ପଦ୍ମଶ୍ରୀ ଗ୍ରହଣ କଲେ ମାଗୁଣି

ନୂଆଦିଲ୍ଲୀ,୨୩।୩:କଳା, ସମାଜ କଲ୍ୟାଣ, ବିଜ୍ଞାନ, ଡାକ୍ତରୀ, ସାହିତ୍ୟ, ଶିକ୍ଷା, କ୍ରୀଡ଼ା, ପ୍ରଶାସନିକ ସେବା ଆଦି କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ୧୦୬ ଜଣ ବିଶିଷ୍ଟ ବ୍ୟକ୍ତି ଚଳିତବର୍ଷ ଦେଶର ସବୁଠାରୁ ସମ୍ମାନଜନକ ପଦ୍ମ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଓଡ଼ିଶାରୁ କଳା କ୍ଷେତ୍ରରେ ମାଗୁଣି ଚରଣ କୁଅଁର ଏବଂ କ୍ରିଷ୍ଣା ପଟେଲ, ସାହିତ୍ୟ-ଶିକ୍ଷା କ୍ଷେତ୍ରରେ ଅନ୍ତର୍ଯ୍ୟାମୀ ମିଶ୍ର ଓ କୃଷି କ୍ଷେତ୍ରରେ ପଟ୍ଟାୟତ ସାହୁଙ୍କ ନାମ ପଦ୍ମଶ୍ରୀ ପୁରସ୍କାର ପାଇଁ ସାଧାରଣତନ୍ତ୍ର ଦିବସର ଅବ୍ୟବହିତ ପୂର୍ବରୁ ଘୋଷଣା କରାଯାଇଥିଲା। ତେବେ ବୁଧବାର ରାଷ୍ଟ୍ରପତି ଭବନରେ ୫୦ରୁ ଊର୍ଦ୍ଧ୍ୱ ଜଣଙ୍କୁ ପଦ୍ମ ପୁରସ୍କାର ଦିଆଯାଇଛି। ସେମାନଙ୍କ ମଧ୍ୟରୁ କେନ୍ଦୁଝର ଜିଲାର କଣ୍ଢେଇ ନୃତ୍ୟଶିଳ୍ପୀ ମାଗୁଣି ଚରଣ କୁଅଁରଙ୍କୁ ରାଷ୍ଟ୍ରପତି ମୁର୍ମୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିଛନ୍ତି। ୮୫ ବର୍ଷୀୟ ମାଗୁଣି ଦୀର୍ଘ ୬ ଦଶନ୍ଧି ଧରି କାଠି କଣ୍ଢେଇ ନାଚ ମାଧ୍ୟମରେ ଲୋକଙ୍କ ମନୋରଞ୍ଜନ କରି ଆସୁଛନ୍ତି। ଅନ୍ୟପକ୍ଷେ ଅନ୍ତର୍ଯାମି ମିଶ୍ର, କିଷ୍ଣା ପଟେଲ ଓ ପଟ୍ଟାୟତ ସାହୁ ଆସନ୍ତା ମାସରେ ରାଷ୍ଟ୍ରପତିଙ୍କଠାରୁ ପଦ୍ମ ପୁରସ୍କାର ଗ୍ରହଣ କରିବେ। ଚଳିତବର୍ଷ ଏହି ମର୍ଯ୍ୟାଦାଜନକ ସମ୍ମାନ ପାଇଁ ମନୋନୀତ ହୋଇଥିବା ୧୦୬ ଜଣଙ୍କ ମଧ୍ୟରୁ ୧୯ ଜଣ ହେଉଛନ୍ତି ମହିଳା। ସେହିପରି ବିଲିୟନେୟାର ତଥା ଷ୍ଟକ୍‌ ମାର୍କେଟ୍‌ ଇନ୍‌ଭେଷ୍ଟର ସ୍ବର୍ଗତ ରାକେଶ ଝୁନ୍‌ଝୁନ୍‌ଓ୍ବାଲାଙ୍କୁ ମରଣୋତ୍ତର ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯାଇଛି। କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରାକ୍ତନ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌.ଏମ୍‌. କ୍ରିଷ୍ଣା ପଦ୍ମବିଭୂଷଣ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ପୂର୍ବରୁ କଂଗ୍ରେସରେ ଥିବା କ୍ରିଷ୍ଣା ପରବର୍ତ୍ତୀ ସମୟରେ ଭାଜପାରେ ସାମିଲ ହୋଇଥିଲେ। ସ୍ଥପତି ବାଲକ୍ରିଷ୍ଣ ଦୋଶିଙ୍କୁ ଦେଶର ଦ୍ୱିତୀୟ ସମ୍ମାନଜନକ ପୁରସ୍କାର ମରଣୋତ୍ତର ପଦ୍ମ ବିଭୂଷଣ ପ୍ରଦାନ କରାଯାଇଥିବାବେଳେ ଆଦିତ୍ୟ ବିର୍ଲା ଗ୍ରୁପ୍‌ ଅଧ୍ୟକ୍ଷ କୁମାର ମଙ୍ଗଳମ ବିର୍ଲାଙ୍କୁ ପଦ୍ମଭୂଷଣରେ ସମ୍ମାନିତ କରାଯାଇଛି। ଦିଲ୍ଲୀର ପ୍ରଫେସର କପିଲ କପୁର, ଆଧ୍ୟାତ୍ମିକ ଗୁରୁ କମଲେଶ ଡି. ପଟେଲ ଏବଂ ପ୍ରଚ୍ଛଦପଟ୍ଟ ଗାୟକ ସୁମନ କଲ୍ୟାଣପୁରଙ୍କୁ ପଦ୍ମଭୂଷଣ ପ୍ରଦାନ କରାଯାଛି। ୨୦୧୪ରେ ଦେଶରେ ଭାଜପା ସରକାର କ୍ଷମତାକୁ ଆସିବା ପରେ କଳା, ସାହିତ୍ୟ, ଜନମଙ୍ଗଳକାରୀ କାର୍ଯ୍ୟରେ ଜଡ଼ିତ ଲୋକମାନଙ୍କୁ ପଦ୍ମ ପୁରସ୍କାରରେ ପୁରସ୍କୃତ କରିବା ଅଭିଯାନ ଆରମ୍ଭ କରିଛନ୍ତି। ତେବେ ରାଷ୍ଟ୍ରପତି ଭବନରେ ଆୟୋଜିତ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ପୁରସ୍କାର ଗ୍ରହଣ କରିବାକୁ ଥିବା ଅତିଥିଙ୍କ ସମେତ ଉପରାଷ୍ଟ୍ରପତି ଜଗଦୀପ ଧନ୍‌କର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ଥିଲେ। ସୂଚନା ଥାଉକି, ୧୦୬ ଜଣଙ୍କ ମଧ୍ୟରୁ ୬ ଜଣଙ୍କୁ ପଦ୍ମ ବିଭୂଷଣ, ୯ଙ୍କୁ ପଦ୍ମ ଭୂଷଣ ଏବଂ ୯୧ଜଣଙ୍କୁ ପଦ୍ମଶ୍ରୀ ପୁରସ୍କାର ପାଇଁ ମନୋନୀତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri