ପଦ୍ମପୁରକୁ ମିଳିବ ଜିଲା ମାନ୍ୟତା

ଭୁବନେଶ୍ୱର,୧୭ା୧୧(ବ୍ୟୁରୋ):ପଦ୍ମପୁରକୁ ୨୦୨୩ ଡିସେମ୍ବର ୩୧ ସୁଦ୍ଧା ଜିଲା ମାନ୍ୟତା ଦିଆଯିବ। ପଦ୍ମପୁର ଉପନିର୍ବାଚନ ଲାଗି ବିଜେଡି ଇସ୍ତାହାରରେ ବି ଏହା ସ୍ଥାନ ପାଇବ। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମପୁର କ୍ରିୟାନୁଷ୍ଠାନ କମିଟି ସଦସ୍ୟଙ୍କୁ ଏପରି ପ୍ରତିଶ୍ରୁତି ଦେଇଛନ୍ତି। ପଦ୍ମପୁର ଉପନିର୍ବାଚନ ନିମନ୍ତେ ନିର୍ବାଚନ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ହିସାବରେ ନୁହେଁ, ବିଜେଡି ସଭାପତି ହିସାବରେ ଅଞ୍ଚଳବାସୀଙ୍କୁ ଏହି ପ୍ରତିଶ୍ରୁତି ମିଳିଛି। ଏହି ଖବର ପ୍ରଚାରିତ ହେବା ପରେ ପଦ୍ମପୁରବାସୀ ଉତ୍ସାହିତ ହୋଇପଡ଼ିଥିବା ବେଳେ ସେମାନଙ୍କ ଦୀର୍ଘଦିନର ଦାବି ପୂରଣ ହେବ ବୋଲି ଆଶାବାଦୀ ଅଛନ୍ତି।
ପଦ୍ମପୁର ଉପଖଣ୍ଡକୁ ଜିଲା ମାନ୍ୟତା ଦାବି ନେଇ ବୁଧବାର ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ। ନବୀନ ନିବାସରୁ ବାହାରି କମିଟିର ସଦସ୍ୟମାନେ ଆଲୋଚନା ସଫଳ ହୋଇଥିବା ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇଛନ୍ତି। ହେଲେ ଏ ସମ୍ପର୍କରେ ଇସ୍ତାହାରରେ ଉଲ୍ଲେଖ ହେବା ପରେ ହିଁ ପଦ୍ମପୁରରେ ବିଭିନ୍ନ ସଙ୍ଗଠନ ପକ୍ଷରୁ ଚାଲିଥିବା ଆନ୍ଦୋଳନ ପ୍ରତ୍ୟାହାର କରାଯିବ ବୋଲି କମିଟି ପକ୍ଷରୁ କୁହାଯାଇଛି। ଉପନିର୍ବାଚନ ପରେ ଯଦି ମୁଖ୍ୟମନ୍ତ୍ରୀ ନିଜ ନିଷ୍ପତ୍ତିରୁ ଓହରିଯିବେ, ୨୦୨୪ ସାଧାରଣ ନିର୍ବାଚନରେ ଏହି ପ୍ରସଙ୍ଗକୁ ଜୋରଦାର କରାଯିବ ଏବଂ ଏହାର ଜବାବ ଦିଆଯିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି। ଉପନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଜୋରସୋରରେ ଚାଲିଥିବା ବେଳେ ପଦ୍ମପୁର ଜିଲା ଘୋଷଣା ଏବଂ ଚାଷୀଙ୍କୁ ବୀମା ରାଶି ପ୍ରଦାନ ଘୋଷଣା ରାଜନୀତିକୁ ଆହୁରି ସରଗରମ କରିଛି। ନବୀନଙ୍କ ଘୋଷଣାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ସମାଲୋଚନା କରାଯାଇଛି। ପଦ୍ମପୁର ଉପନିର୍ବାଚନ ପ୍ରକ୍ରିୟା ଚାଲିଥିବା ବେଳେ ଏଭଳି ଘୋଷଣା ନିର୍ବାଚନ ଆଚରଣ ବିଧିର ଖୋଲା ଉଲ୍ଲଂଘନ। ଭାରତର ନିର୍ବାଚନ
କମିଶନ ନିଜଆଡୁ ଏ ନେଇ ମାମଲା ରୁଜୁ କରିବା କଥା। ସବୁ ଜାଣି ନିର୍ବାଚନ କମିଶନ ଚୁପ୍‌ ରହିବା କେତେଦୂର ଯଥାର୍ଥ ବୋଲି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି। ଅନ୍ୟପକ୍ଷରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ସବୁବେଳେ ପଶ୍ଚିମ ଓଡ଼ିଶା ଲୋକଙ୍କୁ ମିଛ କୁହନ୍ତି। ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନେଇ ମୁଖ୍ୟମନ୍ତ୍ରୀଙ୍କର ପ୍ରତିଶ୍ରୁତି କୁଆଡ଼େ ଗଲା। ପଦ୍ମପୁରକୁ ଜିଲା ଘୋଷଣା ଦାବି ଅନେକ ବର୍ଷର ପୁରୁଣା। ଏନେଇ ଭାଜପା ମଧ୍ୟ ଅନେକ ଦିନ ଧରି ଆନ୍ଦୋଳନରେ ସାମିଲ ଅଛି। ହଠାତ୍‌ ପଦ୍ମପୁର ଉପନିର୍ବାଚନକୁ ଦେଖି ଜିଲା କ୍ରିୟାନୁଷ୍ଠାନ କମିଟିକୁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେବା ଏକ ଛଳନା। ଯେଉଁ ରାଜ୍ୟ ସରକାର ପଦ୍ମପୁରକୁ ସବ୍‌ଡିଭିଜନ ଘୋଷଣା କରିବା ପାଇଁ ରାଜି ନ ଥିଲେ ଆଜି ଜିଲା ଘୋଷଣା କଥା କହି ପଦ୍ମପୁରବାସୀଙ୍କୁ କେବଳ ଛଳନା ଓ ପ୍ରତାରଣା କରୁଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ବିଜେଡିକୁ ଶକ୍ତ ଧକ୍କା: ଭାଜପାରେ ମିଶିଲେ ବିଜେଡି ଉପାଧ୍ୟକ୍ଷଙ୍କ ସହ ୮ କାଉନସିଲର

କେନ୍ଦୁଝର,୩୦।୩ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ପୌର ଉପାଧ୍ୟକ୍ଷ ବରୋଦା ପ୍ରସନ୍ନ ଦାସଙ୍କ ସମେତ ଆଠ ଜଣ କାଉନସିଲର ସୋମବାର ବିଧିବଦ୍ଧ ଭାବେ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀ ମୋହନ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri