Posted inଫୁରସତ

କିଏ ଏହି ମହିଳା, ଯାହାଙ୍କୁ ଦେଖି ହାତ ଯୋଡ଼ିଲେ ମୋଦି-ଶାହା

ସୋସିଆଲ ମିଡିଆରେ ଏକ ଫଟୋ ଭାଇରାଲ ହେଉଛି, ଯାହାକି ଲୋକଙ୍କ ହୃଦୟ ଜିତୁଛି। ରାଜନେତାଠାରୁ ଆରମ୍ଭ କରି ସେଲିବ୍ରିଟି ସମସ୍ତେ ଫଟୋରେ ଥିବା ମହିଳାଙ୍କ ପ୍ରଶଂସାରେ ଶତମୁଖ ହେଉଛନ୍ତି। ଏବେ ଆପଣଙ୍କ ମନରେ ପ୍ରଶ୍ନ ଉଠୁଥାଇପାରେ ମହିଳାଜଣଙ୍କ କିଏ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସମ୍ମୁଖରେ ହାତ କାହିଁକି ଯୋଡ଼ିଛନ୍ତି? ତେବେ କହିରଖିବୁ ମହିଳାଜଣଙ୍କ ହେଲେ ତୁଳସୀ ଗୌଡ଼ା। ତାଙ୍କୁ ସୋମବାର ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ବତନ୍ତ୍ର ସମାରୋହରେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି।

ତୁଳସୀ କର୍ନାଟକର ଜଣେ ଆଦିବାସୀ ମହିଳା। ତାଙ୍କୁ ଏବେ ୭୨ ବର୍ଷ ବୟସ ହୋଇଥିବା ବେଳେ ‘ଜଙ୍ଗଲର ଏନ୍‌ସାଇକ୍ଲୋପିଡ଼ିଆ’ ବୋଲି ମଧ୍ୟ କୁହାଯାଏ। ସମାରୋହରେ ପଦ୍ମଶ୍ରୀ ନେବାକୁ ପହଞ୍ଚିଥିବା ତୁଳସୀ ପାରମ୍ପରିକ ପୋଷାକରେ ନଜର ଆସିଥିଲେ। ପାଦରେ ତାଙ୍କର ଜୋତା ନ ଥିଲା। ତୁଳସୀଙ୍କ ସରଳତାକୁ ଦେଖି ଲୋକମାନେ କିଛି ସମୟ ପାଇଁ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଏପରିକି ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ତାଙ୍କୁ ଦେଖି ପ୍ରଭାବିତ ହୋଇଥିଲେ। ମୋଦି ଏବଂ ଅମିତ ଶାହାଙ୍କ ସମ୍ମୁଖରେ ଯେତେବେଳେ ସେ ପହଞ୍ଚିଥିଲେ, ଉଭୟ ନେତା ତାଙ୍କୁ ସମ୍ମାନ ଦେଇ ନମସ୍କାର କରିଥିଲେ।

ଏବେ ତାଙ୍କର ଏହି ଫଟୋ ସୋସିଆଲ ମିଡିଆରେ ବେଶ ଭାଇରାଲ ହେଉଛି। ଲୋକମାନେ ପରିବେଶର ସୁରକ୍ଷା ପାଇଁ ତାଙ୍କର ଯୋଗଦାନକୁ ପ୍ରଶଂସା କରୁଛନ୍ତି। ଦୀର୍ଘ ୬ ଦଶନ୍ଧି ଧରି ତାଙ୍କର ବୃକ୍ଷରୋପଣ ଏବଂ ଅନ୍ୟାନ୍ୟ କାର୍ଯ୍ୟ ଅନ୍ୟପାଇଁ ମାର୍ଗଦର୍ଶକ ପାଲଟିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

୨୪ ଘଣ୍ଟାରେ ୨୬୦୦୦ ବସ୍‌ ଉଠ୍‌ ହୋଇ ଗିନିଜ ଓ୍ବାର୍ଲଡ ରେକର୍ଡ

ପିଲାଦିନେ ସ୍କୁଲରେ ପାଠ ପଢି ନ ଥିଲେ ଦଣ୍ଡ ଆକାରରେ ସାର୍‌ କହୁଥିଲେ ବସ୍‌ ଉଠ୍‌ ହେବା ପାଇଁ। ୩୦ ଥର ବସ୍‌ ଉଠ୍‌ ହେଲା...

ଉଛୁଳା ଭକ୍ତିର ଅନ୍ତରାଳେ….

ମା’ଛେଉଣ୍ଡ ମାଧବ ବାବୁ ଭଦ୍ରଲୋକରେ ଗଣାହେଲେ, ଯେବେଠୁଁ କଷ୍ଟକରି ଉଚ୍ଚଶିକ୍ଷା ଲାଭ କଲା ପରେ ଉଚ୍ଚ ପଦବୀଯୁକ୍ତ ଚାକିରି ପାଇଲେ। ତାଙ୍କର ସବୁଗୁଣ ଭଲ l...

ନିମାପଡ଼ାର ‘ମାଇପି ମେଳା’

ଗୁହାରିଆ ପଡ଼ିଲେ ମାନସିକ ପୂରଣ ହୋଇଥାଏ l ଅନ୍ଧବିଶ୍ୱାସ ହେଉ କି ବିଶ୍ୱାସ, ଏଭଳି ଏକ ପ୍ରଥା କିନ୍ତୁ ପ୍ରଚଳିତ ହୋଇଆସୁଅଛି କାହିଁ କେବେଠୁ। ପୁରାଣ...

ପ୍ରଥମ ରୋଜଗାର ବୋଉକୁ ଦେଇଥିଲି: ଲଳିତ କୁମାର

ମୋର ଜନ୍ମ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ନନ୍ଦଳା ଗ୍ରାମରେ। ମାତା ପାର୍ବତୀ ସ୍ବାଇଁ ଓ ପିତା ଭିକାରୀ ସ୍ବାଇଁଙ୍କର ତିନିପୁଅଙ୍କ ଭିତରେ ମୁଁ...

‘ଆଉ ଥରେ ଜନ୍ମ ହେଲେ କବିଟିଏ ହୋଇ ଜନ୍ମ ହେବି’

ଏକାଧାରରେ ସେ ଜଣେ କବି, ଗାଳ୍ପିକ ଓ ନାଟ୍ୟକାର। ଦୀର୍ଘ ୪ଦଶନ୍ଧି ଧରି ତାଙ୍କ ଲେଖନୀ ମୁନରେ ଫୁଟେଇଛନ୍ତି ଏକାଧିକ ଗଳ୍ପ, କବିତା ଓ ନାଟକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri