ମାଗୁଣି ଚରଣ କୁଅଁରଙ୍କୁ ପଦ୍ମଶ୍ରୀ

କେନ୍ଦୁଝର,୨୬ା୧(ସ୍ବ.ପ୍ର.): ବିଶିଷ୍ଟ କଣ୍ଢେଇ ନୃତ୍ୟଗୁରୁ ମାଗୁଣି ଚରଣ କୁଅଁରଙ୍କୁ ପଦ୍ମଶ୍ରୀ ପ୍ରଦାନ ପାଇଁ ଘୋଷଣା କରାଯାଇଛି। କାଠି କଣ୍ଢେଇକୁ ନିଜର କୌଶଳରେ ଜୀବନ୍ତ କରି ଲୋକଙ୍କୁ ମନୋରଞ୍ଜନ କରିଥାନ୍ତି। କେନ୍ଦୁଝର ପୁରୁଣା ସହରର ବୈଦ୍ୟରାଜ ସାହି ବାସିନ୍ଦା ମାଗୁଣି ପିଲା ବେଳରୁ କାଠରେ ନିର୍ମିତ କଣ୍ଢେଇ ତିଆରି କରି ଏହାକୁ ଏକାଧିକ ସ୍ବରରେ ନିଜେ ପରିବେଷଣ କରିଥାନ୍ତି। ଏହା ସହିତ ସେ ଜଣେ ଉଚ୍ଚମାନର ମୂର୍ତ୍ତି ଶିଳ୍ପୀ। ୧୨ ଫେବୃୟାରୀ ୧୯୩୭ରେ ତାଙ୍କ ଜନ୍ମ। ତାଙ୍କ ପିତା ବୈଷ୍ଣବ ଚରଣ କୁଅଁର ଜଣେ ମୁକ୍ତି ଯୋଦ୍ଧା। ସେ ପୂର୍ବରୁ କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ଦ୍ୱାରା ପୁରସ୍କୃତ ମଧ୍ୟ ହୋଇଛନ୍ତି। ରାବଣ ବଧ, ଦାନବୀର ହରିଶ୍ଚନ୍ଦ୍ର ପରି ବିଷୟକୁ ସେ କଣ୍ଢେଇ ମାଧ୍ୟମରେ ବେଶ୍‌ ସୁନ୍ଦର ଭାବେ ପ୍ରଦର୍ଶନ କରିଥାନ୍ତି। ଏହା ସହିତ ମହିଷାସୁର ବଧ, ସାପୁଆ କେଳା, ଭୋଗିଆ ରହସ୍ୟ ଆଦି ପରିବେଷଣ କରିଥାନ୍ତି। ତାଙ୍କୁ ପଦ୍ମଶ୍ରୀ ଘୋଷଣା ପରେ କେନ୍ଦୁଝର ଜିଲାରେ ଆନନ୍ଦ ଖେଳିଯାଇଛି। ସେ କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ଦ୍ୱାରା କଳା କ୍ଷେତ୍ରରେ ସର୍ବୋଚ୍ଚ ପୁରସ୍କୃତ ହୋଇଥିବା ବେଳେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀରୁ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ପୁରସ୍କାର ପାଇଁ ସତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ। ତାଙ୍କୁ ବିଧାୟକ ମୋହନ ମାଝି ତାଙ୍କ ପୁରୁଣା ବଜାର ବୈଦରାଜ ସାହି ବାସଭବନଙ୍କୁ ଯାଇ ସମ୍ବର୍ଦ୍ଧିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri