ଆଇସିୟୁରେ ପଦ୍ମଶ୍ରୀ କମଳା ପୂଜାରୀ

କଟକ,୧୨।୩(ଶିଳ୍ପା ପ୍ରିୟଦର୍ଶିନୀ)- ପଦ୍ମଶ୍ରୀ କମଳା ପୂଜାରୀ ଗୁରୁତର ଅସୁସ୍ଥ ହୋଇପଡ଼ିବାରୁ ମଙ୍ଗଳବାର ଏସ୍‌ସିବି ମେଡିିକାଲ ମେଡିସିନ ବିଭାଗ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ମେଡିକାଲରେ ତାଙ୍କର ପରୀକ୍ଷା ନୀରିକ୍ଷା କରାଯାଉଥିବାବେଳେ ରକ୍ତହୀନତା, ମୂତ୍ର ସଂକ୍ରମଣ ଲକ୍ଷଣ ଦେଖାଦେଇଛି। ତାଙ୍କ ଚିକିତ୍ସା ପାଇଁ ମେଡିକାଲରେ ସ୍ବତନ୍ତ୍ର ଡାକ୍ତରୀ ଦଳ ଗଠନ କରାଯାଇଛି। ମେଡିସିନ ବିଭାଗ ମୁଖ୍ୟ ପ୍ରଫେସର ଡା. ଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ଡା. ବିଜୟ କୁମାର ବେହେରା, ନେଫ୍ରୋଲୋଜି ବିଭାଗର ଡା. ଅରୁଣ ଆଚାର୍ଯ୍ୟ, ନ୍ୟୁରୋଲୋଜି ବିଭାଗ ଡା. ଅଶୋକ ମଲ୍ଲିକ ତାଙ୍କର ଚିକିତ୍ସା କରୁଛନ୍ତି। ଖବର ପାଇ ମେୟର ସୁବାସ ସିଂ ମେଡିିକାଲରେ ପହଞ୍ଚି କମଳାଙ୍କୁ ଭେଟି ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ପଚାରି ବୁଝିବା ସହ ଚିକିତ୍ସା ନେଇ ଡାକ୍ତରଙ୍କ ସହିତ ଆଲୋଚନା କରିଛନ୍ତି। ଏନେଇ ଡା. ପଣ୍ଡା କହିଛନ୍ତି, ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ ଥିବାରୁ ତାଙ୍କୁ କୋରାପୁଟ ମେଡିିକାଲରୁ ଏସ୍‌ସିବିକୁ ସ୍ଥାନାନ୍ତର କରାଯାଇଛି। ମେଡ଼ିସିନ ବିଭାଗ ଆଇସିୟୁରେ ରଖାଯାଇ ସ୍ବତନ୍ତ୍ର ଡାକ୍ତରୀ ଦଳ ଦ୍ୱାରା ଚିକିତ୍ସା କରାଯାଉଛି। ଏବେ ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି। ଅନ୍ୟପଟେ ମେୟର ସିଂ କହିଛନ୍ତି, ଓଡ଼ିଶାର ଗର୍ବ ଓ ଗୌରବ ହେଉଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ। ରାଜ୍ୟ ସରକାର ତାଙ୍କ ଚିକତ୍ସା ନେଇ ଅବଗତ ରହିଛନ୍ତି ଏବଂ ତାଙ୍କର ଯେପରି ଏସ୍‌ସିବିରେ ଉତ୍ତମ ଭାବେ ଚିକିତ୍ସା କରାଯିବ ସେ ନେଇ ଗୁରୁତ୍ୱ ଦିଆଯାଇଛି। ସୂଚନା ଅନୁଯାୟୀ, ସୋମବାର କମଳା ଅଚେତ୍‌ ହୋଇଯିବାରୁ ପ୍ରଥମେ ତାଙ୍କୁ କୋରାପୁଟ ମେଡିକାଲରେ ଭର୍ତ୍ତି କରାଯାଇଥିଳା। ପୂର୍ବରୁ ଗତ ଜାନୁଆରୀ ୫ରେ ସେ ଅସୁସ୍ଥ ହୋଇ ଏସ୍‌ସିବିରେ ଭର୍ତ୍ତି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨ଟି ଗ୍ୟାସ କନେକ୍ସନ ନେଇଥିଲେ ଜାଣି ନିଅନ୍ତୁ, ଜୁନ ୩୦ସୁଦ୍ଧା ହୋଇଯିବ ବନ୍ଦ! କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୭।୫: ନୂଆ ନିୟମ ଅନୁଯାୟୀ, ଭାରତୀୟ ପରିବାରଗୁଡ଼ିକ ଏବେ LPG ସଂଯୋଗ କିମ୍ୱା PNG ସଂଯୋଗ ରଖିପାରିବେ କିନ୍ତୁ ଉଭୟ ନୁହେଁ। ଯଦି ଆପଣଙ୍କର ବର୍ତ୍ତମାନ ଉଭୟ…

ସକାଳୁ ସକାଳୁ ପୋଖରୀରେ ଭାସୁଛି କ୍ଷୁଦ୍ର ଜଳସେଚନ ବିଭଗ ଅବସରପ୍ରାପ୍ତ କର୍ମଚାରୀଙ୍କ ମୃତଦେହ

ଭବାନୀପାଟଣା,୧୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୁରୁଣା ପଡାସ୍ଥିତ ସାନବନ୍ଧରୁ ରବିବାର ସକାଳୁ ଜଣେ ବୃଦ୍ଧଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ତାଙ୍କ ନାମ ପୂର୍ଣ୍ଣଚନ୍ଦ୍ର…

ଛୁଟିଦିନରେ ଏତିକି ହେଲା ତେଲ ଦର; ଜାଣନ୍ତୁ ଆଜିର ପେଟ୍ରୋଲ-ଡିଜେଲ ଦର..

ନୂଆଦିଲ୍ଲୀ,୧୭।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ଶୁକ୍ରବାର ଠାରୁ ପେଟ୍ରୋଲ ଡିଜେଲ ପାଇଁ ନୂଆ ମୂଲ୍ୟ ଧାର୍ଯ୍ୟ କରାଯାଇଛି ।…

POCSO ମାମଲାରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଗିରଫ, ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ

ନୂଆଦିଲ୍ଲୀ,୧୭।୫: କେନ୍ଦ୍ରମନ୍ତ୍ରୀ ବନ୍ଦୀ ସଞ୍ଜୟ କୁମାରଙ୍କ ପୁଅ ବନ୍ଦୀ ଭଗୀରଥ ସାଇକୁ ତେଲେଙ୍ଗାନା ପୋଲିସ ଶନିବାର ଗିରଫ କରିଛି। ତେବେ କେନ୍ଦ୍ରମନ୍ତ୍ରୀ ପୁଅକୁ ସରେଣ୍ଡର କରାଇଥିବାର ଦାବି…

ପ୍ଲାଟିନମ୍‌ ଉପାଦାନ ଉତ୍ତୋଳନ ସଫଳ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୫(ପି.ଟି./ସୁନିତ୍‌ ମିଶ୍ର): ବିଶ୍ୱ ବଜାରରେ ଲୁହାପଥର, ବକ୍ସାଇଟ୍‌, କ୍ରୋମାଇଟ୍‌ ଭଳି କଞ୍ଚାମାଲର ଚାହିଦା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ପ୍ଲାଟିନମ୍‌ର ଚାହିଦା ମଧ୍ୟ ବଢ଼ିିଛି ।…

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌: ପୁଣେରୁ ବାୟୋଲୋଜି ଅଧ୍ୟାପିକା ଗିରଫ

ନୂଆଦିଲ୍ଲୀ,୧୭ା୫(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଶନିବାର ପୁଣେରୁ ଜଣେ ଜୀବବିଜ୍ଞାନ ଅଧ୍ୟାପିକାଙ୍କୁ ଗିରଫ କରିଛି। ଉକ୍ତ ଅଧ୍ୟାପିକା ମେ’…

ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ: ୨ଟି କୋଚ୍‌ରେ ଲାଗିଗଲା ନିଆଁ, ଭିତରେ ଥିଲେ…

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ। ଦିଲ୍ଲୀ-ନିଜାମୁଦ୍ଦିନ ଯାଉଥିବା ଏହି ଟେନ ଦୁଇଟି କୋଚରେ ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଛି। ରବିବାର ସକାଳେ ଏହି ଘଟଣା ଆଲୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri