ଆଇସିୟୁରେ ପଦ୍ମଶ୍ରୀ କମଳା ପୂଜାରୀ

କଟକ,୧୨।୩(ଶିଳ୍ପା ପ୍ରିୟଦର୍ଶିନୀ)- ପଦ୍ମଶ୍ରୀ କମଳା ପୂଜାରୀ ଗୁରୁତର ଅସୁସ୍ଥ ହୋଇପଡ଼ିବାରୁ ମଙ୍ଗଳବାର ଏସ୍‌ସିବି ମେଡିିକାଲ ମେଡିସିନ ବିଭାଗ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ମେଡିକାଲରେ ତାଙ୍କର ପରୀକ୍ଷା ନୀରିକ୍ଷା କରାଯାଉଥିବାବେଳେ ରକ୍ତହୀନତା, ମୂତ୍ର ସଂକ୍ରମଣ ଲକ୍ଷଣ ଦେଖାଦେଇଛି। ତାଙ୍କ ଚିକିତ୍ସା ପାଇଁ ମେଡିକାଲରେ ସ୍ବତନ୍ତ୍ର ଡାକ୍ତରୀ ଦଳ ଗଠନ କରାଯାଇଛି। ମେଡିସିନ ବିଭାଗ ମୁଖ୍ୟ ପ୍ରଫେସର ଡା. ଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ଡା. ବିଜୟ କୁମାର ବେହେରା, ନେଫ୍ରୋଲୋଜି ବିଭାଗର ଡା. ଅରୁଣ ଆଚାର୍ଯ୍ୟ, ନ୍ୟୁରୋଲୋଜି ବିଭାଗ ଡା. ଅଶୋକ ମଲ୍ଲିକ ତାଙ୍କର ଚିକିତ୍ସା କରୁଛନ୍ତି। ଖବର ପାଇ ମେୟର ସୁବାସ ସିଂ ମେଡିିକାଲରେ ପହଞ୍ଚି କମଳାଙ୍କୁ ଭେଟି ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିବା ସହ ଚିକିତ୍ସା ନେଇ ଡାକ୍ତରଙ୍କ ସହିତ ଆଲୋଚନା କରିଛନ୍ତି। ଏନେଇ ଡା. ପଣ୍ଡା କହିଛନ୍ତି, ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ ଥିବାରୁ ତାଙ୍କୁ କୋରାପୁଟ ମେଡିିକାଲରୁ ଏସ୍‌ସିବିକୁ ସ୍ଥାନାନ୍ତର କରାଯାଇଛି। ମେଡ଼ିସିନ ବିଭାଗ ଆଇସିୟୁରେ ରଖାଯାଇ ସ୍ବତନ୍ତ୍ର ଡାକ୍ତରୀ ଦଳ ଦ୍ୱାରା ଚିକିତ୍ସା କରାଯାଉଛି। ଏବେ ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି। ଅନ୍ୟପଟେ ମେୟର ସିଂ କହିଛନ୍ତି, ଓଡ଼ିଶାର ଗର୍ବ ଓ ଗୌରବ ହେଉଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ। ରାଜ୍ୟ ସରକାର ତାଙ୍କ ଚିକତ୍ସା ନେଇ ଅବଗତ ରହିଛନ୍ତି ଏବଂ ତାଙ୍କର ଯେପରି ଏସ୍‌ସିବିରେ ଉତ୍ତମ ଭାବେ ଚିକିତ୍ସା କରାଯିବ ସେ ନେଇ ଗୁରୁତ୍ୱ ଦିଆଯାଇଛି। ସୂଚନା ଅନୁଯାୟୀ, ସୋମବାର କମଳା ଅଚେତ୍‌ ହୋଇଯିବାରୁ ପ୍ରଥମେ ତାଙ୍କୁ କୋରାପୁଟ ମେଡିକାଲରେ ଭର୍ତ୍ତି କରାଯାଇଥିଳା। ପୂର୍ବରୁ ଗତ ଜାନୁଆରୀ ୫ରେ ସେ ଅସୁସ୍ଥ ହୋଇ ଏସ୍‌ସିବିରେ ଭର୍ତ୍ତି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri