ପଦ୍ମପୁର ଜିଲା କୃଷି ବିଭାଗରେ ୨୨.୩୦ ଲକ୍ଷ ଘୋଟାଲା: କିରାଣୀ ଗିରଫ, ପିଅନ ଫେରାର

ପଦ୍ମପୁର,୯ା୯(ପ୍ରଦୀପ୍ତ ଦାଶ): ପଦ୍ମପୁର ଜିଲା କୃଷି ବିଭାଗ କାର୍ଯ୍ୟାଳୟରେ ବରିଷ୍ଠ କିରାଣୀ ଓ ପିଅନ ମିଶି  ଲକ୍ଷାଧିକ ଟଙ୍କା ଉଠାଇ ନେଇଥିବା ସ୍ଥାନୀୟ ଥାନାରେ ଅଭିଯୋଗ ହୋଇଛି। ଜିଲା କୃଷି ଅଧିକାରୀ ପ୍ରଭାସ ଚନ୍ଦ୍ର ପଣ୍ଡାଙ୍କ ଏତଲା କ୍ରମେ ସ୍ଥାନୀୟ ପୋଲିସ ନଂ. ୨୪୦/୨୫ରେ ମାମଲା ରୁଜୁ କରିଛି।  ଏହି ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ପଦ୍ମପୁର ପୋଲିସ ବରିଷ୍ଠ କିରାଣି କ୍ଷୀରୋଦ୍ର ଭୋଇଙ୍କୁ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେହିପରି ପିଅନ ରୂପକ ସାହୁ ଫେରାର ଥିବା ଜଣାପଡ଼ିଛି।
ପୋଲିସ ସୂତ୍ରରୁ ପ୍ରକାଶ, ପଦ୍ମପୁର ବରିକେଲରେ ଥିବା ଜିଲା କୃଷି ଅଧିକାରୀଙ୍କ  କାର୍ଯ୍ୟାଳୟର ବରିଷ୍ଠ କିରାଣି କ୍ଷୀରୋଦ୍ର ଗତ ୨୨ା୭ା୨୫ ତାରିଖରେ ବିଲ ନଂ.୨୩ ଓ ୧୧ା୬ା୨୫ରେ  ବିଲ ନଂ.୧୫ରେ ମୋଟ  ୨୨ଲକ୍ଷ ୩୦ ହଜାର ୨୨୫ ଟଙ୍କା ପିଅନ ରୂପକ ସାହୁଙ୍କ HDFC ବ୍ୟାଙ୍କ ଅକାଉଣ୍ଟକୁ ଟ୍ରାନ୍ସଫର ହୋଇଥିଲା। ଏହି ଘଟଣା ପଦ୍ମପୁର ସବ୍‌ ଟ୍ରେଜେରି ଜିଲା  କୃଷି ଅଧିକାରୀ ପଣ୍ଡା ଜାଣିବା ପରେ ଗତ ୫ ତାରିଖରେ ପଦ୍ମପୁର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା ରୁଜୁ କରି କିରାଣି କ୍ଷୀରୋଦ୍ର ଭୋଇଙ୍କୁ ବରିକେଲ ଅଫିସ ବାସଭବନରୁ ଗିରଫ କରିଥିଲା। ଏ ସମ୍ପର୍କରେ ଜିଲା କୃଷି ଅଧିକାରୀ ପ୍ରଭାସ ଚନ୍ଦ୍ର ପଣ୍ଡାଙ୍କୁ ଯୋଗା ଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ ଉଠାଇ ନ ଥିଲେ। ପଦ୍ମପୁର ଥାନା ଏସ୍‌ଆଇ ପ୍ରମିଳା ମରି ଏହି ମାମଲାର ତଦନ୍ତ କରୁଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ହିଟ୍‌ ଓ୍ବେଭ୍‌ ସହ କାଳବୈଶାଖୀ, ୧୦ ଯାଏ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୬ା୬ (ବନ୍ଦନା ସେଠୀ) – ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଜାରି ରହିଥିବାବେଳେ ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚୁଛି। ଆସନ୍ତା ୧୦ ତାରିଖ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri