ପରଲୋକରେ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ଅଭିନେତା ସାଧୁ ମେହେର

ଭୁବନେଶ୍ୱର,୨।୨: ଲୋକପ୍ରିୟ ଅଭିନେତା, ନିର୍ଦ୍ଦେଶକ ଏବଂ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ ସାଧୁ ମେହେର ଆଉ ନାହାନ୍ତି। ଶୁକ୍ରବାର ୮୪ ବର୍ଷ ବୟସରେ ସେ ମୁମ୍ବାଇସ୍ଥିତ ବାସଭବନରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି। ଉଭୟ ହିନ୍ଦୀ ଓ ଓଡ଼ିଆ ସିନେମାରେ ସେ ଖ୍ୟାତି ଅର୍ଜନ କରିଥିଲେ। ଏବେ ତାଙ୍କ ପରଲୋକ ଖବର ସାମ୍ନାକୁ ଆସିବା ପରେ ଉଭୟ ସିନେମାଜଗତରେ ଶୋକର ଛାୟା ଖେଳିଯାଇଛି।
Sadhu Meher
ଜାତୀୟ ପୁରସ୍କାର ପ୍ରାପ୍ତ ଅଭିନେତା ସାଧୁ ମେହେର ହିନ୍ଦୀ ଫିଲ୍ମରୁ ସେ ତାଙ୍କ କ୍ୟାରିୟର ଆରମ୍ଭ କରିଥିଲେ। ପରେ ସେ ଓଡ଼ିଆ ଫିଲ୍ମ କରିଥିଲେ। ୧୯୬୯ରେ ରିଲିଜ ହୋଇଥିବା ମୃଣାଳ ସେନଙ୍କ ହିନ୍ଦୀ ଫିଲ୍ମ ଭୁବନ ସୋମ ଥିଲା ସାଧୁ ମେହେରଙ୍କ ପ୍ରଥମ ଫିଲ୍ମ। ୧୯୭୪ ମସିହାରେ ରିଲିଜ ହୋଇଥିଲା ତାଙ୍କ ଅଭିନୀତ ହିନ୍ଦୀ ଫିଲ୍ମ ଅଙ୍କୁର। ଏହି ଫିଲ୍ମ ପାଇଁ ଶ୍ରେଷ୍ଠ ଅଭିନେତା ଭାବେ ସେ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇଥିଲେ। ସେହିଭଳି ଓଡ଼ିଆରେ ସେ ଅଭିମାନ, ମନ୍ଥନ, ବାଲିଘର,ଶୀତ ରାତି,  ଜୟ ଜଗନ୍ନାଥ ଆଦିରେ ନିଖୁଣ ଅଭିନୟ କରିଥିଲେ। ସବ୍ୟସାଚୀ ମହାପାତ୍ରଙ୍କ ଜାତୀୟ ପୁରସ୍କାର ବିଜେତା ଫିଲ୍ମ ଭୁଖା(ସମ୍ବଲପୁରୀ ଫିଲ୍ମ)ରେ ଅଭିନୟ କରି ସେ ଓଡ଼ିଶାର ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଥିଲେ। ଅଭିନୟରେ ଦକ୍ଷତାକୁ ନେଇ ୨୦୧୭ ମସିହାରେ ସାଧୁ ମେହେରଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା।
Padma Shri Awardee Veteran Odia Actor Sadhu Meher Passes Away - Pragativadi
ତେବେ ଅଭିନୟ ବ୍ୟତିତ ନିର୍ଦ୍ଦେଶନାରେ ମଧ୍ୟ ସେ ପାରଙ୍ଗମ ଥିଲେ। ‘ଅଭିମାନ’, ‘ଅଭିଳାଷା’ ଏବଂ ‘ବବୁଲା(ପିଲାଙ୍କ ଫିଲ୍ମ) ଭଳି ପ୍ରଶଂସିତ ଫିଲ୍ମରେ ସେ ନିର୍ଦ୍ଦେଶନା ଭାର ସମ୍ଭାଳିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ଆସିବେନି ରାହୁଲ

ନୂଆଦିଲ୍ଲୀ,୩ା୫: ଶୁକ୍ରବାର ରାହୁଲ ଗାନ୍ଧୀ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥିଲା। ଆଜି ରାହୁଲ ରାୟଗଡ଼ା ଗସ୍ତରେ ଆସି ଏକ ସମାବେଶରେ ସମ୍ବୋଧିତ କରିଥାନ୍ତେ। ମାତ୍ର ଏହି...

ପ୍ରାର୍ଥୀ ବଦଳ ପରମ୍ପରା ବଜାୟ ରହିଲା

ଯାଜପୁର/ରସୁଲପୁର(ହର୍ଷବର୍ଦ୍ଧନ ବେହେରା/ରଞ୍ଜିତ ରାଉତ),୩ା୫:ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ବଦଳ ପରମ୍ପରାକୁ ବଜାୟ ରଖିଛନ୍ତି। ଏହାବାଦ ଗୁରୁବାର ଏହି ଆସନ...

କାହିଁକି ସୁଜାତାଙ୍କୁ କରାଗଲା ବଦଳି: ଚାଲିଛି ଜୋରଦାର ଚର୍ଚ୍ଚା

ଭୁବନେଶ୍ୱର,୩।୫(ସୁନିତ୍‌ ମିଶ୍ର):ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଫିସର ସୁଜାତା କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ଙ୍କ ବିରୋଧରେ ଭାଜପାର ଏକ ପ୍ରତିନିଧିମଣ୍ଡଳୀ ଗୁରୁବାର ଭାରତର ନିର୍ବାଚନ କମିଶନ(ଇସିଆଇ)ଙ୍କ ନିକଟରେ ଫେରାଦ ହେବା...

ବାଦ୍‌ ପଡ଼ିଲେ ୩୫ ବିଧାୟକ, ୪୦ ନୂଆ ମୁହଁକୁ ଭରସା

ଭୁବନେଶ୍ୱର,୩ା୫(ଅନିଲ ଦାସ): ଚଳିତ ବିଧାନସଭା ନିର୍ବାଚନ ପାଇଁ ବିଜେଡି ୧୪୭ ପ୍ରାର୍ଥୀଙ୍କ ତାଲିକା ୯ଟି ପର୍ଯ୍ୟାୟରେ ଘୋଷଣା କରିଛି। ଦଳ ଗତଥର ଭରସା କରିଥିବା ୧୪୭...

ମହିଳାଙ୍କ ଅପେକ୍ଷା ପୁରୁଷଙ୍କଠାରେ ଅକାଳ ମୃତ୍ୟୁ ଆଶଙ୍କା ଅଧିକ

ନୂଆଦିଲ୍ଲୀ, ୩।୫:ମହିଳାଙ୍କ ଅପେକ୍ଷା ପୁରୁଷଙ୍କ ଠାରେ ଅକାଳ ମୃତ୍ୟୁର ଆଶଙ୍କା ଅଧିକ ରହିଥାଏ। ସେହିପରି ପୂରା ଜୀବନ କାଳ ମଧ୍ୟରେ ପୁରୁଷଙ୍କ ଅପେକ୍ଷା ମହିଳାମାନେ ଅଧିକ...

ମତଦାନ ପୂର୍ବରୁ ବଢୁଛି ନାମାଙ୍କନ ତାତି

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୨୦ତାରିଖ ମତଦାନ ଗ୍ରହଣ ହେବ। ବର୍ତ୍ତମାନ ନିର୍ବାଚନ ମଇଦାନକୁ ଓହ୍ଲାଉଥିବା ପ୍ରାର୍ଥିଙ୍କ ନାମାଙ୍କନ ଦାଖଲ...

୨୯୨ ଆପତ୍ତିଜନକ ପୋଷ୍ଟ୍‌ ବ୍ଲକ୍‌ କଲା କ୍ରାଇମ୍‌ବ୍ରାଞ୍ଚ

ଭୁବନେଶ୍ୱର,୩ା୫(ସତ୍ୟଜିତ୍‌ ରାଉତ):ଚଳିତ ଲୋକ ସଭା ଓ ବିଧାନସଭା ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳର ସମର୍ଥକଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଲାଗି ରହିଛି। ପ୍ରଚାର ପାଇଁ...

ଶେଷରେ ସବୁ ଚର୍ଚ୍ଚାର ଘଟିଲା ଅନ୍ତ: ରାଏବରେଲି-ଆମେଠିରୁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ନୂଆଦିଲ୍ଲୀ,୩।୫: ନାମାଙ୍କନପତ୍ରର ଶେଷ ଦିନରେ କଂଗ୍ରେସ ଉତ୍ତରପ୍ରଦେଶର ରାଏବରେଲି ଏବଂ ଆମେଠି ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଏହି ଦୁଇଟି ଆସନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri