ପଦ୍ମପୁର ଉପନିର୍ବାଚନ: ମତଦାନ ଆରମ୍ଭ

ବରଗଡ଼ ଅଫିସ୍‌/ପଦ୍ମପୁର,୫।୧୨(ଡି.ଏନ.ଏ): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ସୋମବାର ସକାଳ ୭ଟାରୁ ଆରମ୍ଭ ହୋଇଛି। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ କରାଯିବ। ପଦ୍ମପୁର ନିର୍ବାଚନ ମଣ୍ଡଳୀର ସମୁଦାୟ ୨ଲକ୍ଷ ୫୭ହଜାର ୪୭୪ ଭୋଟର ନିର୍ବାଚନୀ ମଇଦାନକୁ ଓହ୍ଲାଇଥିବା ୧୦ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ।
ପଦ୍ମପୁର ବିଜ୍ଞାପିତ ପରିଷଦ ଅଞ୍ଚଳ(ଏନ୍‌ଏସି)ର ୧୩ ବୁଥ୍‌ (ଭୋଟ୍‌ଗ୍ରହଣ କେନ୍ଦ୍ର) ସମେତ ୩୧୯ ବୁଥ୍‌ରେ ଭୋଟଗ୍ରହଣ କରାଯିବ। ତେବେ ସ୍କୁଲର ନାମ ପରିବର୍ତ୍ତନ ଯୋଗୁ ସେଥିମଧ୍ୟରୁ ୩୦୬ ବୁଥ୍‌ର ନାମ ପରିବର୍ତ୍ତନ ହୋଇଛି । କିନ୍ତୁ ବୁଥ୍‌ଗୁଡିକର ସ୍ଥାନ (ଲୋକେଶନ) ବଦଳି ନାହିଁ। କେବଳ ବୁଥ୍‌ ନଂ-୨୪୧, ୨୪୩ ଏବଂ ୨୯୫ର ସ୍ଥାନ ପରିବର୍ତ୍ତନ ହୋଇଥିଲେ ସୁଦ୍ଧା ତାହା ପୂର୍ବ ବୁଥ୍‌ ନିକଟରେ ରହିଥିବା ସୂଚନା ଦିଆଯାଇଛି। ସମୁଦାୟ ବୁଥ୍‌ ମଧ୍ୟରୁ ୧୫ ଆଦର୍ଶ ବୁଥ୍‌ ଏବଂ ୬ ପିଙ୍କ୍‌ ବୁଥ୍‌ ରହିଛି। ୭୯ ବୁଥ୍‌କୁ ଅଧୀନ ସମ୍ବେଦନଶୀଳ ବୁଥ୍‌ ଭାବେ ଚିହ୍ନଟ କରାଯାଇଛି। ଫଳରେ ଏହି ବୁଥ୍‌ ସମେତ ୧୨୦ ବୁଥ୍‌ରେ ୱେବ୍‌ କାଷ୍ଟିଂ ବ୍ୟବସ୍ଥା ହୋଇଛି। ୬୬ ବୁଥ୍‌ରେ ସିସିଟିଭି ସଂଲଗ୍ନ କରାଯାଇଛି। ମତଦାନ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ୨୦୬ ପୋଲିସ ଅଧିକାରୀ, ୨୧ପ୍ଲାଟୁନ ଆର୍ମସ୍‌ ଫୋର୍ସ, ୪୪୫ ହୋମ୍‌ଗାର୍ଡଙ୍କ ସମେତ ସମୁଦାୟ ୧୪୧୩ ପୋଲିସ କର୍ମଚାରୀ ଏବଂ ୯ କମ୍ପାନୀ ସିଏପିଏଫ୍‌ ଯବାନଙ୍କୁ ନିୟୋଜିତ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ନିଟ୍‌ କୃତକାର୍ଯ୍ୟ ସୁଦାମଙ୍କୁ ସହାୟତା

ବଞ୍ଚୋ,୨୭ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ଶାମୁକାନେଣ୍ଡି ପଞ୍ଚାୟତର ନିଟ୍‌ରେ କୃତକାର୍ଯ୍ୟ ହୋଇଥିବା ସୁଦାମ ହାଁସଦାଙ୍କୁ ଭାଜପା ନେତା ସହାୟତା କରିଛନ୍ତି। ସୁଦାମ ଶୁକ୍ରବାର ନାମ…

ସାକ୍ଷୀଗୋପାଳରେ ଆଜିବି ବଞ୍ଚିଛି ଶହ ଶହ ବର୍ଷର ନଡ଼ିଆ ଲଢ଼େଇ ପରମ୍ପରା, ଗହ୍ମାପୂର୍ଣ୍ଣମୀରେ…

ସାକ୍ଷୀଗୋପାଳ, ୨୭।୮ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ଅଞ୍ଚଳରେ ନଡିଆ ଲଢେଇ ପ୍ରତିଯୋଗିତା ଏକ ନିଆରା ପରମ୍ପରା ଭାବରେ ଶହ ଶହ ବର୍ଷ…

ଶାଶୁ, ନଣଦେଇଙ୍କ ନାଁରେ ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ବିଧବା ମହିଳା

ଛତ୍ରପୁର,୨୭।୮(ଦିଲ୍ଲୀପ ସାମଲ): ଜଣେ ବିଧବା ମହିଳା ନିଜ ଶାଶୁ ଓ ନଣଦେଇଙ୍କ ନାଁରେ ଯୌତୁକ ଏବଂ ଶାରୀରିକ ନିର୍ଯାତନା ଦେଉଥିବା ନେଇ ଛତ୍ରପୁର ଥାନାରେ ଏକ ଲିଖିତ…

ଅଲ୍‌ ଓଡ଼ିଶା ଲିଲି କପ୍‌ ବାସ୍କେଟବଲ୍‌ ଟୁର୍ଣ୍ଣାମେଣ୍ଟ: ଏମ୍‌-୩ ପାନ୍ଥର୍ସ କଟକ ଚମ୍ପିୟାନ

କଟକ ସଦର,୨୭।୮(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ଲିଲି ଇଣ୍ଟରନ୍ୟାଶନାଲ ସ୍କୁଲ ପରିସରରେ ‘ଅଲ ଓଡ଼ିଶା ଲିଲି କପ୍‌’ ବାସ୍କେଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ପ୍ରତିଯୋଗିତାରେ…

ଗଭୀର ସମୁଦ୍ରରୁ ଉଦ୍ଧାର ହେଲା ଟ୍ରଲର: ବଞ୍ଚିଛନ୍ତି ମତ୍ସ୍ୟଜୀବୀ, ୩ ତାରିଖରୁ ଥିଲେ ନିଖୋଜ

ଭୋଗରାଇ,୨୭।୮(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ସୀମାନ୍ତ ପଶ୍ଚିମବଙ୍ଗ ଦୀଘା ଉପକୂଳ ଗଭୀର ସମୁଦ୍ରରୁ ଆନ୍ଧ୍ରପ୍ରଦେଶର ଏକ ମାଛ ଧରା ଟ୍ରଲର ଭାସମାନ ଅବସ୍ଥାରେ ବିପଦରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri