ପଦ୍ମଶ୍ରୀ କମଳା ପୂଜାରୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର

କଟକ ଅଫିସ,୨୬ା୮:କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସିତ ହେଉଥିବା ପଦ୍ମଶ୍ରୀ କମଳା ପୂଜାରୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ତାଙ୍କ ଚିକିତ୍ସା ପାଇଁ ଭେଷଜ ବିଭାଗୀୟ ମୁଖ୍ୟ ପ୍ରଫେସର ଡା. ଜୟନ୍ତ କୁମାର ପଣ୍ଡାଙ୍କ ନେତୃତ୍ୱରେ ୪ ଜଣିଆ ଡାକ୍ତରୀ ଟିମ୍‌ ଗଠନ କରାଯାଇଛି। ଏଥିରେ ଭେଷଜ ବିଭାଗ ପ୍ରଫେସର ଡା. ବିଜୟ କୁମାର ବେହେରା, ପଲମୋନାରି ମେଡିସିନ ବିଭାଗୀୟ ମୁଖ୍ୟ ପ୍ରଫେସର ଡା. ଜ୍ୟୋତି ପଟ୍ଟନାୟକ ଓ ନେଫ୍ରୋଲୋଜି ବିଭାଗର ଆସୋସିଏଟ୍‌ ପ୍ରଫେସର ଡା. ଅରୁଣ ଆଚାର୍ଯ୍ୟ ସାମିଲ ଅଛନ୍ତି। ଏସ୍‌ସିବି ମେଡିକାଲର ଜରୁରିକାଳୀନ ଅଧିକାରୀ ଡା. ଭୁବନାନନ୍ଦ ମହାରଣା କହିଛନ୍ତି, ଗତ ରବିବାର କମଳା ଅସୁସ୍ଥ ହେବା ପରେ କୋରାପୁଟ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସା ପରେ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସିଥିଲା। କିନ୍ତୁ ସେ କିଡ୍‌ନୀ ରୋଗରେ ପୀଡିତ ଥିବା ଜଣାପଡିବା ପରେ ସେଠାରୁ ବୁଧବାର ତାଙ୍କୁ ଏସ୍‌ସିବି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ଏବେ ତାଙ୍କର ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଏଥିସହ ତାଙ୍କର ବିଭିନ୍ନ ପରୀକ୍ଷାନିରୀକ୍ଷା କରାଯାଉଛି। ସବୁ ରିପୋର୍ଟ ହସ୍ତଗତ ହେବା ପରେ ଡାକ୍ତରୀ ଟିମ୍‌ ପରବର୍ତ୍ତୀ ନିଷ୍ପତ୍ତି ନେବ ବୋଲି ଭୁବନାନନ୍ଦ କହିଛନ୍ତି।
କଟକ ମହାନଗର ନିଗମ(ସିଏମ୍‌ସି) ମେୟର ସୁବାସ ସିଂ ଗୁରୁବାର ଏସ୍‌ସିବି ମେଡିକାଲରେ କମଳାଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ। ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ସହ କଥା ହୋଇ ଉତ୍ତମ ଚିକିତ୍ସା ଯୋଗାଇ ଦେବା ଉପରେ ମେୟର ଗୁରୁତ୍ୱାରୋପ କରିଛନ୍ତି। ସେହିପରି ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ ମଧ୍ୟ କମଳାଙ୍କୁ ଭେଟି ସ୍ବାସ୍ଥ୍ୟବସ୍ଥା ବୁଝିଥିଲେ। ଭାଜପା ନେତା ଲଲାଟେନ୍ଦୁ ବଡୁଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ କମଳାଙ୍କୁ ଭେଟି ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏହାବାଦ୍‌ ଅନେକ ବିଶିଷ୍ଟ ବ୍ୟକ୍ତି କମଳାଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଥିବା ଜଣାପଡିଛି। ସୂଚନାଯୋଗ୍ୟ, କୋରାପୁଟ ଜିଲା ପାତ୍ରପୁଟର ବାସିନ୍ଦା କମଳା ୩୦୦ରୁ ଊର୍ଦ୍ଧ୍ୱ ପାରମ୍ପରିକ ଧାନ ବିହନ ସଂରକ୍ଷଣ କରି ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ବରଗଡ଼ ଗସ୍ତରେ କମିଶନର ରାମଚନ୍ଦ୍ର ଯାଦବ: କୁରୁଆଁ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ କଲେ ପରିଦର୍ଶନ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ସଚିନ ରାମଚନ୍ଦ୍ର ଯାଦବ ବୁଧବାର ବରଗଡ଼ ଜିଲା ଗସ୍ତରେ ଆସିଥିଲେ ।…

ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri