ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ ଜାରି ରଖିଛି । ସମଗ୍ର ଜିଲାର କୋଣ ଅନୁକୋଣରେ ସ୍କୁଲ,କଲେଜ ଛାତ୍ରୀଛାତ୍ର ସଚେତନତା ବାର୍ତ୍ତା ଦେଇ ରାଲି କରୁଥିବାବେଳେ ସହରାଞ୍ଚଳରେ ବର୍ଜ୍ୟବସ୍ତୁ ସଂଗ୍ରହ ଯାନ ମାଧ୍ୟମରେ ପ୍ରଶାସନ ଦ୍ୱାରା ପ୍ରସ୍ତୁତ କରାଯାଇଥିବା ଭୋଟର ସଚେତନତା ଗୀତ ଦ୍ୱାରା ଭୋଟରଙ୍କୁ ସଚେତନ କରାଯାଉଛି । ସେହିପରି ମତଦାନର ମହାନପର୍ବରେ ସାମିଲ ହେବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ଭିଡିଓ ବାର୍ତ୍ତା ଜାରି କରାଯାଇଛି। ଉକ୍ତ ଭିଡିଓ ବାର୍ତ୍ତାରେ ବରଗଡ଼ ଧନୁଯାତ୍ରା ମହୋତ୍ସବର କଂସ ମହାରାଜ ହୃଷୀକେଶ ଭୋଇ କଂସ ବେଶଭୂଷାରେ ସଜ୍ଜିତ ହୋଇ ସମ୍ବଲପୁରୀ ଭାଷାରେ ମିଳିମିଶି ହେମା ଯୋଟ୍‌, ସଭେ ଆସ ଦେମା ଭୋଟ୍‌ ବୋଲି ଆହ୍ବାନ କରିଛନ୍ତି । ସେହିପରି ପଦ୍ମଶ୍ରୀ ହଲଧର ନାଗଙ୍କ ମଧ୍ୟ ଏକ ଭିଡିଓ ବାର୍ତ୍ତା ଜାରି କରାଯାଇଛି। ସେଥିରେ ପଦ୍ମଶ୍ରୀ ନାଗ ଆସନ୍ତା ମେ’ ୨୦ରେ ସମସ୍ତେ ମତଦାନ କରି ଉପଯୁକ୍ତ ପ୍ରାର୍ଥୀ ବାଛିବାକୁ ଆହ୍ବାନ କରିଛନ୍ତି। ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଆଦିତ୍ୟ ଗୋୟଲ ପ୍ରଶାସନ ଦ୍ୱାରା ଆୟୋଜିତ ହେଉଥିବା ସମସ୍ତଙ୍କ ପାଖକୁ ପହଞ୍ଚାଇବା ସହିତ ଜିଲାର ସମସ୍ତ ଭୋଟର ମତଦାନର ମହାନପର୍ବରେ ସକ୍ରିୟ ଭାବେ ଅଂଶଗ୍ରହଣ ସହିତ ନିର୍ବାଚନକୁ ସଫଳ କରିବା ପାଇଁ ଆହ୍ବାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri