ପଦ୍ମଶ୍ରୀ ପ୍ରମୋଦଙ୍କୁ ଉତ୍କଳ ପ୍ରତିଭା ସମ୍ମାନ

ଭୁବନେଶ୍ୱର,୨।୪: ଓଡ଼ିଶା ତଥା ଭାରତର ଜଣାଶୁଣା ପାରା-ବ୍ୟାଡ୍‌ମିଣ୍ଟନ କ୍ରୀଡାବିତ୍‌ ତଥା ପଦ୍ମଶ୍ରୀ ପ୍ରମୋଦ ଭଗତଙ୍କୁ ଉତ୍କଳ ପ୍ରତିଭା ପ୍ରତିଷ୍ଠାନ (ଓଡିଏମ୍‌ ସମୂହର ଅନ୍ୟତମ ଅନୁଷ୍ଠାନ) ପକ୍ଷରୁ ‘ଉତ୍କଳ ପ୍ରତିଭା ସମ୍ମାନ-୨୦୨୪’ପ୍ରଦାନ କରାଯାଇଛି। ଏପରିକି ପବିତ୍ର ଓଡ଼ିଶା ଦିବସ ଅବସରରେ ଭୁବନେଶ୍ୱରର ପଟିଆସ୍ଥିତ ଓଡିଏମ୍‌ ପବ୍ଲିକ ସ୍କୁଲ ପରିସରରେ ଓଡ଼ିଶାର ବିଭିନ୍ନ କୋଣ ଅନୁକୋଣରୁ କଳା, ସାହିତ୍ୟ, ଭାଷା, ବିଜ୍ଞାନ, ନୃତ୍ୟ ଓ ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ପ୍ରତିଭାମାନଙ୍କୁ ଚିହ୍ନଟ ସହ ଏକ ନିଆରା କାର୍ଯ୍ୟକ୍ରମ ମାଧ୍ୟମରେ ‘ଉତ୍କଳ ପ୍ରତିଭା ସମ୍ମାନ-୨୦୨୪’ରେ ସମ୍ମାନିତ କରାଯାଇଛି। ଉଲ୍ଲେଖଯୋଗ୍ୟ, ଓଡିଏମ୍‌ ଶିକ୍ଷାନୁଷ୍ଠାନ ସମୂହର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ଡ.ସତ୍ୟବ୍ରତ ମୀନକେତନଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ପୂର୍ବତନ ବିଚାରପତି ଏ.ସୂର୍ଯ୍ୟନାରାୟଣ ନାଇଡୁ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିବା ବେଳେ ସମ୍ବର୍ଦ୍ଧିତ ଅତିଥି ଭାବେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ପୂର୍ବତନ ବିଚାରପତି ଅରୁଣ କୁମାର ପରିଚ୍ଛା, ଓଟିଭିର ପ୍ରତିଷ୍ଠାତା ତଥା ନିର୍ଦ୍ଦେଶିକା ଜାଗି ମଙ୍ଗତ୍‌ ପଣ୍ଡା, ସମ୍‌ ହସ୍‌ପିଟାଲ୍‌ର ମୁଖ୍ୟ ଉପଦେଷ୍ଟା ପ୍ରଫେସର ଡା. ଅଶୋକ କୁମାର ମହାପାତ୍ର, ଭୁବନେଶ୍ୱର କେୟାର ହସ୍‌ପିଟାଲ୍‌ର ନିର୍ଦ୍ଦେଶକ ଡା. ମହେନ୍ଦ୍ର ପ୍ରସାଦ ତ୍ରିପାଠୀ, ପାରା-ବ୍ୟାଡ୍‌ମିଣ୍ଟନ କ୍ରୀଡାବିତ୍‌ ପଦ୍ମଶ୍ରୀ ପ୍ରମୋଦ ଭଗତ୍‌, କିଟ୍‌ ସ୍କୁଲ୍‌ ଅଫ୍‌ ବାୟୋଟେକ୍ନୋଲୋଜି (ଗବେଷଣା ଏବଂ ପ୍ରଗତି)ର ସାଧାରଣ ନିର୍ଦ୍ଦେଶକ ପ୍ରଫେସର ଡ. ମୃତ୍ୟୁଞ୍ଜୟ ସୁଆର, ସମ୍‌ ଅଲ୍‌ଟିମେଟ୍‌ ମେଡିକେୟାରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡ. ଶ୍ୱେତପଦ୍ମା ଦାଶ, ଶିକ୍ଷା ଓ ସଙ୍ଗୀତ ଜଗତର ପ୍ରଫେସର ଡ. ରଜନୀ ରଞ୍ଜନ ଦାସ, କେନାଲ୍‌ ମ୍ୟାନ-ପଦ୍ମଶ୍ରୀ ଦୈତାରୀ ନାୟକ, ଜିନ୍ଦଲ୍‌ ଷ୍ଟିଲ୍‌ ଆଣ୍ଡ୍‌ ପାୱାର ଲିମିଟେଡ୍‌ରେ କର୍ପୋରେଟ୍‌ ଆଫେୟାର୍ସ, ସାଧାରଣ ପରିଚାଳକ ପୁଲିନ୍‌ କୁମାର ସାହୁ ଓ ବାଲୁକାଶିଳ୍ପୀ ମାନସ କୁମାର ସାହୁ ପ୍ରମୁଖ ଯୋଗ ଦେଇଥିଲେ।
ଏହି ଅବସରରେ ମୁଖ୍ୟ ଅତିଥି ନାଇଡୁ ‘ଉତ୍କଳ ପ୍ରତିଭା ସମ୍ମାନ-୨୦୨୪’ରେ ପ୍ରମୋଦ ଭଗତଙ୍କ ସମେତ ସମସ୍ତ ୧୨ଜଣ ପ୍ରତିଭାଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଏପରିକି ବିଦ୍ୟାଳୟର ବିତ୍ତ ଏବଂ ପ୍ରଶାସନିକ ନିର୍ଦ୍ଦେଶିକା ଇନ୍ଦୁମତୀ ରାୟ ଏବଂ କାର୍ଯ୍ୟନିର୍ବାହୀ ଅଧିକାରୀ ସ୍ବୟନ ସତ୍ୟେନ୍ଦୁ ମୁଖ୍ୟ ଅତିଥିଙ୍କୁ ମଧ୍ୟ ସମ୍ବର୍ଦ୍ଧିତ କରିଥିଲେ। ବିଶେଷ କରି ଉତ୍କଳ ପ୍ରତିଭା ମାଧ୍ୟମରେ କିଭଳି ପ୍ରତିଭାଙ୍କୁ ଚିହ୍ନଟ କରିବା,ଉତ୍କଳ ପ୍ରତିଭା ଷ୍ଟୁଡିଓ ମାଧ୍ୟମରେ ସେମାନଙ୍କ ପ୍ରତିଭାକୁ ଲୋକଙ୍କ ପାଖରେ ପହଞ୍ଚାଇବା, ସାକ୍ଷାତକାର ମାଧ୍ୟମରେ ବର୍ଷ ଶେଷରେ ସେମାନଙ୍କ ପ୍ରତିଭାକୁ ସମ୍ମାନିତ କରିବା ଏହା ହିଁ ହେଉଛି ଉତ୍କଳ ପ୍ରତିଭା ପ୍ରତିଷ୍ଠାନର ପ୍ରୟାସ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri