ପଦ୍ମଶ୍ରୀ ଗ୍ରହଣ କଲେ ମାଗୁଣି

ନୂଆଦିଲ୍ଲୀ,୨୩।୩:କଳା, ସମାଜ କଲ୍ୟାଣ, ବିଜ୍ଞାନ, ଡାକ୍ତରୀ, ସାହିତ୍ୟ, ଶିକ୍ଷା, କ୍ରୀଡ଼ା, ପ୍ରଶାସନିକ ସେବା ଆଦି କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ୧୦୬ ଜଣ ବିଶିଷ୍ଟ ବ୍ୟକ୍ତି ଚଳିତବର୍ଷ ଦେଶର ସବୁଠାରୁ ସମ୍ମାନଜନକ ପଦ୍ମ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଓଡ଼ିଶାରୁ କଳା କ୍ଷେତ୍ରରେ ମାଗୁଣି ଚରଣ କୁଅଁର ଏବଂ କ୍ରିଷ୍ଣା ପଟେଲ, ସାହିତ୍ୟ-ଶିକ୍ଷା କ୍ଷେତ୍ରରେ ଅନ୍ତର୍ଯ୍ୟାମୀ ମିଶ୍ର ଓ କୃଷି କ୍ଷେତ୍ରରେ ପଟ୍ଟାୟତ ସାହୁଙ୍କ ନାମ ପଦ୍ମଶ୍ରୀ ପୁରସ୍କାର ପାଇଁ ସାଧାରଣତନ୍ତ୍ର ଦିବସର ଅବ୍ୟବହିତ ପୂର୍ବରୁ ଘୋଷଣା କରାଯାଇଥିଲା। ତେବେ ବୁଧବାର ରାଷ୍ଟ୍ରପତି ଭବନରେ ୫୦ରୁ ଊର୍ଦ୍ଧ୍ୱ ଜଣଙ୍କୁ ପଦ୍ମ ପୁରସ୍କାର ଦିଆଯାଇଛି। ସେମାନଙ୍କ ମଧ୍ୟରୁ କେନ୍ଦୁଝର ଜିଲାର କଣ୍ଢେଇ ନୃତ୍ୟଶିଳ୍ପୀ ମାଗୁଣି ଚରଣ କୁଅଁରଙ୍କୁ ରାଷ୍ଟ୍ରପତି ମୁର୍ମୁ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିଛନ୍ତି। ୮୫ ବର୍ଷୀୟ ମାଗୁଣି ଦୀର୍ଘ ୬ ଦଶନ୍ଧି ଧରି କାଠି କଣ୍ଢେଇ ନାଚ ମାଧ୍ୟମରେ ଲୋକଙ୍କ ମନୋରଞ୍ଜନ କରି ଆସୁଛନ୍ତି। ଅନ୍ୟପକ୍ଷେ ଅନ୍ତର୍ଯାମି ମିଶ୍ର, କିଷ୍ଣା ପଟେଲ ଓ ପଟ୍ଟାୟତ ସାହୁ ଆସନ୍ତା ମାସରେ ରାଷ୍ଟ୍ରପତିଙ୍କଠାରୁ ପଦ୍ମ ପୁରସ୍କାର ଗ୍ରହଣ କରିବେ। ଚଳିତବର୍ଷ ଏହି ମର୍ଯ୍ୟାଦାଜନକ ସମ୍ମାନ ପାଇଁ ମନୋନୀତ ହୋଇଥିବା ୧୦୬ ଜଣଙ୍କ ମଧ୍ୟରୁ ୧୯ ଜଣ ହେଉଛନ୍ତି ମହିଳା। ସେହିପରି ବିଲିୟନେୟାର ତଥା ଷ୍ଟକ୍‌ ମାର୍କେଟ୍‌ ଇନ୍‌ଭେଷ୍ଟର ସ୍ବର୍ଗତ ରାକେଶ ଝୁନ୍‌ଝୁନ୍‌ଓ୍ବାଲାଙ୍କୁ ମରଣୋତ୍ତର ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରାଯାଇଛି। କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରାକ୍ତନ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌.ଏମ୍‌. କ୍ରିଷ୍ଣା ପଦ୍ମବିଭୂଷଣ ପୁରସ୍କାରରେ ସମ୍ମାନିତ ହୋଇଛନ୍ତି। ପୂର୍ବରୁ କଂଗ୍ରେସରେ ଥିବା କ୍ରିଷ୍ଣା ପରବର୍ତ୍ତୀ ସମୟରେ ଭାଜପାରେ ସାମିଲ ହୋଇଥିଲେ। ସ୍ଥପତି ବାଲକ୍ରିଷ୍ଣ ଦୋଶିଙ୍କୁ ଦେଶର ଦ୍ୱିତୀୟ ସମ୍ମାନଜନକ ପୁରସ୍କାର ମରଣୋତ୍ତର ପଦ୍ମ ବିଭୂଷଣ ପ୍ରଦାନ କରାଯାଇଥିବାବେଳେ ଆଦିତ୍ୟ ବିର୍ଲା ଗ୍ରୁପ୍‌ ଅଧ୍ୟକ୍ଷ କୁମାର ମଙ୍ଗଳମ ବିର୍ଲାଙ୍କୁ ପଦ୍ମଭୂଷଣରେ ସମ୍ମାନିତ କରାଯାଇଛି। ଦିଲ୍ଲୀର ପ୍ରଫେସର କପିଲ କପୁର, ଆଧ୍ୟାତ୍ମିକ ଗୁରୁ କମଲେଶ ଡି. ପଟେଲ ଏବଂ ପ୍ରଚ୍ଛଦପଟ୍ଟ ଗାୟକ ସୁମନ କଲ୍ୟାଣପୁରଙ୍କୁ ପଦ୍ମଭୂଷଣ ପ୍ରଦାନ କରାଯାଛି। ୨୦୧୪ରେ ଦେଶରେ ଭାଜପା ସରକାର କ୍ଷମତାକୁ ଆସିବା ପରେ କଳା, ସାହିତ୍ୟ, ଜନମଙ୍ଗଳକାରୀ କାର୍ଯ୍ୟରେ ଜଡ଼ିତ ଲୋକମାନଙ୍କୁ ପଦ୍ମ ପୁରସ୍କାରରେ ପୁରସ୍କୃତ କରିବା ଅଭିଯାନ ଆରମ୍ଭ କରିଛନ୍ତି। ତେବେ ରାଷ୍ଟ୍ରପତି ଭବନରେ ଆୟୋଜିତ ପୁରସ୍କାର ବିତରଣ କାର୍ଯ୍ୟକ୍ରମରେ ପୁରସ୍କାର ଗ୍ରହଣ କରିବାକୁ ଥିବା ଅତିଥିଙ୍କ ସମେତ ଉପରାଷ୍ଟ୍ରପତି ଜଗଦୀପ ଧନ୍‌କର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ଥିଲେ। ସୂଚନା ଥାଉକି, ୧୦୬ ଜଣଙ୍କ ମଧ୍ୟରୁ ୬ ଜଣଙ୍କୁ ପଦ୍ମ ବିଭୂଷଣ, ୯ଙ୍କୁ ପଦ୍ମ ଭୂଷଣ ଏବଂ ୯୧ଜଣଙ୍କୁ ପଦ୍ମଶ୍ରୀ ପୁରସ୍କାର ପାଇଁ ମନୋନୀତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣା କଲେଜ ନିର୍ବାଚନ: ସରିଲା ପ୍ରଚାର, ବିରିୟାନି-ଗୁପ୍‌ଚୁପ୍‌ରେ କମ୍ପିଲା କଲେଜ କ୍ୟାମ୍ପସ୍…

ପାଟଣା, ୧୩।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ଛାତ୍ର ସଂସଦ ନିର୍ବାଚନୀ ପ୍ରଚାରର ଶେଷ ଦିନରେ କଲେଜ ପରିସର ଚଳଚଞ୍ଚଳ…

କୋଲ୍‌କାତାରେ ହେବ ବାର୍ସେଲୋନା, ରିୟଲ ମାଡ୍ରିଡ୍‌ ଲିଜେଣ୍ଡ୍ସ ମ୍ୟାଚ୍‌

କୋଲ୍‌କାତା,୧୩ା୧୦: ବିଶ୍ୱ ଫୁଟ୍‌ବଲର ଅନ୍ୟତମ ସଫଳ କ୍ଲବ ବାର୍ସେଲୋନା ଓ ରିୟଲ ମାଡ୍ରିଡ୍‌ର ଲିଜେଣ୍ଡ୍ସ ଦଳ ଆସନ୍ତା ନଭେମ୍ବର ୨୫ରେ କୋଲ୍‌କାତାରେ ଏକ ପ୍ରଦର୍ଶନୀ ମ୍ୟାଚ୍‌ ଖେଳିବେ।…

ଗଞ୍ଜେଇ ସହ ବାଇକ ଜବତ: ଅଭିଯୁକ୍ତ ଗଲେ ଜେଲ             

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧୭ ନଂ.ରାଜ୍ୟ ରାଜପଥ କଡ଼ରେ ଥିବା ପଥପାର୍ଶ୍ଵ ସୁବିଧାକେନ୍ଦ୍ର ନିକଟରୁ ମଙ୍ଗଳବାର ପୂର୍ବାହ୍ନ ସାଢେ ୬…

ତେଜିଲା ଆନ୍ଦୋଳନ, ବିଦ୍ୟାଳୟ ଫାଟକରେ ତାଲା ପକାଇଲେ ଗ୍ରାମବାସୀ

ବୈଶିଙ୍ଗା,୧୩।୧୦(ରତନ ଦାଶ): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ତଥା ବୈଶିଙ୍ଗା ଥାନା ଅନ୍ତର୍ଗତ ବଣଦାମଦରପୁର ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କ ବଦଳି ନିର୍ଦ୍ଦେଶକୁ ଗ୍ରାମବାସୀ ବିରୋଧ କରିଛନ୍ତି।…

ଆସନ୍ତାକାଲି ଅସ୍ତ ହେବେ ଶୁକ୍ର! ୪ ରାଶିଙ୍କ ଉପରେ ଘୋର ଆର୍ଥିକ ସଙ୍କଟ! ଅଯଥାରେ ବଢିଯିବ ଖର୍ଚ୍ଚ…

ଧନ, ସମୃଦ୍ଧି ଏବଂ ଖୁସିର ଗ୍ରହ ଶୁକ୍ର ଆସନ୍ତା ୧୪ ଅକ୍ଟୋବରରେ ତୁଳା ରାଶିରେ ଅସ୍ତ ହେଉଛନ୍ତି । ନବରାତ୍ରିର ପବିତ୍ର ଦିନଗୁଡ଼ିକରେ ଶୁକ୍ରଙ୍କ ଅସ୍ତଗମନ କିଛି…

ମୋଦିଙ୍କ ମନ୍ତ୍ରୀମଣ୍ଡଳରୁ ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌, ଭବିଷ୍ୟତ ଯୋଜନା ସମ୍ପର୍କରେ ସୂଚନା ଦେଇ କହିଲେ….

ନୂଆଦିଲ୍ଲୀ,୧୩।୧୦: ଭାଜପାର ବରିଷ୍ଠ ନେତା ତଥା ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଏଲ୍‌. ମୁରୁଗନ୍‌ ମଙ୍ଗଳବାର ମୋଦି କ୍ୟାବିନେଟ୍‌ରୁ ଇସ୍ତଫା ଦେଇଛନ୍ତି। ଏପରିକି ଏଲ୍‌. ମୁରୁଗନ୍‌…

ନିର୍ବାଚନ ବାତିଲକୁ ନେଇ କେସିଙ୍ଗା କଲେଜରେ ରାଜନୈତିକ ଝଡ଼

କେସିଙ୍ଗା, ୧୩।୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବାକୁ ନେଇ ରାଜନୈତିକ ଉତ୍ତେଜନା ଦେଖାଦେଇଛି। ଏହାର ପ୍ରତିବାଦରେ ବିଜେଡି…

ହୃଦ୍‌ଘାତରେ ଚାଲିଗଲା ଡାକ୍ତରଙ୍କ ଜୀବନ

ଖଡିଆଳ,୧୩ା୧୦ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଚଲାନପଡ଼ା ଗ୍ରାମର ଆୟୁଷ ଡାକ୍ତର ଚିତ୍ତରଞ୍ଜନ ରାଉତ (୫୫)ଙ୍କ ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ବୋଡ଼େନ ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?