ପଦ୍ମପୁରକୁ ମିଳିବ ଜିଲା ମାନ୍ୟତା

ଭୁବନେଶ୍ୱର,୧୭ା୧୧(ବ୍ୟୁରୋ):ପଦ୍ମପୁରକୁ ୨୦୨୩ ଡିସେମ୍ବର ୩୧ ସୁଦ୍ଧା ଜିଲା ମାନ୍ୟତା ଦିଆଯିବ। ପଦ୍ମପୁର ଉପନିର୍ବାଚନ ଲାଗି ବିଜେଡି ଇସ୍ତାହାରରେ ବି ଏହା ସ୍ଥାନ ପାଇବ। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମପୁର କ୍ରିୟାନୁଷ୍ଠାନ କମିଟି ସଦସ୍ୟଙ୍କୁ ଏପରି ପ୍ରତିଶ୍ରୁତି ଦେଇଛନ୍ତି। ପଦ୍ମପୁର ଉପନିର୍ବାଚନ ନିମନ୍ତେ ନିର୍ବାଚନ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ହିସାବରେ ନୁହେଁ, ବିଜେଡି ସଭାପତି ହିସାବରେ ଅଞ୍ଚଳବାସୀଙ୍କୁ ଏହି ପ୍ରତିଶ୍ରୁତି ମିଳିଛି। ଏହି ଖବର ପ୍ରଚାରିତ ହେବା ପରେ ପଦ୍ମପୁରବାସୀ ଉତ୍ସାହିତ ହୋଇପଡ଼ିଥିବା ବେଳେ ସେମାନଙ୍କ ଦୀର୍ଘଦିନର ଦାବି ପୂରଣ ହେବ ବୋଲି ଆଶାବାଦୀ ଅଛନ୍ତି।
ପଦ୍ମପୁର ଉପଖଣ୍ଡକୁ ଜିଲା ମାନ୍ୟତା ଦାବି ନେଇ ବୁଧବାର ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ। ନବୀନ ନିବାସରୁ ବାହାରି କମିଟିର ସଦସ୍ୟମାନେ ଆଲୋଚନା ସଫଳ ହୋଇଥିବା ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇଛନ୍ତି। ହେଲେ ଏ ସମ୍ପର୍କରେ ଇସ୍ତାହାରରେ ଉଲ୍ଲେଖ ହେବା ପରେ ହିଁ ପଦ୍ମପୁରରେ ବିଭିନ୍ନ ସଙ୍ଗଠନ ପକ୍ଷରୁ ଚାଲିଥିବା ଆନ୍ଦୋଳନ ପ୍ରତ୍ୟାହାର କରାଯିବ ବୋଲି କମିଟି ପକ୍ଷରୁ କୁହାଯାଇଛି। ଉପନିର୍ବାଚନ ପରେ ଯଦି ମୁଖ୍ୟମନ୍ତ୍ରୀ ନିଜ ନିଷ୍ପତ୍ତିରୁ ଓହରିଯିବେ, ୨୦୨୪ ସାଧାରଣ ନିର୍ବାଚନରେ ଏହି ପ୍ରସଙ୍ଗକୁ ଜୋରଦାର କରାଯିବ ଏବଂ ଏହାର ଜବାବ ଦିଆଯିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି। ଉପନିର୍ବାଚନ ପାଇଁ ପ୍ରଚାର କାର୍ଯ୍ୟ ଜୋରସୋରରେ ଚାଲିଥିବା ବେଳେ ପଦ୍ମପୁର ଜିଲା ଘୋଷଣା ଏବଂ ଚାଷୀଙ୍କୁ ବୀମା ରାଶି ପ୍ରଦାନ ଘୋଷଣା ରାଜନୀତିକୁ ଆହୁରି ସରଗରମ କରିଛି। ନବୀନଙ୍କ ଘୋଷଣାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ସମାଲୋଚନା କରାଯାଇଛି। ପଦ୍ମପୁର ଉପନିର୍ବାଚନ ପ୍ରକ୍ରିୟା ଚାଲିଥିବା ବେଳେ ଏଭଳି ଘୋଷଣା ନିର୍ବାଚନ ଆଚରଣ ବିଧିର ଖୋଲା ଉଲ୍ଲଂଘନ। ଭାରତର ନିର୍ବାଚନ
କମିଶନ ନିଜଆଡୁ ଏ ନେଇ ମାମଲା ରୁଜୁ କରିବା କଥା। ସବୁ ଜାଣି ନିର୍ବାଚନ କମିଶନ ଚୁପ୍‌ ରହିବା କେତେଦୂର ଯଥାର୍ଥ ବୋଲି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କହିଛନ୍ତି। ଅନ୍ୟପକ୍ଷରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି ଯେ ମୁଖ୍ୟମନ୍ତ୍ରୀ ସବୁବେଳେ ପଶ୍ଚିମ ଓଡ଼ିଶା ଲୋକଙ୍କୁ ମିଛ କୁହନ୍ତି। ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନେଇ ମୁଖ୍ୟମନ୍ତ୍ରୀଙ୍କର ପ୍ରତିଶ୍ରୁତି କୁଆଡ଼େ ଗଲା। ପଦ୍ମପୁରକୁ ଜିଲା ଘୋଷଣା ଦାବି ଅନେକ ବର୍ଷର ପୁରୁଣା। ଏନେଇ ଭାଜପା ମଧ୍ୟ ଅନେକ ଦିନ ଧରି ଆନ୍ଦୋଳନରେ ସାମିଲ ଅଛି। ହଠାତ୍‌ ପଦ୍ମପୁର ଉପନିର୍ବାଚନକୁ ଦେଖି ଜିଲା କ୍ରିୟାନୁଷ୍ଠାନ କମିଟିକୁ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେବା ଏକ ଛଳନା। ଯେଉଁ ରାଜ୍ୟ ସରକାର ପଦ୍ମପୁରକୁ ସବ୍‌ଡିଭିଜନ ଘୋଷଣା କରିବା ପାଇଁ ରାଜି ନ ଥିଲେ ଆଜି ଜିଲା ଘୋଷଣା କଥା କହି ପଦ୍ମପୁରବାସୀଙ୍କୁ କେବଳ ଛଳନା ଓ ପ୍ରତାରଣା କରୁଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

୨ଜଣଙ୍କୁ ଧକ୍କା ଦେଇ ଚାଲିଯାଇଥିଲା ଡାଲା ଅଟୋ, ଚିକିତ୍ସିତ ଅବସ୍ଥାରେ ଚାଲିଗଲା ଜଣକର ଜୀବନ

ଦିଗପହଣ୍ଡି, ୨୧|୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା  ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତା ରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ଆହତ ଯୁବକଙ୍କ ମୃତ୍ୟୁ...

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ଦୂର ହେବ ଶିକ୍ଷକଙ୍କ ସମସ୍ୟା, ଶିଶୁ ଉତ୍ସବରେ ଯୋଗଦେଇ ପ୍ରତିଶୃତି ଦେଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର, ୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଉପେନ୍ଦ୍ର ଭଞ୍ଜ ଉଚ୍ଚ ବିଦ୍ୟାଳୟରେ ଦୁଇଦିନ ଧରି ଓଷ୍ଠା ପକ୍ଷରୁ ଚାଲିଥିବା ଜିଲ୍ଲା ସ୍ତରୀୟ ଶିଶୁ ଉତ୍ସବ ରବିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri