ଡଙ୍କ ସମେତ ମୋଟ ୧୪୧୩ ପୋଲିସ କର୍ମଚାରୀ ଏବଂ ୯ କମ୍ପାନୀ ସିଏପିଏଫ୍‌ ଯବାନଙ୍କୁ ନିୟୋଜିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀସନ୍ନ୍ୟାସୀ ଜୀଙ୍କୁ ରାଜ୍ୟସ୍ତରୀୟ ଆଧ୍ୟାତ୍ମିକ ପ୍ରବକ୍ତା ସମ୍ମାନ

କଟକ,୨୬ା୪: କଟକ ମହାନଗର ନିଗମର ୫୮ ନମ୍ବର ଓ୍ବାର୍ଡ ଅନ୍ତର୍ଗତ ପ୍ରତାପନଗରୀସ୍ଥିତ ମା’ ଧାକୁଲେଇଙ୍କ ପୀଠରେ ଗୁରୁବାର ଓଡ଼ିଶାର ପ୍ରସିଦ୍ଧ ବାଣଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଯାତ୍ରା...

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri