ପଦ୍ମଶ୍ରୀ ମିତ୍ରଭାନୁ ଗୌନ୍ତିଆଙ୍କୁ ମୁମ୍ବାଇ ଗୌରବ ସମ୍ମାନ

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): ଚଳିତ ମାସ ୬ ତାରିଖରେ ମୁମ୍ବାଇସ୍ଥିତ ଦାଦର ସ୍ବାତନ୍ତ୍ର୍ୟବୀର ସାବରକର ଅଡ଼ିଟୋରିୟମଠାରେ ପଶ୍ଚିମ ଓଡ଼ିଶା ପରିବାର ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଆରମ୍ଭରେ ଏଲ୍‌ଆଇସି ଇଡି ରତ୍ନାକର ପଟ୍ଟନାୟକ, ଆର୍‌ବିଆଇ ଇଡି ଚାରୁଲତା କର, ପଦ୍ମଶ୍ରୀ ମିତ୍ରଭାନୁ ଗୌନ୍ତିଆ, ଡାକ୍ତର ସପନ ମିଶ୍ର ଓ ଚମ୍ପକ ତ୍ରିପାଠୀ ମା’ ସମଲେଇଙ୍କ ପୂଜାର୍ଚ୍ଚନା କରିଥିଲେ। କିମ୍ବଦନ୍ତୀ ଅଭିନେତା ନିର୍ଦ୍ଦେଶକ ସ୍ବର୍ଗତ ପଦ୍ମଶ୍ରୀ ସାଧୁ ମେହେରଙ୍କ ସ୍ମୃତିରେ ୨ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। ବରିଷ୍ଠ ସଦସ୍ୟ ଆୟକର ବିଭାଗର ଅବସରପ୍ରାପ୍ତ କମିଶନର ଅଧ୍ୟକ୍ଷ ଶ୍ରୀକାନ୍ତ ଚାଟାର୍ଜୀ ଅତିଥିଙ୍କୁ ସ୍ବାଗତ କରିଥିଲେ। ଏହା ପରେ ପଦ୍ମଶ୍ରୀ ମିତ୍ରଭାନୁ ଗୌନ୍ତିଆଙ୍କୁ ପଶ୍ଚିମ ଓଡିଶା ପରିବାର ମୁମ୍ବାଇ ଗୌରବ ସମ୍ମାନ ୨୦୨୪ ପ୍ରଦାନ କରାଯାଇଥିଲା। ସମ୍ବଲପୁରୀ ଭାଷା ଓ ସଂସ୍କୃତିର ଅବଦାନ ପାଇଁ ଡକ୍ଟର ସପନ ମିଶ୍ରଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା। ପରେ ଗୁରୁ ଦୁର୍ଗା ଦାଶ ଓ ଗୁରୁ ଅସୀମ ପ୍ରଧାନଙ୍କ ନେତୃତ୍ୱରେ ରଙ୍ଗ ଫରୁଆ ଗ୍ରୁପ ଦ୍ୱାରା ପରିବେଷିତ ସମ୍ବଲପୁରୀ ସଂଗୀତ ଓ ନୃତ୍ୟ ସମସ୍ତଙ୍କୁ ଆକର୍ଷିତ କରିଥିଲା। ଏହି କାର୍ଯ୍ୟକ୍ରମରେ ପ୍ରାୟ ୫୦୦ ସଦସ୍ୟ ଉପସ୍ଥିତ ରହି କାର୍ଯ୍ୟକ୍ରମ ଓ ପ୍ରାମାଣିକ ଓଡିଆ ଖାଦ୍ୟର ମଜା ନେଇଥିଲେ। ପାରମ୍ପରିକ ସମ୍ବଲପୁରୀ ହ୍ୟାଣ୍ଡଲୁମ ପରିଧାନ କରିଥିବା ସଦସ୍ୟମାନଙ୍କୁ ନେଇ ଏକ ସମ୍ବଲପୁରୀ ଫ୍ୟାଶନ ଶୋ’ର ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମକୁ କବିତା ସାହାଣୀ ସଂଯୋଜନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ସମଲେଶ୍ୱରୀଙ୍କ ପୀଠରେ ଅପବିତ୍ର କାଯର୍ର୍‌ୟ: ଦୀପଘର ପଛପଟେ ଜମୁଥିଲା…

ସମ୍ବଲପୁର,୭ା୩(ପ୍ରମୋଦ ବହିଦାର):ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିର ପରିସର ଅସାମାଜିକ କାର୍ଯ୍ୟର ପେଣ୍ଠସ୍ଥଳୀ ପାଲଟିଥିବା ଅଭିଯୋଗ ହୋଇଛି। ଲକ୍ଷଲକ୍ଷ ଶ୍ରଦ୍ଧାଳୁଙ୍କ ଭକ୍ତି ଓ ବିଶ୍ୱାସର ପ୍ରତୀକ…

ଓଡ଼ିଶାର ଏହି ୩ ନେତାଙ୍କ ସହ ରୁଦ୍ଧଦ୍ୱାର ବୈଠକ କଲେ ଶାହା: ଜାଣନ୍ତୁ ଭିତିରି କଥା

ଭୁବନେଶ୍ୱର,୭ା୩(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଆସି ବିଳମ୍ବିତ ସାରେ ନୂଆଦିଲ୍ଲୀ ଫେରିଯାଇଛନ୍ତି। ଶାହା ତାଙ୍କ ଗସ୍ତ କାଳରେ ବିଭିନ୍ନ ସରକାରୀ…

ଓଡ଼ିଶାକୁ ନେଇ ଏମିତି କହିଦେଲେ ଅମିତ ଶାହା: ଦେଖୁଦେଖୁ…

ପାରାଦୀପ,୭।୩ (ଶରତ ରାଉତ):୨୦୦୫ରେ ପାରାଦୀପର ଏକ ଘରୋଇ କମ୍ପାନୀଠାରୁ ଇଫ୍‌କୋ ଯେତେବେଳେ ସାର କାରଖାନାକୁ ୨୫୦୦ କୋଟି ଟଙ୍କାରେ କିଣିଥିଲା, ସେତେବେଳେ ବାର୍ଷିକ ଉତ୍ପାଦନ ଥିଲା ମାତ୍ର…

ଭାରତ ବିପକ୍ଷ ଫାଇନାଲ ମ୍ୟାଚ ପୂର୍ବରୁ ନ୍ୟୁଜିଲାଣ୍ଡ ଖେଳାଳିଙ୍କ ବିସ୍ଫୋରକ ବୟାନ, ବୁମ୍‌ରାଙ୍କୁ ନେଇ କହିଲେ ଆଶ୍ଚର୍ଯ୍ୟଜନକ କଥା

ନୂଆଦିଲ୍ଲୀ,୭।୩: ୨୦୨୬ ଟି୨୦ ବିଶ୍ୱକପ ଫାଇନାଲ ଏକ ରୋମାଞ୍ଚକର ମୁକାବିଲା ହେବାକୁ ଯାଉଛି। ସେମିଫାଇନାଲରେ ଏକ ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଟାଇଟଲଠାରୁ ମାତ୍ର ଗୋଟିଏ…

ବୃହତ୍‌ ବିଜୟ ଦିଗରେ ଆର୍‌ଏସ୍‌ପି: ୬ ମାସ ପରେ…

କାଠମାଣ୍ଡୁ,୭ା୩(ପି.ଟି.):ଗତବର୍ଷ ସେପ୍ଟେମ୍ବରରେ ନେପାଳରେ ହିଂସାତ୍ମକ ଜେନ୍‌ ଜି ଆନ୍ଦୋଳନ ଯୋଗୁ କେ.ପି. ଶର୍ମା ଓଲିଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରର ପତନ ଘଟିଥିଲା। ଏହାର ୬ ମାସ ପରେ…

ଜଣ୍ଡିସ୍‌ରେ ୬ ସ୍କୁଲ ପିଲା ଆକ୍ରାନ୍ତ

ଖଇରା,୭।୩(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ୍‌ ଝିଙ୍କିରିଆ ପଞ୍ଚାୟତ ଅଧୀନ ଅରଖପଦା ଗଁାରେ ଜଣ୍ଡିସ ଆତଙ୍କ ଦେଖାଦେଇଛି। ପ୍ରଥମେ ଅରଖପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୬…

ବେକରେ ଧୋତି ବାନ୍ଧି ଝୁଲିପଡ଼ିଲେ ଜେଲ ଓ୍ବାର୍ଡର

ଭୁବନେଶ୍ୱର,୭ା୩(ତ୍ରିନାଥ ମହାନ୍ତି):ଝାରପଡ଼ା ଜେଲ ପରିସର ସରକାରୀ କ୍ୱାର୍ଟର୍ସରେ ଜଣେ ଜେଲ ଓ୍ବାର୍ଡର ବେକରେ ଧୋତି ବାନ୍ଧି ଫ୍ୟାନ୍‌ରେ ଝୁଲି ଆମତ୍ହତ୍ୟା କରିଛନ୍ତି। ମୃତ ଓ୍ବାର୍ଡର ଜଣକ ହେଲେ…

ଇରାନ୍‌ର ଆତ୍ମସମର୍ପଣ ଲୋଡ଼ିଲେ ଟ୍ରମ୍ପ୍‌

ଓ୍ବାଶିଂଟନ୍‌/ଦୁବାଇ,୭ା୩: ଇରାନ୍‌ ବିରୋଧୀ ଯୁଦ୍ଧ ଦ୍ୱିତୀୟ ସପ୍ତାହରେ ପ୍ରବେଶ କରିଥିବାବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଶୁକ୍ରବାର ଇରାନ୍‌ର ନିଃସର୍ତ୍ତ ଆତ୍ମସମର୍ପଣ ଦାବି କରିଛନ୍ତି। ତେହରାନ୍‌ ଆତ୍ମସମର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri