ଖୁବଶୀଘ୍ର ଗଠନ ହେବ ପଦ୍ମପୁର ଜିଲା, ଜିଲାପାଳ କାର୍ଯ୍ୟାଳୟ ପାଇଁ ସ୍ଥାନ ନିରୂପଣ

ପଦ୍ମପୁର, ୪ା୧୨(ପ୍ରଦୀପ୍ତ ଦାଶ ) ପଦ୍ମପୁରରେ ନୂତନ ଜିଲାପାଳ କାର୍ଯ୍ୟାଳୟ ସ୍ଥାନ ନିରୂପଣ ପାଇଁ ଉତ୍ତରାଞ୍ଚଳ ଆରଡିସି ଡକ୍ଟର ସୁରେଶ ଚନ୍ଦ୍ର ଦଲାଇଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ କମିଟି ସୋମବାର କ୍ଷେତ୍ର ପରିଦର୍ଶନ କରିଛନ୍ତି। ପଦ୍ମପୁର ନିକଟସ୍ଥ ଚିରୋଲି, ଅନ୍ବେଶା ହଷ୍ଟେଲ ପଡିଆ ଓ ବରିକେଲ ପାଖରେ ସର୍ବମୋଟ ତିନୋଟି ସ୍ଥାନକୁ ଏହି କମିଟି ଗସ୍ତ କରି ସମୀକ୍ଷା କରିଥିଲେ। ଜିଲାପାଳ କାର୍ଯ୍ୟାଳୟ ଓ ଅନ୍ୟ ସମସ୍ତ ସମସ୍ତ କାର୍ଯ୍ୟାଳୟ, ସରକାରୀ କ୍ବାର୍ଟର୍ସ ନିର୍ମାଣ ପାଇଁ ଆବଶ୍ୟମ ଭିତ୍ତିଭୂମି ଦୃଷ୍ଟିରୁ ଏହି ସ୍ଥାନଗୁଡ଼ିକର ସମୀକ୍ଷା ହୋଇଛି।

କମିଟିରେ ବରଗଡ଼ ଅତିରିକ୍ତ ଜିଲାପାଳ ଲଲାଟ କୁମାର ଲୁହା, ପଦ୍ମପୁର ଉପଜିଲାପାଳ ଆଲୋକ ପଟେଲ ଓ ଅନ୍ୟ ୭ ଜଣ ବିଭାଗୀୟ ଅଧିକାରୀ ଓ ଯନ୍ତ୍ରୀ ଆର.ଡି.ସିଂଙ୍କ ସହ ଆଲୋଚନା କରିଥିଲେ। ଏହପରେ କମିଟି ବିହିତ ପଦକ୍ଷେପ ପାଇଁ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବ ବୋଲି ଆରଡିସି ଡକ୍ଟର ଦଳାଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ପରେ ଆରଡିସି ଦଳାଇ ଅନ୍ବେଷା ହଷ୍ଟେଲକୁ ଯାଇ ଛାତ୍ରୀଙ୍କୁ ଭେଟବା ପରେ ନୃସିଂହନାଥ ମନ୍ଦିର ଯାଇ ପ୍ରଭୁଙ୍କ ଦର୍ଶନ ସହ ରୂପାନ୍ତରଣ କାର୍ଯ୍ୟ ତଦାରଖ କରିଥିଲେ। ପଦ୍ମପୁରଠାରେ ଆରଡିସି ଓ ଅନ୍ୟ ଅଧିକାରୀ କ୍ଷେତ୍ର ପରିଦର୍ଶନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ।…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…

ସରକାରୀ ଜମି ଦଖଲକୁ ନେଇ ଗୋଷ୍ଠୀ ସଂଘର୍ଷ: ୨ ମହିଳାଙ୍କ ସମେତ ୯ ଅଭିଯୁକ୍ତ ଗଲେ ଜେଲ, ଫୋର୍ସ ମୁତୟନ

ଦିଗପହଣ୍ଡି, ୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଦିଗପହଣ୍ଡି ଥାନା ନୂଆ ଅନନ୍ତେଇ ଗ୍ରାମରେ ସରକାରୀ ଜମି ଦଖଲ ଏବଂ ଚାଷକୁ ନେଇ…

କମେ ଗାଁ ଜଙ୍ଗଲରୁ ହାତୀଛୁଆର ମୃତଦେହ ଉଦ୍ଧାର: ନର୍ଲା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁକୁ ନେଇ…

ନର୍ଲା, ୭।୮(ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ଅନ୍ତର୍ଗତ ନର୍ଲା ରେଞ୍ଜ କମେ ଗାଁ ଜଙ୍ଗଲରୁ ଶୁକ୍ରବାର ଏକ ହାତୀ ଛୁଆର ମୃତଦେହ ଉଦ୍ଧାର କରାଯାଇଛି।…

“କାମ କର, ନଚେତ୍ ଅନ୍ୟପାଇଁ ବାଟ ଛାଡ଼”: କଡ଼ା ଚେତାବନୀ ଦେଇ…

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଂଗ୍ରେସର ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ପ୍ରଦେଶ ଏବଂ ଜାତୀୟ ସ୍ତରର ପ୍ରମୁଖ ଦଳୀୟ…

ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍‌

ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri